ଦ୍ରୁତଗତିରେ ଆସି ଦୋକାନ ଘର ଭିତରେ ପଶିଗଲା କାର୍‌, ଜଣେ ଗୁରୁତର

ଭଞ୍ଜନଗର,୬ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଲଣ୍ଡେଇସାହି ରାସ୍ତାରେ ରବିବାର ଅପରାହ୍ନ ୧ଟା ସମୟରେ ଏକ କାର ଦୋକାନ ଭିତରେ ପଶିଯାଇଥିଲା। ଫଳରେ ଦୋକାନ ସମ୍ମୁଖରେ ବସିଥିବା ଭଞ୍ଜନଗର ତହସିଲ କାର୍ଯ୍ୟାଳୟର ଅବସରପ୍ରାପ୍ତ ଡ୍ରାଇଭର
ଗୋରା ଚାନ୍ଦ ପଟ୍ଟନାୟକ(୬୫) ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା ପରେ ଚାଳକ ଫେରାର ହୋଇଯାଇଛନ୍ତି। ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି।

ଘଟଣାରୁ ପ୍ରକାଶ ଯେ, ଏକ କାର୍‌ ଲଣ୍ଡେଇସାହି ଭିତରୁ ସହର ଆଡ଼େ ଆସୁଥିଲା। ଗାଡ଼ିଟି ଦ୍ରୁତଗତିରେ ଆସୁଥିବା ଯୋଗୁ ଲଣ୍ଡେଇସାହି ସାଇ ମନ୍ଦିର ସମ୍ମୁଖରେ ଦୋକାନ
କରିଥିବା ମୁରଲୀ ରାଉତଙ୍କ ଦୋକାନ ଭିତରେ ପଶିଯାଇଥିଲା। ଫଳରେ ଦୋକାନ ସମ୍ମୁଖରେ ବସିଥିବା ଗୋରା ଚାନ୍ଦ ଗୁରୁତର ହୋଇଥିଲେ। ଏଥିସହ ପଡ଼ୋଶୀ ଘର ଏକ ସାଇକେଲ ଗୁଣ୍ଡ ହୋଇଯାଇଛି । ଦୁର୍ଘଟଣା ସମୟରେ ମୁରଲୀ ତାଙ୍କର ପଡ଼ିଶା ଦୋକାନରେ ଥିବା ଯୋଗୁ ସେ ଦୁର୍ଘଟଣାରୁ ରକ୍ଷା ପାଇଯାଇଛନ୍ତି। କିନ୍ତୁ ତାଙ୍କର ଦୋକାନ ଘର ସମେତ ଅନ୍ୟାନ୍ୟ ଜିନିଷପତ୍ର ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri