ଆସିବ ସ୍ବତନ୍ତ୍ର ଯୁବ ବଜେଟ

ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ ହେବ ଯୁବଶକ୍ତି ପାଇଁ ସୁବର୍ଣ୍ଣ ଯୁଗ। ଯୁବ ବଜେଟରେ ଶିଳ୍ପ, ପୁଞ୍ଜି ବିନିଯୋଗ, ନିଯୁକ୍ତି ତଥା ଦକ୍ଷତା ବିକାଶ ଉପରେ ଫୋକସ ରହିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳି-ଶେରଗଡ଼ରୁ ନିର୍ବାଚନ ପ୍ରଚାର ଆରମ୍ଭ କରି ଏହା କହିିଛନ୍ତି।

ହିଞ୍ଜିଳି ଓ ଶେରଗଡ଼ରେ ଦୁଇଟି ଜନସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ବିଜୁ ଜନତା ଦଳର ବିଜୟ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୨୦୨୪ରୁ ୨୦୩୪ ହେବ ଓଡ଼ିଶାର ଦଶକ। ଏହି ସମୟରେ ଓଡ଼ିଶା ତା’ର କାମ ପାଇଁ ବିଶ୍ବର ଦୃଷ୍ଟି ଆକର୍ଷଣ କରିବ। ୨୦୩୬ରେ ଯେତେବେଳେ ଓଡ଼ିଶା ଶହେ ବର୍ଷ ପୂରଣ କରିବ, ସେତେବେଳେ ଆମ ରାଜ୍ୟ ହେବ ଦେଶର ଏକନମ୍ବର ରାଜ୍ୟ।
ବିରୋଧୀ ଦଳକୁ କଡ଼ା ସମାଲୋଚନା କରି ନବୀନ କହିଛନ୍ତି, ବିକାଶ ଆମର ପରିଚୟ ହୋଇଥିବା ବେଳେ ବିରୋଧୀ ଦଳଗୁଡ଼ିକ ସବୁବେଳେ ଅଯଥା ରାଜନୀତି କରୁଛନ୍ତି। ବିକାଶକୁ ବିରୋଧ କରୁଛନ୍ତି, ଅପପ୍ରଚାର କରୁଛନ୍ତି । ଓଡ଼ିଶାବାସୀ ସେମାନଙ୍କ ଅସଲ ରୂପକୁ ଚିହ୍ନିଛନ୍ତି। ବିକାଶକୁ ବିରୋଧ କରି କେହି କେବେ ସଫଳ ହେବେ ନାହିଁ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଯୋଡ଼ି ଶଙ୍ଖ ହେଉଛି ଓଡ଼ିଶା ବିକାଶର ପରିଚୟ। ଓଡ଼ିଶାର ସାଢ଼େଚାରି କୋଟି ଲୋକଙ୍କ ଆଶୀର୍ବାଦରେ ବିଜେଡି ଚଳିତ ନିର୍ବାଚନରେ ଉଭୟ ବିଧାନସଭା ଓ ଲୋକ ସଭାରେ ବିପୁଳ ବିଜୟ ହାସଲ କରିବ। ବିଜୁ ଜନତା ଦଳ ସବୁବେଳେ ଏକନମ୍ବର ଦଳ ହୋଇ ରହିଆସିଛି। ଜନତାଙ୍କ ଆଶୀର୍ବାଦରେ ଏହି ନିର୍ବାଚନରେ ମଧ୍ୟ ପୁଣି ଥରେ ଏକନମ୍ବର ହେବ ଓ ବିକାଶର ଯାତ୍ରାକୁ ଆହୁରି ମଜଭୁତ କରିବ।
ହିଞ୍ଜିଳିବାସୀଙ୍କୁ ଧନ୍ୟବାଦ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଢ଼େଚାରି କୋଟି ଓଡ଼ିଶାବାସୀ ହେଉଛନ୍ତି ତାଙ୍କ ପରିବାର। ଏହି ସାଢ଼େଚାରି କୋଟି ପରିବାର ସଦସ୍ୟଙ୍କ କଲ୍ୟାଣ ପାଇଁ ସେ ସବୁବେଳେ କାମ କରିଚାଲିଛନ୍ତି ଓ ଶେଷ ପର୍ଯ୍ୟନ୍ତ କରିଚାଲିବେ ବୋଲି କହିଛନ୍ତି। ହିଞ୍ଜିଳି-ଶେରଗଡ଼ ଆଜି ସାରା ଦେଶରେ ବିକାଶର ଏକ ମଡେଲ ହୋଇଛି। ୫-ଟି ରୂପାନ୍ତର ଯାତ୍ରାରେ ହିଞ୍ଜିଳି-ଶେରଗଡ଼ବାସୀଙ୍କ ସହଯୋଗର ସେ ଉଚ୍ଚ ପ୍ରଶଂସା କରିଛନ୍ତି। ଓଡ଼ିଶାର ଚାଷୀମାନେ, ମିଶନ ଶକ୍ତି ମା’ମାନେ ବିନା ସୁଧରେ ଋଣ ପାଉଛନ୍ତି। ସଶକ୍ତ ଓଡ଼ିଶା ଗଠନ ଦିଗରେ ଏହା ଏକ ମାଇଲଖୁଣ୍ଟ।

ଏହି ସଭାରେ ଯୋଗଦେଇ ବିଜୁ ଜନତା ଦଳ ନେତା କାର୍ତ୍ତିକ ପାଣ୍ଡିଆନ ଜନସାଧାରଣଙ୍କୁ ଆହ୍ବାନ ଦେଇ କହିଛନ୍ତି, ହିଞ୍ଜିଳି-ଶେରଗଡ଼ ହେଉଛି ଦେଶର ଏକନମ୍ବର ନିର୍ବାଚନମଣ୍ଡଳୀ। ହିଞ୍ଜିଳି-ଶେରଗଡ଼ର ବିଧାୟକ ହେଉଛନ୍ତି ଦେଶର ଏକନମ୍ବର ବିଧାୟକ। ମୁଖ୍ୟମନ୍ତ୍ରୀ ହେଉଛନ୍ତି ଦେଶର ଏକନମ୍ବର ମୁଖ୍ୟମନ୍ତ୍ରୀ। ତେଣୁ ଆପଣମାନେ ଦେଶର ଏକନମ୍ବର ମୁଖ୍ୟମନ୍ତ୍ରୀଙ୍କୁ ସର୍ବାଧିକ ଭୋଟ ବ୍ୟବଧାନରେ ଜିତାଇ ତାଙ୍କର ଏକନମ୍ବର ସ୍ଥାନ ବଜାୟ ରଖନ୍ତୁ ବୋଲି ସେ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

ଏହି ସଭାରେ ଯୋଗଦେଇ ଏମ୍‌ପି ପ୍ରାର୍ଥୀ ରଞ୍ଜିତା ସାହୁ, ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଏମ୍‌ପି ପ୍ରମିଳା ବିଶୋଇ ପ୍ରମୁଖ ନିଜ ନିଜ ଅଭିଭାଷଣରେ ବିଜୁ ଜନତା ଦଳକୁ ଜିତାଇବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?