ଆଜିଠୁ ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀ ଅଧୀନ ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର, ୨୩।୪ (ବ୍ୟୁରୋ): ଭାରତର ଜି-୨୦ ଅଧ୍ୟକ୍ଷତା କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରରେ ଆସନ୍ତା ସପ୍ତାହରେ ତୃତୀୟ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ରବିବାର ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ଆୟୋଜିତ ହେବ। ସିଏସ୍‌ଆଇଆର୍‌ ଖଣିଜ ଓ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ(ଆଇଏମ୍‌ଏମ୍‌ଟି) ପରିସରରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରଦର୍ଶନୀକୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦ୍‌ଘାଟନ କରିବେ। ଏହି ପ୍ରଦର୍ଶନୀରେ ପ୍ରଯୁକ୍ତି ନେତୃବର୍ଗ, ପ୍ରଭାବଶାଳୀ ବ୍ୟକ୍ତିବିଶେଷ ଓ ଶିକ୍ଷାବିତ୍‌ମାନଙ୍କୁ କାର୍ଯ୍ୟର ଭବିଷ୍ୟତକୁ ନେଇ ସେମାନଙ୍କ ଦୃଷ୍ଟିକୋଣ ଓ ଦୂରଦୃଷ୍ଟିକୁ ପ୍ରଦର୍ଶିତ କରିବା ଲାଗି ସୁଯୋଗ ପ୍ରଦାନ କରିବ। ଏନ୍‌ଆଇଟି ରାଉରକେଲା, ଆଇଆଇଟି ଭୁବନେଶ୍ୱର, ଆଇଆଇଏମ୍‌ ସମ୍ବଲପୁର, ମେଟା, ୟୁନିସେଫ୍‌, ଏନ୍‌ସିଇଆର୍‌ଟି, ଅନ୍ୟାନ୍ୟ ପ୍ରତିଷ୍ଠାନ ଓ ସଂଗଠନଗୁଡ଼ିକ କାର୍ଯ୍ୟର ଭବିଷ୍ୟତ, ଆଧୁନିକ କାର୍ଯ୍ୟସ୍ଥଳୀରେ ନିରନ୍ତର ନବସୃଜନ, ଭବିଷ୍ୟତର ଦକ୍ଷତା ବିକାଶ ଏବଂ ଅଭିନବ ଡେଲିଭରି ମଡେଲ ଉପରେ ଆଧାରିତ ପ୍ରଯୁକ୍ତି ଏଠାରେ ପ୍ରଦର୍ଶିତ କରିବେ। ଏଥିରେ ଭାରତ ଏବଂ ଜି-୨୦ ସଦସ୍ୟ ରାଷ୍ଟ୍ରର ୧୦୦ରୁ ଅଧିକ ପ୍ରଦର୍ଶନକାରୀ ସେମାନଙ୍କର ଉତ୍ପାଦ ପ୍ରଦର୍ଶନ କରିବେ।
କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ପକ୍ଷରୁ ୨୩ ଓ ୨୪ ଦୁଇଦିନ ଧରି ପ୍ରାକ୍‌ କାର୍ଯ୍ୟକ୍ରମ ଆୟୋଜିତ ହେବ। ପ୍ରଦର୍ଶନୀ ସହିତ ଏକାଧିକ ପ୍ୟାନେଲ ଆଲୋଚନା କରାଯିବ। ସେହିପରି ବିଶ୍ୱ ସେମି କଣ୍ଡକ୍ଟର ଇକୋସିଷ୍ଟମରେ ଭାରତର ଦୃଷ୍ଟିକୋଣ, ଡିଜିଟାଇଜେଶନ ଏବଂ ନୂଆ ଯୁଗର ଷ୍ଟାର୍ଟଅପ ଆଦି ବିଷୟ ଉପରେ ଆଲୋଚନା କରାଯିବ। ଏହାବ୍ୟତୀତ ଏକ ଅଭିନବ କାର୍ଯ୍ୟର ଭବିଷ୍ୟତ ଅନୁଭୂତି ଜୋନ ପ୍ରତିଷ୍ଠା କରାଯିବ। ବଜାରରେ ପ୍ରାସଙ୍ଗିକ ରହିବାକୁ ହେଲେ ଆବଶ୍ୟକ ଆଧୁନିକ ବୈଷୟିକ କୌଶଳ ଏବଂ କୋମଳ ହସ୍ତାନ୍ତରଯୋଗ୍ୟ କୌଶଳ ସମ୍ପର୍କରେ ଏହି ଜୋନରେ ଯୁବବର୍ଗଙ୍କୁ ସୂଚନା ମିଳିପାରିବ। ହୋଲୋଗ୍ରାମ, ଇଣ୍ଟରଆକ୍ଟିଭ ସଫେର୍ସ ଟେବୁଲ ଏବଂ ଇଣ୍ଟରଆକ୍ଟିଭ ୱାଲ୍‌ ଭଳି ଆଧୁନିକ ପ୍ରଯୁକ୍ତି ବ୍ୟବହାର କରାଯାଇ ଏହି ଜୋନରେ କାର୍ଯ୍ୟର ଭବିଷ୍ୟତକୁ ପ୍ରଦର୍ଶିତ କରାଯିବ। ବିଭିନ୍ନ କ୍ଷେତ୍ରରେ ଅଟୋମେଶନ ଏବଂ ଡିଜିଟାଇଜେଶନ ଦ୍ୱାରା କାର୍ଯ୍ୟ ପଦ୍ଧତି କିଭଳି ବଦଳୁଛି ତାହା ଦର୍ଶକମାନେ ଏଠାରେ ଜାଣିବାକୁ ପାଇବେ। ପ୍ରଦର୍ଶନୀ ସମୟରେ କୃଷି, ପରିବହନ ଓ ସ୍ବାସ୍ଥ୍ୟସେବା ଆଦି ୩ଟି କ୍ଷେତ୍ର ଉପରେ ପ୍ରାଥମିକତା ଦେଇ କାର୍ଯ୍ୟର ଭବିଷ୍ୟତ ଉପରେ ପ୍ରଦର୍ଶନୀ ଆୟୋଜନ କରାଯିବ। ମେଟାଭର୍ସ ଏଆର/ଭିଆର, ରିଭର୍ସ ଇଞ୍ଜିନିଅରିଂ ଏବଂ ସ୍ବୟଂଚାଳିତ ଡିଜାଇନ ସମାଧାନ, ଡ୍ରୋନ ପ୍ରଯୁକ୍ତି, ଏଆର/ଭିଆର ଉପଯୋଗ କରି ଏଡ୍‌-ଟେକ୍‌ ସମାଧାନ, ଶିଳ୍ପ ୪.୦ କୌଶଳ, ଭର୍ନାକୁଲାର ଅଧ୍ୟୟନ ଆଧାରିତ ପ୍ରଯୁକ୍ତି ସମାଧାନ, ଭର୍ଚୁଆଲ ଇଣ୍ଟର୍ନଶିପ ସମାଧାନ ଆଦି ପ୍ରଦର୍ଶନୀରେ ସ୍ଥାନ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?