ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌ ଷ୍ଟ୍ରୋକ୍‌ ୟୁନିଟ୍‌ କାର୍ଯ୍ୟକାରୀ ହୋଇଛି। ଅସହ୍ୟ ଗ୍ରୀଷ୍ମ ଯୋଗୁ ଦେଖାଯାଉଥିବା ଅଂଶୁଘାତ ତଥା ଅନ୍ୟାନ୍ୟ ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ଏମ୍ସରେ ଏହି ଉତ୍ସର୍ଗୀକୃତ ୟୁନିଟ୍‌ କାର୍ଯ୍ୟ କରିବ।
ପ୍ରବଳ ଗ୍ରୀଷ୍ମ ପ୍ରବାହ ତଥା ଏନେଇ ସୃଷ୍ଟି ହେଉଥିବା ସମ୍ଭାବ୍ୟ ଆପତ୍ତକାଳୀନ ପରିସ୍ଥିତିର ମୁକାବିଲା ନିମନ୍ତେ ଏମ୍ସ ଭୁବନେଶ୍ୱର ସ୍ବତନ୍ତ୍ର ହିଟ୍‌ ଷ୍ଟ୍ରୋକ୍‌ ୟୁନିଟ୍‌ ବିଶେଷ ସହାୟକ ହେବା ନେଇ ଆଶାବ୍ୟକ୍ତ କରିଛନ୍ତି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ। ଆବଶ୍ୟକୀୟ ଚିକିତ୍ସା ସୁବିଧା ସହିତ ବିଭିନ୍ନ ବିଭାଗର ଡାକ୍ତରଙ୍କ ପକ୍ଷରୁ ଏହି ୟୁନିଟ୍‌ରେ ସେବା ପ୍ରଦାନ କରାଯିବ ବୋଲି ଡ. ବିଶ୍ବାସ ପ୍ରକାଶ କରିଛନ୍ତି। ସେହିପରି ପ୍ରଖର ଖରାରେ ନିହାତି ଆବଶ୍ୟକ ନ ଥିଲେ ବାହାରକୁ ନ ବାହାରିବାକୁ ସେ ପରାମର୍ଶ ଦେଇଛନ୍ତି। ଜରୁରୀ ପରିସ୍ଥିତିରେ ଦିନବେଳା ବାହାରକୁ ଯିବା ସମୟରେ ସମସ୍ତ ସତର୍କତାମୂଳକ ପଦକ୍ଷେପ ଯେପରିକି ସାଙ୍ଗରେ ଛତା, ଓଦା ଗାମୁଛା କିମ୍ବା ଟାଓ୍ବେଲ ଏବଂ ପାଣି ବୋତଲ ଭଳି ସାମଗ୍ରୀ ନେବାକୁ ଡ. ବିଶ୍ବାସ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି।
ଆୟୁଷ ବିଭାଗରେ କାର୍ଯ୍ୟକ୍ଷମ ୬ ଶଯ୍ୟା ବିଶିଷ୍ଟ ଏହି ସ୍ବତନ୍ତ୍ର ହିଟ୍‌ ଷ୍ଟ୍ରୋକ୍‌ ୟୁନିଟ୍‌ ଗତ ସପ୍ତାହରୁ କାର୍ଯ୍ୟକ୍ଷମ ହୋଇଥିବା ଏମ୍ସ ମେଡିକାଲ ଅଧୀକ୍ଷକ ଡ. ଦିଲ୍ଲୀପ କୁମାର ପରି ସୂଚନା ଦେଇଛନ୍ତି। ଏଯାବତ ଏମ୍ସ ଭୁବନେଶ୍ବର ପକ୍ଷରୁ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ଅଂଶୁଘାତ ରୋଗୀଙ୍କୁ ଚିକିତ୍ସା ପ୍ରଦାନ କରାଗଲାଣି। ଜେନେରାଲ ମେଡିସିନ, ଟ୍ରମା ଏବଂ ଜରୁରିକାଳୀନ ପରିସ୍ଥିତି ଏବଂ ଆୟୁଷ ବିଭାଗର ବିଭାଗୀୟ ମୁଖ୍ୟଙ୍କୁ ନେଇ ଏକ ଜରୁରିକାଳୀନ ବୈଠକରେ ଏହି ୟୁନିଟ୍‌ରେ ସଫଳ ପରିଚାଳନା କାର୍ଯ୍ୟଶୈଳୀ ପ୍ରସ୍ତୁତି ସୁନିଶ୍ଚିତ କରାଯାଇଥିଲା।
ମେଡିସିନ ବିଭାଗ ସହକାରୀ ପ୍ରଫେସର ଡ. ଶ୍ରୀକାନ୍ତ ବେହେରାଙ୍କୁ ହିଟ୍‌ ଷ୍ଟ୍ରୋକ୍‌ ୟୁନିଟ୍‌ର ନୋଡାଲ ଅଧିକାରୀ ଭାବରେ ନିଯୁକ୍ତ କରାଯାଇଛି। ଏହି ୟୁନିଟରେ ଆବଶ୍ୟକୀୟ ପର୍ଯ୍ୟାପ୍ତ ପରିମାଣର ଔଷଧ, ଓଆର୍‌ଏସ୍‌ ଆଦି ଗଚ୍ଛିତ ରଖାଯାଇଛି। ସେହିପରି ଯେକୌଣସି ଜରୁରିକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଡାକ୍ତରୀ କର୍ମଚାରୀମାନେ ସଜାଗ ଅଛନ୍ତି।
ଜନସାଧାରଣଙ୍କୁ ଗୁଣବତ୍ତାପୂର୍ଣ୍ଣ ସ୍ବାସ୍ଥ୍ୟସେବା ପ୍ରଦାନ ନିମନ୍ତେ ଏମ୍ସ ଭୁବନେଶ୍ୱର ସର୍ବଦା ନିଜର ପ୍ରତିବଦ୍ଧତାକୁ ପ୍ରମାଣିତ କରିଛି। ଏଥିସହିତ ଏହି ଗ୍ରୀଷ୍ମ ପ୍ରବାହ ଏବଂ ପ୍ରଚଣ୍ଡ ତାତିର ଅବଧି ମଧ୍ୟରେ ଲୋକମାନେ ସେମାନଙ୍କ ସୁସ୍ଥତାକୁ ପ୍ରାଥମିକତା ଦେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?