Posted inଫୁରସତ

ରାସ୍ତାରେ ଗଡୁଛି ଅଜବ କାର୍‌, କେତେବେଳେ ସିଧା ତ କେତେବେଳେ ଓଲଟା, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଏଥିରୁ କିଛି ଭିଡିଓ ଲୋକଙ୍କୁ ଚକିତ କରିଦେବା ପରି ହୋଇଥାଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ବ୍ୟକ୍ତି ରାସ୍ତାରେ ଏକ କାର୍‌ ଚଳାଉଥିବାର ନଜର ଆସିଛନ୍ତି। ପ୍ରଥମେ ସେ କାରକୁ ସିଧା ଚଳାନ୍ତି, କିନ୍ତୁ ପରେ ସେ ଏହାକୁ ଓଲଟା ଚଳାଉଥିବାର ଦେଖାଯାଏ। ସେହି ବ୍ୟକ୍ତିଙ୍କ ଏହି କୀର୍ତ୍ତିମାନ ଦେଖି ଲୋକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଆପଣ ମଧ୍ୟ ଏହି ଭିଡିଓ ଦେଖିବା ପରେ ନିଶ୍ଚିତ ଆଶ୍ଚର୍ଯ୍ୟ ହେବେ।

ଭିଡିଓଟି ‘ଏକ୍ସ’ରେ @ScienceGuys_ନାମକ ଏକ ଆକାଉଣ୍ଟରେ ଶେୟାର କରାଯାଇଛି। ଏହି ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୨୩ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି। ଏଥି ସହିତ ବହୁ ସଂଖ୍ୟକ ଲୋକ କମେଣ୍ଟ ବି ଦେଇଛନ୍ତି। ଅଢ଼େଇ ହଜାରରୁ ଅଧିକ ଲୋକ  ଏହି ଭିଡିଓକୁ ଶେୟାର କରିଛନ୍ତି। ୨୦ ହଜାର ଲୋକ ଭିଡିଓକୁ ଲାଇକ୍‌ କରିଛନ୍ତି।

ଭିଡିଓ ଆରମ୍ଭରେ ବଡ଼ ବଡ଼ ଚକ କାର୍‌ରେ ଲାଗିଛି। କାର୍‌ଟି ଧଳା ରଙ୍ଗର। ଏହି କାର୍‌ଟି ଉଭୟ ସମତଳ ରାସ୍ତା ଏବଂ ଉଚ୍ଚରେ ବି ଗତି କରୁଛି। ଭିଡିଓ ଶେଷରେ ଚାଳକ ଜଣକ କାର୍‌କୁ ଓଲଟପାଲଟ କରୁଥିବାର ନଜର ଆସିଛନ୍ତି। ଏହା ହେଉଛି ଭିଡିଓର ସବୁଠାରୁ ଆଶ୍ଚର୍ଯ୍ୟଚକିତ ଦୃଶ୍ୟ। ମାତ୍ର ୧୭ ସେକେଣ୍ଡର ଏହି ଭିଡିଓ ୟୁଜରମାନଙ୍କ ପ୍ରଥମ ପସନ୍ଦ ହୋଇପାରିଛି।

ଜଣେ ୟୁଜର କହିଛନ୍ତି, ବାଃ, ବହୁତ ଭଲ। ଆଉ ଜଣେ କହିଛନ୍ତି ସଚ୍ଚୋଟତାର ସହ କହୁଛି ଏହା ବହୁତ ଭଲ। ଅନ୍ୟ ଜଣେ ୟୁଜର କହିଛନ୍ତି, ଅଜବ କାର୍‌। ସେହିପରି ଆଉ ଜଣେ ୟୁଜର କହିଛନ୍ତି, ଏହା ଆଶ୍ଚର୍ଯ୍ୟଜନକ ଇନୋଭେଟିବ୍‌ ଏକ୍ସପରିମେଣ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri