ବିଧାନସଭା ସମ୍ମୁଖରେ ଦମ୍ପତିଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଥାନାକୁ ଦୌଡ଼ି ନିରାଶ ହେଲେ। ଥାନାଧିକାରୀ ନ୍ୟାୟ ଦେବା ବଦଳରେ ଥାନାରୁ ତଡ଼ିଦେଲେ। ଜିଲା ପ୍ରଶାସନ ମଧ୍ୟ ଶୁଣିଲା ନାହିଁ। ଶେଷରେ ଗଞ୍ଜାମ ଜିଲାର ଏକ ଦମ୍ପତି ଭୁବନେଶ୍ୱର ଚାଲି ଆସି ଧାରଣା ଦେଇଥିଲେ। ହେଲେ ଏଠାରୁ ମଧ୍ୟ ନ୍ୟାୟ ମିଳିବା ଆଶା ହରାଇବା ପରେ ଶନିବାର ବିଧାନସଭା ସମ୍ମୁଖରେ ଦେହରେ କିରୋସିନ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ଉପସ୍ଥିତ ସୁରକ୍ଷାକର୍ମୀମାନେ ସେମାନଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଆହତ ଦମ୍ପତି ହେଲେ ବୁଗୁଡ଼ା ଥାନାଞ୍ଚଳର ବସନ୍ତ ସାହୁ ଓ ତାଙ୍କ ସ୍ତ୍ରୀ ରୀତା। କ୍ୟାପିଟାଲ ଥାନା ପୋଲିସ ସେମାନଙ୍କୁ ପଚରାଉଚରା କରିବା ସହ ସୁସ୍ଥ ହେବା ପରେ ଛାଡ଼ି ଦେଇଥିବା ଜଣାପଡିଛି।
ଜମିବାଡ଼ି ବିବାଦକୁ ନେଇ ବସନ୍ତଙ୍କ ଭାଇମାନେ ସେମାନଙ୍କୁ ନାନା ହଇରାଣ କରୁଛନ୍ତି। ଗଞ୍ଜାମ ଜିଲା ପ୍ରଶାସନ, ପୋଲିସର ନିଷ୍ରିୟତା ବିରୋଧରେ ଗତ ୧୫ଦିନ ଧରି ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜିରେ ଧାରଣାରେ ବସିଥିଲେ। ହେଲେ କୌଣସି ନ୍ୟାୟ ନ ମିଳିବାରୁ ଶନିବାର ଅପରାହ୍ନ ପ୍ରାୟ ୨ଟା ୫୦ରେ ସେମାନେ ହାତରେ କିରୋସିନ ବୋତଲ ଧରି ବିଧାନସଭା ଆଡକୁ ଚାଲି ଚାଲି ଯାଉଥିଲେ। ପୋଲିସ ଚାରିଆଡେ ପଇଁତରା ମାରୁଥିବା ସମୟରେ ସ୍ବାମୀ-ସ୍ତ୍ରୀ ଦୁହେଁ କିରୋସିନ ଢ଼ାଳି ଆତ୍ମହତ୍ୟା ପାଇଁ ଉଦ୍ୟମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri