Posted inଫୁରସତ

ରାସ୍ତାରେ ଗଡୁଛି ଅଜବ କାର୍‌, କେତେବେଳେ ସିଧା ତ କେତେବେଳେ ଓଲଟା, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଏଥିରୁ କିଛି ଭିଡିଓ ଲୋକଙ୍କୁ ଚକିତ କରିଦେବା ପରି ହୋଇଥାଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ବ୍ୟକ୍ତି ରାସ୍ତାରେ ଏକ କାର୍‌ ଚଳାଉଥିବାର ନଜର ଆସିଛନ୍ତି। ପ୍ରଥମେ ସେ କାରକୁ ସିଧା ଚଳାନ୍ତି, କିନ୍ତୁ ପରେ ସେ ଏହାକୁ ଓଲଟା ଚଳାଉଥିବାର ଦେଖାଯାଏ। ସେହି ବ୍ୟକ୍ତିଙ୍କ ଏହି କୀର୍ତ୍ତିମାନ ଦେଖି ଲୋକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଆପଣ ମଧ୍ୟ ଏହି ଭିଡିଓ ଦେଖିବା ପରେ ନିଶ୍ଚିତ ଆଶ୍ଚର୍ଯ୍ୟ ହେବେ।

ଭିଡିଓଟି ‘ଏକ୍ସ’ରେ @ScienceGuys_ନାମକ ଏକ ଆକାଉଣ୍ଟରେ ଶେୟାର କରାଯାଇଛି। ଏହି ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୨୩ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି। ଏଥି ସହିତ ବହୁ ସଂଖ୍ୟକ ଲୋକ କମେଣ୍ଟ ବି ଦେଇଛନ୍ତି। ଅଢ଼େଇ ହଜାରରୁ ଅଧିକ ଲୋକ  ଏହି ଭିଡିଓକୁ ଶେୟାର କରିଛନ୍ତି। ୨୦ ହଜାର ଲୋକ ଭିଡିଓକୁ ଲାଇକ୍‌ କରିଛନ୍ତି।

ଭିଡିଓ ଆରମ୍ଭରେ ବଡ଼ ବଡ଼ ଚକ କାର୍‌ରେ ଲାଗିଛି। କାର୍‌ଟି ଧଳା ରଙ୍ଗର। ଏହି କାର୍‌ଟି ଉଭୟ ସମତଳ ରାସ୍ତା ଏବଂ ଉଚ୍ଚରେ ବି ଗତି କରୁଛି। ଭିଡିଓ ଶେଷରେ ଚାଳକ ଜଣକ କାର୍‌କୁ ଓଲଟପାଲଟ କରୁଥିବାର ନଜର ଆସିଛନ୍ତି। ଏହା ହେଉଛି ଭିଡିଓର ସବୁଠାରୁ ଆଶ୍ଚର୍ଯ୍ୟଚକିତ ଦୃଶ୍ୟ। ମାତ୍ର ୧୭ ସେକେଣ୍ଡର ଏହି ଭିଡିଓ ୟୁଜରମାନଙ୍କ ପ୍ରଥମ ପସନ୍ଦ ହୋଇପାରିଛି।

ଜଣେ ୟୁଜର କହିଛନ୍ତି, ବାଃ, ବହୁତ ଭଲ। ଆଉ ଜଣେ କହିଛନ୍ତି ସଚ୍ଚୋଟତାର ସହ କହୁଛି ଏହା ବହୁତ ଭଲ। ଅନ୍ୟ ଜଣେ ୟୁଜର କହିଛନ୍ତି, ଅଜବ କାର୍‌। ସେହିପରି ଆଉ ଜଣେ ୟୁଜର କହିଛନ୍ତି, ଏହା ଆଶ୍ଚର୍ଯ୍ୟଜନକ ଇନୋଭେଟିବ୍‌ ଏକ୍ସପରିମେଣ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri