ନୀଳଗିରିରେ ହେବ ପଥର ଶିଳ୍ପ କରିଡର

ନୀଳଗିରି,୨୨।୧୨(ସ୍ବ.ପ୍ର): ଚମକିବ ନୀଳଗିରି ଉପଖଣ୍ଡରେ ଥିବା ପଥରଶିଳ୍ପ। ଶିଳ୍ପ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଶକ୍ତି ବିଭାଗର ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କ ଜନ୍ମଦିନ ଅବସରରେ ବୁଧବାର ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଶୈବପୀଠର ଦର୍ଶନ କରିବାକୁ ଆସିଥିବାବେଳେ ଦୀର୍ଘଦିନ ଧରି ସନ୍ତରାଗଡି଼ଆ, ବଉଳଗଡ଼ିଆ ଅଞ୍ଚଳର ପଥରଶିଳ୍ପୀଙ୍କୁ ଉପହାର ସ୍ବରୂପ ଶିଳ୍ପ କରିଡ଼ର ଘୋଷଣା କରିଛନ୍ତି।

କେବଳ ଦେଶ ନୁହେଁ ବିଶ୍ୱସ୍ତରରେ ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳର ସୁନାମ ରହିଛି। ଏହି ଅଞ୍ଚଳର ଶିଳ୍ପୀମାନେ ସାରା ଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏହାକୁ ବଞ୍ଚାଇ ରଖିବା ପାଇଁ ପଞ୍ଚଲିଙ୍ଗେଶ୍ୱରଠାରେ ୧୦ ଏକର ଜାଗାରେ ଏକ ଶିଳ୍ପ କରିଡ଼ର ଏବଂ କ୍ରାଫ୍ଟ ଭିଲେଜ୍‌ ପାଇଁ ସ୍ଥାନ ଚିହ୍ନଟ କରିବାକୁ ବିଭାଗୀୟ ମନ୍ତ୍ରୀ ପ୍ରତାପ ଦେବ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଯେତେ ଶୀଘ୍ର ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ସହମତିରେ କ୍ଲଷ୍ଟର ନିର୍ମାଣ କରିବାକୁ ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି। ପୁରୀର ରଘୁରାଜପୁର ପରି କ୍ରାଫ୍ଟ ଭିଲେଜ ପଞ୍ଚଲିଙ୍ଗେଶ୍ୱରଠାରେ ନିର୍ମାଣ ହେଲେ ଦେଶ ବିଦେଶରେ ଅନେକ ଲୋକ ଗୋଟିଏ ସ୍ଥାନରେ ପଥର ସୁନ୍ଦର କାରୁକାର୍ଯ୍ୟ ଥିବା ମୂର୍ତ୍ତି ଦେଖିପାରିବେ। ପଥର ଶିଳ୍ପୀମାନେ ସ୍ମଲ ସ୍କେଲ ଇଣ୍ଡଷ୍ଟ୍ରି ସହିତ ଯୋଡ଼ି ହେବେ ଏବଂ ମେକ୍‌ ଇନ୍‌ ଓଡ଼ିଶା ସହିତ ନିଜକୁ ଯୋଡ଼ି ପାରିବା ସହ ସହଜ ଋଣ ମଧ୍ୟ ପାଇପାରିବେ ବୋଲି ମନ୍ତ୍ରୀ କହିଛନ୍ତି।

ପଞ୍ଚଲିଙ୍ଗେଶ୍ୱରଠାରେ ଏକ ୩୩ କେଭି ଗ୍ରୀଡ୍‌ ସ୍ଥାପନ ପାଇଁ ହୋଇଥିବା ଦାବିକୁ ଦୃଷ୍ଟି ଦେଇ ବିହୀତ ପଦକ୍ଷେପ ନେବେ ବୋଲ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ପରିଦର୍ଶନ ବେଳେ ସ୍ଥାନୀୟ ବିଜେଡି ନେତା ସନ୍ତୋଷ ଖଟୁଆ, ଜିଲା ଯୁବ ବିଜେଡ଼ି ସଭାପତି ତାପସ ପରିଡ଼ା, ଶୁଭେନ୍ଦୁ ମଙ୍ଗରାଜ, ଶୁଭେନ୍ଦୁ ଶେଖର ଜେନା, ମନୋରଞ୍ଜନ ଦାସ, କୈଳାଶ ପଣ୍ଡା, ପୁରସ୍ତମ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri