Posted inଜାତୀୟ

ୟେଦୁରପ୍ପାଙ୍କ ଗିରଫଦାରି ଉପରେ ରୋକ୍‌

ବେଙ୍ଗାଲୁରୁ,୧୪ା୬(ପି.ଟି.): ପୋକ୍‌ସୋ ମାମଲାରେ ସମ୍ପୃକ୍ତ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କୁ ଗିରଫ ନ କରିବା ପାଇଁ କର୍ନାଟକ ହାଇକୋର୍ଟ ଶୁକ୍ରବାର ଅପରାଧ ତଦନ୍ତ ବିଭାଗ (ସିଆଇଡି)କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ତଦନ୍ତ ଚଳାଇଥିବା ସିଆଇଡିରେ ଆସନ୍ତା ୧୭ ତାରିଖରେ ହାଜର ହେବା ପାଇଁ ହାଇକୋର୍ଟ ବରିଷ୍ଠ ଭାଜପା ନେତା ୟେଦୁରପ୍ପାଙ୍କୁ କହିଛନ୍ତି। ଗତ ଫେବୃଆରୀରେ ୟେଦୁରପ୍ପା ତାଙ୍କ ବାସଭବନରେ ଜଣେ ୧୭ ବର୍ଷୀୟାଙ୍କୁ ଅସଦାଚରଣ କରିଥିବା ନେଇ ତାଙ୍କ ମା’ ଅଭିଯୋଗ କରିଥିଲେ। ଉକ୍ତ ଅଭିଯୋଗ ଆଧାରରେ ପୋଲିସ ମାର୍ଚ୍ଚ ୧୪ରେ ୟେଦୁରପ୍ପାଙ୍କ ବିରୋଧରେ ଶିଶୁ ଯୌନ ଅପରାଧ ସୁରକ୍ଷା (ପୋକ୍‌ସୋ) ଆଇନ ଏବଂ ଆଇପିସିର ବିଭିନ୍ନ ଦଫାରେ ମାମଲା ରୁଜୁ କରିଥିଲା। ସିଆଇଡିର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ର ନିବେଦନକ୍ରମେ ଫାଷ୍ଟ ଟ୍ରାକ୍‌ କୋର୍ଟ ଗୁରୁବାର ୟେଦୁରପ୍ପାଙ୍କ ବିରୋଧରେ ଜାମିନବିହୀନ ଗିରଫ ପରଓ୍ବାନା ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri