ବେଲ୍‌ଭ୍ୟୁରେ ସ୍ଥାପନ ହେବ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି

କଟକ ଅଫିସ,୨୬।୨: ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ପାଳନ ନିମନ୍ତେ କଟକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ପି ଭର୍ତ୍ତୃହରି ମହତାବ ଯୋଗଦେଇ କହିଥିଲେ, ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ପାଳନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ଏହା ମଧ୍ୟରେ କଟକ ରେଳ ଷ୍ଟେଶନଠାରୁ ଶୋଭାଯାତ୍ରା ବାହାରି କାଠଯୋଡିସ୍ଥିତ ବେଲଭ୍ୟୁ ଛକ ପର୍ଯ୍ୟନ୍ତ ଯାତ୍ରା କରିବ। ଏହି ଶୋଭାଯାତ୍ରାରେ ନଦିଆ ସଙ୍କୀର୍ତ୍ତନ ମଣ୍ଡଳୀ, ଖ୍ରୀଷ୍ଟ ସମାଜ, ବିଭିନ୍ନ ହିନ୍ଦୁ ସଙ୍ଗଠନ ସାମିଲ ହେବ। ଏଥିସହିତ ଗାନ୍ଧିଜୀଙ୍କ ଚରଖା ବ୍ୟବହାର, ଅହିଂସା ଓ ସମ୍ପ୍ରଦାୟିକ ସଦ୍‌ଭାବକୁ ନେଇ ଏକ ପ୍ରଜ୍ଞାପନ ମେଢ ୨୦ଟି ସ୍ଥାନ ଦେଇ ସହର ଅତିକ୍ରମ କରିବ। ବେଲଭ୍ୟୁସ୍ଥିତ ନଦୀଶଯ୍ୟାରେ ଗାନ୍ଧିଜୀଙ୍କ ଆଗମନର ଦୃଶ୍ୟ ସହ ତାଙ୍କର ଏକ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ ା ସେହିପରି ପାର୍କ, ଏମ୍ଫି ଥିଏଟରର ବ୍ୟବସ୍ଥା କରାଯାଉଛି ବୋଲି ଏମ୍‌ପି କହିଥିଲେ। ବୈଠକରେ ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ ଯୋଗଦେଇ ଶୋଭାଯାତ୍ରା ସୂଚାରୁରୂପେ ଆୟୋଜନ ସମ୍ପର୍କରେ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଏହି ଅବସରରେ ଜଷ୍ଟିସ ମନୋରଞ୍ଜନ ମହାନ୍ତି ଉତ୍କଳ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ଦ୍ୱାରା ସଂଗୃହୀତ ସୂଚନା ପୁସ୍ତିକା ଉପସ୍ଥାପନ କରିଥିଲେ। ଏତଦ୍‌ବ୍ୟତୀତ ରାମଧୁନ, ଖଦି ପରିଧାନ ତଥା ଗାନ୍ଧୀବାଣୀ ସମ୍ବନ୍ଧୀୟ ସଂକ୍ଷିପ୍ତ ବିବରଣୀ ପୁସ୍ତିକା ବଣ୍ଟନ କରାଯିବ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସିଏମ୍‌ସି କମିଶନର ଅନନ୍ୟା ଦାସ, ମଧୁସୂଦନ ସାହୁ, ଗିରିବାଳା ବେହେରା, ଅମରେନ୍ଦ୍ର ମହାନ୍ତି, ଧର୍ମେଶ ନାୟକ, ନୟନ ମହାନ୍ତି, ରଞ୍ଜନ ବିଶ୍ୱାଳ, ସନ୍ତୋଷ ପତି ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶୋକ ଷଡଙ୍ଗୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri