ସ୍ବତନ୍ତ୍ର ତଦନ୍ତ ଟିମ୍‌ ଗଠିତ, ବାରାଣସୀ ଯିବ

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ ନେଇ ତଦନ୍ତ ଜୋରଦାର କରାଯାଇଛି। ଔଷଧ ପ୍ରବର୍ତ୍ତକ ସ୍କ୍ବାଡ୍‌ (ଡ୍ରଗ୍ସ ଏନ୍‌ଫୋର୍ସମେଣ୍ଟ ଟିମ୍‌) ନକଲି ଔଷଧର ଆନ୍ତଃରାଜ୍ୟ ଯୋଗାଣ ଓ କାରବାର ସମ୍ପର୍କରେ ବିଶ୍ୱାସଯୋଗ୍ୟ ତଥ୍ୟ ଦେବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହାର ଆନ୍ତଃରାଜ୍ୟ ତଦନ୍ତ ନିମନ୍ତେ ଏକ ସ୍ବତନ୍ତ୍ର ବିଶେଷଜ୍ଞ ଟିମ୍‌ ଗଠନ କରିଛି। ସହକାରୀ ଔଷଧ ନିୟନ୍ତ୍ରକ ଡା. ସୁଦର୍ଶନ ବିଶ୍ୱାଳ, ତୁଷାର ରଞ୍ଜନ ପାଣିଗ୍ରାହୀ ଏବଂ ଧର୍ମଦେବ ପୁହାଣଙ୍କ ସମେତ ପୋଲିସ ଅଧିକାରୀଙ୍କୁ ଏହି ଟିମ୍‌ରେ ସାମିଲ କରାଯାଇଛି। ଖୁବ୍‌ଶୀଘ୍ର ଏହି ଟିମ୍‌ ପରବର୍ତ୍ତୀ ପର୍ଯ୍ୟାୟ ତଦନ୍ତ ପାଇଁ ବାରାଣସୀ ଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।
ବରଗଡ଼ ଜିଲାର ଅଶୋକ ମେଡିକାଲ ହଲ୍‌ ଏବଂ ଝାରସୁଗୁଡ଼ା ଜିଲାର ଅମିତ ମେଡିକାଲ ଏଜେନ୍ସି ନିକଟରୁ ଜବତ ହୋଇଥିବା ନକଲି ଔଷଧ ଉତ୍ତର ପ୍ରଦେଶର ବାରାଣସୀସ୍ଥିତ ଦେବ ଏଣ୍ଟରପ୍ରାଇଜର୍ସ, ଜେବି ମେଡିକାଲସ୍‌ ଏବଂ ଗୁରୁକୃପା ମେଡିକାଲ ଆଦିରୁ କାରବାର ହୋଇଥିବା ଜଣାପଡ଼ିଛି। ତେଣୁ ଏହି କାରବାରର ମୂଳରେ ପହଞ୍ଚତ୍ବା ପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ ଉତ୍ତର ପ୍ରଦେଶ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଚିଠି ଲେଖି ବାରାଣସୀରେ ହେବାକୁ ଥିବା ତଦନ୍ତରେ ଆବଶ୍ୟକ ସହଯୋଗ ଲୋଡ଼ିଛନ୍ତି। ଶାଳିନୀ ପଣ୍ଡିତ ଲେଖିଛନ୍ତି, ସାଧାରଣ ଲୋକଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ନକଲି ଔଷଧ ସମ୍ବନ୍ଧିତ ବିଷୟ ବିଶେଷ ଗୁରୁତ୍ୱ ବହନ କରେ। ଏ ବିଷୟ ତଦନ୍ତ ଅଗ୍ରାଧିକାର ଭିତ୍ତିରେ ହେବା ଦରକାର। ଏଥିନିମନ୍ତେ ଓଡ଼ିଶାରୁ ଏକ ସ୍ବତନ୍ତ୍ର ତଦନ୍ତକାରୀ ଦଳକୁ ବାରାଣସୀ ପଠାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ତଦନ୍ତରେ ଉତ୍ତର ପ୍ରଦେଶ ସରକାରଙ୍କ ସମ୍ପୃକ୍ତ ବିଭାଗ ଓ କର୍ତ୍ତୃପକ୍ଷମାନେ ସମସ୍ତ ସହଯୋଗ ଯୋଗାଇବା ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri