ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସାରେ ଶତମୁଖ ତାରା

ଜୟପୁର,୪।୨(ନି.ପ୍ର.): କଂଗ୍ରେସର ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାରେ ସରକାର ବିରୋଧୀ ହୋ ହଲ୍ଲା ପାଇଁ ବେଶ ଜଣାଶୁଣା। ତେବେ ଶୁକ୍ରବାର ଜୟପୁର ବିକ୍ରମଦେବ ସୟଂଶାସିତ ମହାବିଦ୍ୟାଳୟର ୭୫ତମ ପ୍ଲାଟିନମ ଜୁବିଲି ସମାରୋହରେ ତାରାଙ୍କର ଭିନ୍ନ ରୂପ ଦେଖିବାକୁ ମିଳିଥିଲା। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ଏହାର ଦିନକ ପୂର୍ବରୁ ରାଜ୍ୟ ସରକାର ବିକ୍ରମ ଦେବ କଲେଜକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବାକୁ ଘୋଷଣା କରିଥିଲେ। ଏହି ଖୁସିରେ ତାରା ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସାରେ ଶତମୁଖ ହୋଇପଡିଥିଲେ। ଏପରିକି ନବୀନ ପଟ୍ଟନାୟକ ଜିନ୍ଦାବାଦ ନାରା ଦେବା ସହ ସ୍ବାଗତମ୍‌ ବୋଲି ସମ୍ବୋଧନ କରିଥିଲେ। କେବଳ ସେତିକି ନୁହେଁ ମୁଖ୍ୟନ୍ତ୍ରୀଙ୍କ ପାଇଁ କରତାଳି ହୋଇ ଯାଉ ବୋଲି ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ କହିଥିଲେ। ତାରା ଏତିକିରେ ଅଟକି ନ ଥିଲେ। ଆଉ ପାଦେ ଆଗକୁ ଯାଇ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ ଓ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ମଧ୍ୟ ଭୂରି ଭୂରି ପ୍ରଶଂସା କରିଥିବା ଦେଖିବାକୁ ମିଳୁଛି। ତାରାଙ୍କ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା ଉପସ୍ଥିତ ଦର୍ଶକ ଓ ବିଜେଡି ନେତା, ମନ୍ତ୍ରୀଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଗୋଟିଏ ପଟେ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରବି ନନ୍ଦଙ୍କୁ ସଭାରେ ବସିବାକୁ ଅନୁମତି ମିିଳି ନ ଥିବା ବେଳେ ତାରାଙ୍କ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି।
ଏ ସମ୍ପର୍କରେ ତାରାଙ୍କୁ ପଚାରିବାରୁ ସେ କହିଲେ, ସେମିତି କିଛି ଉଦ୍ଦେଶ୍ୟ ନାହିଁ। ଜୟପୁର ତଥା ଦକ୍ଷିଣ ଓଡ଼ିଶାବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଥିବରୁ ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?