ଦ୍ରୁତଗତିରେ ଆସି ବ୍ୟକ୍ତିଙ୍କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌, ଘଟଣାସ୍ଥଳରେ…

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସନ୍ଥ ଅରକ୍ଷିତ ଦାସ ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ. ଓଡ଼ି୦୨ଏଡି-୮୯୫୭)ଧକ୍କାରେ ଜଣେ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣଙ୍କ ହେଲେ ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜେ.ହରିକୃଷ୍ଣ ଦୋରା(୫୦) । ଶନିବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଦିଗପହଣ୍ଡିରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବସ୍‌ଟି ବେପରୱା ଭାବେ ଦ୍ରୁତଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥଲେ। ଖବରପାଇ ଦିଗପହଣ୍ଡି ପୋଲିସ ଟିମ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ପୋଲିସ ଦୁର୍ଘଟଣା ଘଟାଇଥିବା ବସ୍‌କୁ ଜବତ କରି ଥାନାକୁ ନେଇଛନ୍ତି। ଏନେଇ ଥାନାରେ ମାମଲା ରୁଜୁ କରାଯାଇଛି। ହରିକୃଷ୍ଣଙ୍କ ସ୍ତ୍ରୀ, ଗୋଟିଏ ପୁଅ ଓ ଦୁଇ ଝିଅ ଅଛନ୍ତି। ଗରିବ ଶ୍ରେଣୀର ଅସହାୟ ହରିକୃଷ୍ଣ ଗତ କିଛିଦିନ ହେଲା ଦିଗପହଣ୍ଡି ଅଞ୍ଚଳରେ ବଦାନ୍ୟ ବ୍ୟକ୍ତିଙ୍କ ସହାୟତାରେ ଚଳୁଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ପୋଲିସ କହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?