ବାଦାମବାଡ଼ିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ, ଖର୍ଚ୍ଚ ହେବ ୩୦ କୋଟି ୫୮ ଲକ୍ଷ ଟଙ୍କା

ଭୁବନେଶ୍ୱର,୮ା୧୦(ଅସମାପିକା ସାହୁ): ବିଶିଷ୍ଟ ସଂଗ୍ରାମୀ, ସମାଜବାଦୀ ନେତା ସ୍ବର୍ଗତଃ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ-ଅନୁଗୋଳ ବସ୍‌ଷ୍ଟାଣ୍ଡ ବାଦାମବାଡ଼ିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦ କୋଟି ୫୮ ଲକ୍ଷ ୩୧ ହଜାର ୧୦୦ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି।
୫-ଟି ସଚିବ ଭିକେ ପାଣ୍ଡିଆନଙ୍କ କଟକ ଗସ୍ତ ସମୟରେ କଟକରେ ସ୍ବର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ କଟକବାସୀଙ୍କ ମତାମତକୁ ଗ୍ରହଣ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ଏହି ଲାଇବ୍ରେରୀରେ ଏକ ବଡ଼ ରିଡିଂ ହଲ୍‌ ମଧ୍ୟ ରହିବ। ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଛାତ୍ରୀଛାତ୍ର ସେଠାରେ ପ୍ରସ୍ତୁତି କରି ପାରିବେ।

ସୂଚନାଯୋଗ୍ୟ, ସ୍ବର୍ଗତ ବିଶ୍ୱନାଥ ପଣ୍ଡିତ କଟକର ଡଗରପଡ଼ାଠାରେ ଜନ୍ମଗ୍ରହଣ କରିଥିଲେ। ସ୍ବାଧୀନତା ସଂଗ୍ରାମରେ ଯୋଗ ଦେଇ ସେ କାରାବରଣ କରିଥିଲେ। ପରେ ସମାଜବାଦୀ ଆନ୍ଦୋଳନରେ ଯୋଗ ଦେଇ ଦଳିତ, ଶ୍ରମିକ ଓ ମଜଦୁରମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ ଜୀବନବ୍ୟାପୀ ସଂଗ୍ରାମ କରିଥିଲେ।

ତାଙ୍କ ନାମରେ ଲାଇବ୍ରେରୀ ପ୍ରତିଷ୍ଠା ଦ୍ୱାରା ସ୍ବର୍ଗତ ପଣ୍ଡିତଙ୍କର ସ୍ମୃତିକୁ ଉପଯୁକ୍ତ ସମ୍ମାନ ମିଳିବା ସହିତ ତାଙ୍କ ଅବଦାନ ସମ୍ପର୍କରେ ଜନସାଧାରଣ, ବିଶେଷକରି ଯୁବସମାଜ ଅବଗତ ହେବା ସହିତ ଅନୁପ୍ରାଣିତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri