ଦ୍ରୁତଗତିରେ ଆସି ଦୋକାନ ଘର ଭିତରେ ପଶିଗଲା କାର୍‌, ଜଣେ ଗୁରୁତର

ଭଞ୍ଜନଗର,୬ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଲଣ୍ଡେଇସାହି ରାସ୍ତାରେ ରବିବାର ଅପରାହ୍ନ ୧ଟା ସମୟରେ ଏକ କାର ଦୋକାନ ଭିତରେ ପଶିଯାଇଥିଲା। ଫଳରେ ଦୋକାନ ସମ୍ମୁଖରେ ବସିଥିବା ଭଞ୍ଜନଗର ତହସିଲ କାର୍ଯ୍ୟାଳୟର ଅବସରପ୍ରାପ୍ତ ଡ୍ରାଇଭର
ଗୋରା ଚାନ୍ଦ ପଟ୍ଟନାୟକ(୬୫) ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା ପରେ ଚାଳକ ଫେରାର ହୋଇଯାଇଛନ୍ତି। ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି।

ଘଟଣାରୁ ପ୍ରକାଶ ଯେ, ଏକ କାର୍‌ ଲଣ୍ଡେଇସାହି ଭିତରୁ ସହର ଆଡ଼େ ଆସୁଥିଲା। ଗାଡ଼ିଟି ଦ୍ରୁତଗତିରେ ଆସୁଥିବା ଯୋଗୁ ଲଣ୍ଡେଇସାହି ସାଇ ମନ୍ଦିର ସମ୍ମୁଖରେ ଦୋକାନ
କରିଥିବା ମୁରଲୀ ରାଉତଙ୍କ ଦୋକାନ ଭିତରେ ପଶିଯାଇଥିଲା। ଫଳରେ ଦୋକାନ ସମ୍ମୁଖରେ ବସିଥିବା ଗୋରା ଚାନ୍ଦ ଗୁରୁତର ହୋଇଥିଲେ। ଏଥିସହ ପଡ଼ୋଶୀ ଘର ଏକ ସାଇକେଲ ଗୁଣ୍ଡ ହୋଇଯାଇଛି । ଦୁର୍ଘଟଣା ସମୟରେ ମୁରଲୀ ତାଙ୍କର ପଡ଼ିଶା ଦୋକାନରେ ଥିବା ଯୋଗୁ ସେ ଦୁର୍ଘଟଣାରୁ ରକ୍ଷା ପାଇଯାଇଛନ୍ତି। କିନ୍ତୁ ତାଙ୍କର ଦୋକାନ ଘର ସମେତ ଅନ୍ୟାନ୍ୟ ଜିନିଷପତ୍ର ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri