Posted inଖେଳ

ଇତିହାସରୁ ଗୋଟିଏ ପାଦ ଦୂରରେ

ଚାଟେରକ୍ସ,୩ା୮: ଭାରତୀୟ ଶୁଟିଂ ସେନ୍‌ସେସନ୍‌ ମନୁ ଭାକର ଇତିହାସ ରଚିବାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛନ୍ତି। ଶୁକ୍ରବାର ମନୁ ୨୫ ମିଟର ସ୍ପୋଟର୍‌ସ ପିସ୍ତଲ ଇଭେଣ୍ଟର ଫାଇନାଲରେ ପହଞ୍ଚିବା ସହ ଗୋଟିଏ ସଂସ୍କରଣରେ ତୃତୀୟ ପଦକ ଜିତିବାର ନିକଟତର ହୋଇଛନ୍ତି। ୨୨ ବର୍ଷୀୟା ମନୁ ପୂର୍ବରୁ ୧୦ ମିଟର ପିସ୍ତଲ ମହିଳା ଓ ମିକ୍ସଡ ଟିମ୍‌ ଇଭେଣ୍ଟରେ ଗୋଟିଏ ଲେଖାଏ ବ୍ରୋଞ୍ଜ ପଦକ ହାସଲ କରି ସାରିଛନ୍ତି। ଶୁକ୍ରବାର ମନୁ ୫୯୦ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହି ଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ। ମନୁ ପ୍ରିସିସନ୍‌ ରାଉଣ୍ଡରେ ୨୯୪ ପଏଣ୍ଟ ସ୍କୋର କରିଥିବା ବେଳେ ର଼୍ୟାପିଡ୍‌ ରାଉଣ୍ଡରେ ୨୯୬ ପଏଣ୍ଟ ସ୍କୋର କରିଥିଲେ। ଏହି ଇଭେଣ୍ଟରେ ହଙ୍ଗେରୀର ଭେରୋନିକା ମେଜର ମୋଟ ୫୯୨ (୨୯୪+୨୯୮) ପଏଣ୍ଟ ସ୍କୋର କରି ପ୍ରଥମ ସ୍ଥାନରେ ରହିଥିଲେ। ଭେରୋନିକା ଏହା ସହ ଅଲିମ୍ପିକ୍ସରେ ବିଶ୍ୱ ରେକର୍ଡର ସମକକ୍ଷ ହୋଇଛନ୍ତି। ଅନ୍ୟତମ ଭାରତୀୟ ଇଶା ସିଂ ଦଶମ ସ୍ଥାନରେ ରହି ଫାଇନାଲକୁ ଯୋଗ୍ୟତା ଅର୍ଜନରେ ବିଫଳ ହୋଇଥିଲେ।

ଭାରତୀୟ ରୋୟର ବଲରାଜ ପନଓ୍ବର ୨୩ ତମ ସ୍ଥାନରେ ରହି ଅଲିମ୍ପିକ୍ସରେ ଅଭିଯାନ ଶେଷ କରିଛନ୍ତି। ହରିୟାଣାର ୨୫ ବର୍ଷୀୟ ଯୁବକ ଶୁକ୍ରବାର ୧୯-୨୪ତମ ପ୍ଲେ ଅଫ୍‌ରେ ମୁକାବିଲା କରୁଥିଲେ। ଚଳିତ ଗେମ୍ସରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ ଦେବା ସହିତ ବଲରାଜ ୭:୦୨.୩୭ ସେକେଣ୍ଡର ଟାଇମିଂ ହାସଲ କରିଥିଲେ। ରିପିଚେଜ୍‌ ରାଉଣ୍ଡରେ ବିଜୟ ଆଧାରରେ ବଲରାଜ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲେ। ତେବେ ପଞ୍ଚମ ସ୍ଥାନରେ ରହି ସେ ମେଡାଲ ଦୌଡ଼ରୁ ବାଦ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri