ଆସୁଛି ବାତ୍ୟା

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ଅନ୍ତର୍ଜାତୀୟ ପାଣିପାଗ ସଂସ୍ଥା ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ୍‌(ଜିଏଫ୍‌ଏସ୍‌) ସମେତ ବିଭିନ୍ନ ପାଣିପାଗ ମଡେଲ କରିଥିବା ଅନୁମାନ ଧୀରେ ଧୀରେ ସତ ହେବାରେ ଲାଗିଛି। ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ୨୨ ତାରିଖ ସୁଦ୍ଧା ଏହା ଡିପ୍ରେସନ(ଅବପାତ)ରେ ପରିଣତ ହେବ। ପରବର୍ତ୍ତୀ ସମୟରେ ସମୁଦ୍ରରେ ଏହା ଅଧିକ ଶକ୍ତିଶାଳୀ ହୋଇ ଭୟଙ୍କର ସାମୁଦ୍ରିକ ଝଡ଼ର ରୂପ ନେବାର ଆଶଙ୍କା ରହିଛି। ତେବେ ଝଡ଼ର ସମ୍ପୂର୍ଣ୍ଣ ଚିତ୍ର ଏବେ ସୁଦ୍ଧା ସ୍ପଷ୍ଟ ହୋଇ ନାହିଁ। ଏହା କେଉଁ ଦିଗ ଦେଇ ଗତି କରିବ ଓ ଏହାର ବେଗ ଏବଂ ପ୍ରଭାବ କେତେ ରହିବ ଏ ପର୍ଯ୍ୟନ୍ତ ଠିକ୍‌ ଆକଳନ କରାଯାଇପାରି ନାହିଁ। ଆସନ୍ତା ୨/୩ ଦିନ ମଧ୍ୟରେ ଏ ନେଇ ସ୍ପଷ୍ଟ ଚିତ୍ର ମିଳିବା ସମ୍ଭାବନା ଅଛି।
ଅନ୍ୟପକ୍ଷରେ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ୨୨ ତାରିଖ ପରେ ଅବପାତ ବାତ୍ୟା ରୂପ ନେଇପାରେ। ତେବେ ବାତ୍ୟାଟି କେଉଁ ରାଜ୍ୟ ଦେଇ ଯିବ ନ ଯିବ, ତା’ର ଅନୁମାନ ଏ ପର୍ଯ୍ୟନ୍ତ ହୋଇନି। ଲଘୁଚାପରେ ପରିଣତ ହେଲା ପରେ ହିଁ ଅଧିକ ସ୍ପଷ୍ଟଚିତ୍ର ମିଳିପାରିବ। ବାତ୍ୟା ରୂପ ନେଲାବେଳକୁ ଏହା ସମୁଦ୍ର ଭିତରେ ଥିବ।
ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଜିଲା ପ୍ରଶାସନ ଓ ବିଭିନ୍ନ ବିଭାଗକୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ସରକାରୀ ଅଫିସରମାନଙ୍କୁ ମୁଖ୍ୟାଳୟ ନ ଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ୨୨ ତାରିଖ ପରେ ବାତ୍ୟାର ସ୍ଥିତି ସ୍ପଷ୍ଟ ହେବାକୁ ଥିବାରୁ ସରକାର ଉପକୂଳ ଜିଲାଗୁଡ଼ିକରେ ସରକାରୀ କର୍ମଚାରୀଙ୍କ ଛୁଟିକୁ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବାତିଲ କରିଛନ୍ତି।
ସମ୍ଭାବ୍ୟ ବାତ୍ୟା ଆଶଙ୍କାକୁ ନଜରରେ ରଖି ମଙ୍ଗଳବାର ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ଅସ୍ଥାୟୀ ଦାୟିତ୍ୱରେ ଥିବା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ପ୍ରାକ୍‌ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବିଭିନ୍ନ ବିଭାଗ ଏବଂ ଉପକୂଳ ଜିଲାଗୁଡ଼ିକର ଜିଲାପାଳମାନଙ୍କ ସହ ସମ୍ଭାବ୍ୟ ସ୍ଥିତିର ମୁକାବିଲା ପାଇଁ ଏସ୍‌ଆରସି ପ୍ରାକ୍‌ ପ୍ରସ୍ତୁତି ସମ୍ବନ୍ଧରେ ଆଲୋଚନା କରିଛନ୍ତି। ସମ୍ପୃକ୍ତ ପଦାଧିକାରୀମାନଙ୍କୁ ନିଜର ହେଡ୍‌କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ପରାମର୍ଶ ଦିଆଯାଇଛି। ରାଜ୍ୟ ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ବୋଲି ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ୨୨ ତାରିଖରୁ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।
ଅନ୍ୟପକ୍ଷରେ ଗତ ୨/୩ ଦିନ ହେବ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇଛି। ଗତ ୪୮ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ରେ ୪୮.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୨୮.୮ ପ୍ରତିଶତ ରେକର୍ଡ କରାଯାଇଛି। ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ଆଦୌ ବର୍ଷା ନ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri