Posted inଖେଳ

IPL 2025ର ପ୍ରଥମ ଦିନ ଦେଖିବାକୁ ମିଳିବ ଅଦ୍ଭୁତ ଦୃଶ୍ୟ: ୧୭ ବର୍ଷ ପରେ…

ନୂଆଦିଲ୍ଲୀ,୧୨।୩: କିଛି ଦିନ ପରେ IPL 2025 ଆରମ୍ଭ ହେବାକୁ ଯାଉଛି। ଏହା ଏହି ଟୁର୍ନାମେଣ୍ଟର ୧୮ତମ ସିଜିନ ହେବ। ପ୍ରଥମ ମ୍ୟାଚ୍‌ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମୁହାଁମୁହିଁ ହେବେ। ଏହି ମ୍ୟାଚ କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯିବ। ୨୨ ମାର୍ଚ୍ଚରେ ଏହି ମ୍ୟାଚ୍‌ ଜରିଆରେ ପ୍ରଶଂସକମାନେ ୨୦୦୮ ସିଜନର ଆକ୍ସନର ରିପ୍ଲେ ଦେଖିପାରିବେ। ଆଇପିଏଲ ଇତିହାସରେ ଦ୍ୱିତୀୟ ଥର ପାଇଁ ସିଜିନର ପ୍ରଥମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ।

ଏହା ପୂର୍ବରୁ ୨୦୦୮ରେ ଘଟିଥିଲା। ଏହା ଆଇପିଏଲର ପ୍ରଥମ ସିଜିନ ଥିଲା ଏବଂ ସେହି ବର୍ଷ ମଧ୍ୟ ସିଜିନର ପ୍ରଥମ ମ୍ୟାଚ କୋଲକାତା ଏବଂ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିଲା। ଆଇପିଏଲ ୨୦୦୮ ପରଠାରୁ ୧୭ ବର୍ଷ ପରେ, ଉଭୟ ଦଳ ଉଦଘାଟନୀ ମ୍ୟାଚରେ ମୁହାଁମୁହିଁ ହେବେ। ଆଇପିଏଲର ପ୍ରଥମ ସିଜିନରେ, କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ମ୍ୟାଚ ବେଙ୍ଗାଲୁରର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିଲା। ସେହି ସିଜିନରେ ସୌରଭ ଗାଙ୍ଗୁଲି କୋଲକାତାର ଅଧିନାୟକ ଥିଲେ। RCBର ଅଧିନାୟକ ଥିଲେ ରାହୁଲ ଦ୍ରାବିଡ।
୨୦୦୮ ଆଇପିଏଲର ପ୍ରଥମ ମ୍ୟାଚ୍‌ରେ, ଆରସିବି ଟସ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି, KKR ବ୍ରେଣ୍ଡନ ମ୍ୟାକକୁଲମଙ୍କ ବିସ୍ଫୋରକ ଶତକ ବଳରେ ସେହି ମ୍ୟାଚରେ ୨୦ ଓଭରରେ ୨୨୨ ରନ କରିଥିଲା। ମ୍ୟାକକୁଲମ ୭୩ ବଲ୍‌ରେ ୧୦ ଚୌକା ଏବଂ ୧୩ ଛକା ସହାୟତାରେ ଅପରାଜିତ ୧୫୮ ରନ କରିଥିଲେ। ଜବାବରେ, RCB ୧୫.୧ ଓଭରରେ ୮୨ ରନରେ ଅଲଆଉଟ ହୋଇଯାଇଥିଲା। ପ୍ରବୀଣ କୁମାର (୧୮ ଅପରାଜିତ)ଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟାଟସମ୍ୟାନ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। କୋଲକାତା ନାଇଟ ରାଇଡର୍ସ ସେହି ମ୍ୟାଚ କୁ ୧୪୦ ରନରେ ଜିତିଥିଲା।

୨୨ ମାର୍ଚ୍ଚରେ କୋଲକାତାର ଇଡେନ ଗାର୍ଡେନରେ KKR ଏବଂ RCB ପରସ୍ପରର ମୁହାଁମୁହିଁ ହେବେ, ସେମାନଙ୍କର ଲକ୍ଷ୍ୟ ହେବ ବିଜୟ ସହିତ ଟୁର୍ନାମେଣ୍ଟ ଆରମ୍ଭ କରିବା। ଉଭୟ ଦଳ ଏହି ସିଜିନ ପାଇଁ ନୂତନ ଅଧିନାୟକ ଚୟନ କରିଛନ୍ତି। ଆଇପିଏଲ ୨୦୨୫ରେ, ଅଜିଙ୍କ୍ୟ ରାହାଣେ କୋଲକାତାର ଏବଂ ରଜତ ପତିଦାର ଆରସିବିର ଅଧିନାୟକ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri