ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସାରେ ଶତମୁଖ ତାରା

ଜୟପୁର,୪।୨(ନି.ପ୍ର.): କଂଗ୍ରେସର ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାରେ ସରକାର ବିରୋଧୀ ହୋ ହଲ୍ଲା ପାଇଁ ବେଶ ଜଣାଶୁଣା। ତେବେ ଶୁକ୍ରବାର ଜୟପୁର ବିକ୍ରମଦେବ ସୟଂଶାସିତ ମହାବିଦ୍ୟାଳୟର ୭୫ତମ ପ୍ଲାଟିନମ ଜୁବିଲି ସମାରୋହରେ ତାରାଙ୍କର ଭିନ୍ନ ରୂପ ଦେଖିବାକୁ ମିଳିଥିଲା। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ଏହାର ଦିନକ ପୂର୍ବରୁ ରାଜ୍ୟ ସରକାର ବିକ୍ରମ ଦେବ କଲେଜକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବାକୁ ଘୋଷଣା କରିଥିଲେ। ଏହି ଖୁସିରେ ତାରା ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସାରେ ଶତମୁଖ ହୋଇପଡିଥିଲେ। ଏପରିକି ନବୀନ ପଟ୍ଟନାୟକ ଜିନ୍ଦାବାଦ ନାରା ଦେବା ସହ ସ୍ବାଗତମ୍‌ ବୋଲି ସମ୍ବୋଧନ କରିଥିଲେ। କେବଳ ସେତିକି ନୁହେଁ ମୁଖ୍ୟନ୍ତ୍ରୀଙ୍କ ପାଇଁ କରତାଳି ହୋଇ ଯାଉ ବୋଲି ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ କହିଥିଲେ। ତାରା ଏତିକିରେ ଅଟକି ନ ଥିଲେ। ଆଉ ପାଦେ ଆଗକୁ ଯାଇ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ ଓ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ମଧ୍ୟ ଭୂରି ଭୂରି ପ୍ରଶଂସା କରିଥିବା ଦେଖିବାକୁ ମିଳୁଛି। ତାରାଙ୍କ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା ଉପସ୍ଥିତ ଦର୍ଶକ ଓ ବିଜେଡି ନେତା, ମନ୍ତ୍ରୀଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଗୋଟିଏ ପଟେ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରବି ନନ୍ଦଙ୍କୁ ସଭାରେ ବସିବାକୁ ଅନୁମତି ମିିଳି ନ ଥିବା ବେଳେ ତାରାଙ୍କ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି।
ଏ ସମ୍ପର୍କରେ ତାରାଙ୍କୁ ପଚାରିବାରୁ ସେ କହିଲେ, ସେମିତି କିଛି ଉଦ୍ଦେଶ୍ୟ ନାହିଁ। ଜୟପୁର ତଥା ଦକ୍ଷିଣ ଓଡ଼ିଶାବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଥିବରୁ ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri