ସୁରକ୍ଷା ବନ୍ଧ କାର୍ଯ୍ୟ ଚାଲୁଥିବା ବେଳେ ନଦୀକୁ ଖସିଲା ପଥର

ଆରଡ଼ି,୮ା୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡ଼ି ପଞ୍ଚାୟତ ଅଧୀନ ଶିତଳପୁର ଗାଁ ନିକଟରେ ପ୍ରବାହିତ ସାଳନ୍ଦୀ ନଦୀକୂଳରେ ଥିବା ସୁରକ୍ଷା ବନ୍ଧ କାର୍ଯ୍ୟ ଚାଲୁ ରହିଥିବା ବେଳେ ରବିବାର ପଥର ସମେତ ବନ୍ଧ ନଦୀ ଗର୍ଭକୁ ଧସି ଯାଇଛି । ଫଳରେ ନଦୀ କୂଳିଆବାସୀଙ୍କ ମଧ୍ୟରେ ଭୟ ଦେଖା ଦେଇଛି । ନଦୀ ଜୁଆରିଆ ଥିବାରୁ ପୁଣି ବନ୍ଧ ଧସିବା ସହ ନଦୀ ଗାଁ ଆଡ଼କୁ ମାଡ଼ି ଆସିବାର ସମ୍ଭାବନା ଦେଖାଦେଇଛି। ଗ୍ରାମବାସୀଙ୍କ ମଧ୍ୟରେ କୁମ୍ଭୀର ଭୟ ମଧ୍ୟ ସୃଷ୍ଟି ହୋଇଛି। ନିୟମିତ ନଦୀବନ୍ଧରେ ପଥର ପ୍ୟାକିଂ କାମ ଚାଲୁ ରହିଲେ ଏମିତି ସମସ୍ୟା ଉପୁଜନ୍ତା ନାହିଁ ବୋଲି ଗ୍ରାମବାସୀ କହିଛନ୍ତି। ଠିକାଦାର ନଦୀବନ୍ଧରେ ପଥର ପକାଇବା ସହ କିଛି ଦିନ କାମ ବନ୍ଦ କରୁଥିବାରୁ ଏଭଳି ସମସ୍ୟା ଉପୁଜୁଥିବା ସେମାନେ କହିଛନ୍ତି। ଏଠାରେ ଦୀର୍ଘ ୮ ବର୍ଷରୁ ଊଦ୍ଧର୍‌ବ ସମୟ ଧରି ନଦୀବନ୍ଧ ଧସୁଥିଲେ ବି କେବଳ ବାଲିବସ୍ତା ଦେଇ କାମ ଚଳାଯାଉଥିଲା। ପଥର ପ୍ୟାକିଂ କାମ ମଧ୍ୟ ପ୍ରାୟ ୧ ବର୍ଷ ତଳୁ ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ନଦୀବନ୍ଧ ପଥର ପ୍ୟାକିଂ ତୁରନ୍ତ ସାରିବାକୁ ଗ୍ରାମବାସୀ କହିଛନ୍ତି। ଅଧାପନ୍ତରିଆ କର୍ଯ୍ୟ ଚାଲିଲେ ପୁନର୍ବାର ଏଭଳି ସମସ୍ୟା ଉପୁଜିବାକୁ ଏଡ଼ାଇ ଦିଆଯାଇ ନ ପାରେ। ତେବେ ନଦୀବନ୍ଧ ପଥର ପ୍ୟାକିଂ କାର୍ଯ୍ୟ ଚାଲୁଥିବା ବେଳେ ପଥର ନଦୀବନ୍ଧକୁ ଧସିଲେ ସେମିତି କିଛି ସମସ୍ୟା ନାହିଁ। କାରଣ ଯେଉଁ ସ୍ଥାନରେ ପଥର ଧସିଛି ସେହିସ୍ଥାନରେ ୩୦ ମିଟର ତଳୁ ଅର୍ଥାତ ନଦୀଶଯ୍ୟାରୁ ପଥର ପଡ଼ି କୂଳ ପର୍ଯ୍ୟନ୍ତ ଆସିବ ବୋଲି କହିଛନ୍ତି ଜଳସେଚନ ବିଭାଗ କନିଷ୍ଠ ଯନ୍ତ୍ରୀ କିଶୋର ଦାସ। ତେବେ ପଥର ପ୍ୟାକିଂ କାର୍ଯ୍ୟ ଚାଲୁ ରହିଛି। ଏହାକୁ ସ୍ଥାୟୀ ଭାବରେ ନିର୍ମାଣ କରି ସମସ୍ୟାର ସମାଧାନ କରାଯିବ ବୋଲି କନିଷ୍ଠ ଯନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri