ଆସୁଛି ବାତ୍ୟା

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ଅନ୍ତର୍ଜାତୀୟ ପାଣିପାଗ ସଂସ୍ଥା ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ୍‌(ଜିଏଫ୍‌ଏସ୍‌) ସମେତ ବିଭିନ୍ନ ପାଣିପାଗ ମଡେଲ କରିଥିବା ଅନୁମାନ ଧୀରେ ଧୀରେ ସତ ହେବାରେ ଲାଗିଛି। ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ୨୨ ତାରିଖ ସୁଦ୍ଧା ଏହା ଡିପ୍ରେସନ(ଅବପାତ)ରେ ପରିଣତ ହେବ। ପରବର୍ତ୍ତୀ ସମୟରେ ସମୁଦ୍ରରେ ଏହା ଅଧିକ ଶକ୍ତିଶାଳୀ ହୋଇ ଭୟଙ୍କର ସାମୁଦ୍ରିକ ଝଡ଼ର ରୂପ ନେବାର ଆଶଙ୍କା ରହିଛି। ତେବେ ଝଡ଼ର ସମ୍ପୂର୍ଣ୍ଣ ଚିତ୍ର ଏବେ ସୁଦ୍ଧା ସ୍ପଷ୍ଟ ହୋଇ ନାହିଁ। ଏହା କେଉଁ ଦିଗ ଦେଇ ଗତି କରିବ ଓ ଏହାର ବେଗ ଏବଂ ପ୍ରଭାବ କେତେ ରହିବ ଏ ପର୍ଯ୍ୟନ୍ତ ଠିକ୍‌ ଆକଳନ କରାଯାଇପାରି ନାହିଁ। ଆସନ୍ତା ୨/୩ ଦିନ ମଧ୍ୟରେ ଏ ନେଇ ସ୍ପଷ୍ଟ ଚିତ୍ର ମିଳିବା ସମ୍ଭାବନା ଅଛି।
ଅନ୍ୟପକ୍ଷରେ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ୨୨ ତାରିଖ ପରେ ଅବପାତ ବାତ୍ୟା ରୂପ ନେଇପାରେ। ତେବେ ବାତ୍ୟାଟି କେଉଁ ରାଜ୍ୟ ଦେଇ ଯିବ ନ ଯିବ, ତା’ର ଅନୁମାନ ଏ ପର୍ଯ୍ୟନ୍ତ ହୋଇନି। ଲଘୁଚାପରେ ପରିଣତ ହେଲା ପରେ ହିଁ ଅଧିକ ସ୍ପଷ୍ଟଚିତ୍ର ମିଳିପାରିବ। ବାତ୍ୟା ରୂପ ନେଲାବେଳକୁ ଏହା ସମୁଦ୍ର ଭିତରେ ଥିବ।
ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଜିଲା ପ୍ରଶାସନ ଓ ବିଭିନ୍ନ ବିଭାଗକୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ସରକାରୀ ଅଫିସରମାନଙ୍କୁ ମୁଖ୍ୟାଳୟ ନ ଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ୨୨ ତାରିଖ ପରେ ବାତ୍ୟାର ସ୍ଥିତି ସ୍ପଷ୍ଟ ହେବାକୁ ଥିବାରୁ ସରକାର ଉପକୂଳ ଜିଲାଗୁଡ଼ିକରେ ସରକାରୀ କର୍ମଚାରୀଙ୍କ ଛୁଟିକୁ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବାତିଲ କରିଛନ୍ତି।
ସମ୍ଭାବ୍ୟ ବାତ୍ୟା ଆଶଙ୍କାକୁ ନଜରରେ ରଖି ମଙ୍ଗଳବାର ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ଅସ୍ଥାୟୀ ଦାୟିତ୍ୱରେ ଥିବା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ପ୍ରାକ୍‌ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବିଭିନ୍ନ ବିଭାଗ ଏବଂ ଉପକୂଳ ଜିଲାଗୁଡ଼ିକର ଜିଲାପାଳମାନଙ୍କ ସହ ସମ୍ଭାବ୍ୟ ସ୍ଥିତିର ମୁକାବିଲା ପାଇଁ ଏସ୍‌ଆରସି ପ୍ରାକ୍‌ ପ୍ରସ୍ତୁତି ସମ୍ବନ୍ଧରେ ଆଲୋଚନା କରିଛନ୍ତି। ସମ୍ପୃକ୍ତ ପଦାଧିକାରୀମାନଙ୍କୁ ନିଜର ହେଡ୍‌କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ପରାମର୍ଶ ଦିଆଯାଇଛି। ରାଜ୍ୟ ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ବୋଲି ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ୨୨ ତାରିଖରୁ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।
ଅନ୍ୟପକ୍ଷରେ ଗତ ୨/୩ ଦିନ ହେବ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇଛି। ଗତ ୪୮ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ରେ ୪୮.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୨୮.୮ ପ୍ରତିଶତ ରେକର୍ଡ କରାଯାଇଛି। ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ଆଦୌ ବର୍ଷା ନ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?