Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ମିଳିଲା ବିଶେଷ ଉପହାର

ବେଙ୍ଗାଲୁରୁ,୭।୨:କର୍ନାଟକର ବେଙ୍ଗାଲୁରୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଭାରତ ଶକ୍ତି ସପ୍ତାହ ୨୦୨୩’ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ବିଶେଷ ଉପହାର ଗ୍ରହଣ କରିଛନ୍ତି। ଆର୍ଜେଣ୍ଟିନାର ଶକ୍ତି କମ୍ପାନୀ ଓ୍ବାଇପିଏଫ୍‌ର ସଭାପତି ପାବଲୋ ଗୋଞ୍ଜାଲେଜ ମୋଦିଙ୍କୁ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଫୁଟବଲ ଦଳର ଏକ ଜର୍ସି ଦେଇଛନ୍ତି। ଜର୍ସିରେ ଲିଓନେଲ ମେସିଙ୍କ ନାମ ଏବଂ ତାଙ୍କର ଆଇକନିକ ନମ୍ବର ୧୦ ଲେଖାଯାଇଛି।
ମହାନ ଫୁଟବଲ ଖେଳାଳିଙ୍କ ମଧ୍ୟରୁ ଅନ୍ୟତମ ମେସି ଗତ ବର୍ଷ ଡିସେମ୍ବରରେ ଆର୍ଜେଣ୍ଟିନାକୁ ବିଶ୍ୱକପ ଟାଇଟଲ ଦେଇଥିଲେ। ଆର୍ଜେଣ୍ଟିନାର ବିଜୟ ପରେ ମୋଦି ସୋସିଆଲ ମିଡିଆରେ ଦଳକୁ ଅଭିନନ୍ଦନ ଜଣାଇଥିଲେ।
ବେଙ୍ଗାଲୁରୁରେ ଥିବା ‘ଭାରତ ଶକ୍ତି ସପ୍ତାହ ୨୦୨୩’ ଜରିଆରେ ଏକ ଶକ୍ତି ରୂପାନ୍ତର ସୁପର ପାୱାର ଭାବରେ ଭାରତର ବଢୁଥିବା ଶକ୍ତିକୁ ପ୍ରଦର୍ଶନ କରିବାକୁ ଲକ୍ଷ୍ୟ ରଖିଛି। ଏହି କାର୍ଯ୍ୟକ୍ରମରେ ସାରା ବିଶ୍ୱରୁ ୩୦ରୁ ଅଧିକ ମନ୍ତ୍ରୀ ଅଂଶଗ୍ରହଣ କରିଛନ୍ତି। ଏହି ସମାରୋହ ୮ ଫେବୃଆରୀରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri