ହଠାତ୍‌ ଚଳନ୍ତା ଟ୍ରେନ୍‌ ଆଗକୁ ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ ଶନିବାର ଟ୍ରେନ ଚଳାଚଳ ବ୍ୟାହତ ହୋଇଛି l ଏହି ରେଳ ଲାଇନର ୫୮୪/୨୨ ଖୁଣ୍ଟ ପାଖରେ ଶନିବାର ସକାଳ ୬ଟା ୮ ମିନିଟ ସମୟରେ ଏକ ମାଳବାହୀ ଟ୍ରେନ ଭୋଇପାଲି ଅତିକ୍ରମ କରୁଥିବାବେଳେ ହଠାତ ଅଜଣା ବ୍ୟକ୍ତି ଜଣକ ଗାଡ଼ି ସାମ୍ନାକୁ ଆସିଯାଇଥିଲେ l ସାଙ୍ଗେ ସାଙ୍ଗେ ଉଭୟ ଟ୍ରେନ ଚାଳକ ଜରୁରୀକାଳୀନ ବ୍ରେକ ଲଗାଇଥିଲେ l ଟ୍ରେନଟି ଅନତି ଦୂର ଯାଇ ଅଟକିବା ପରେ ଚାଳକ କଟି ଯାଇଥିବା ବ୍ୟକ୍ତିଙ୍କ ଜୀବନ ଥିବା ଅନୁମାନ କରିଥିଲେ l ସଙ୍ଗେ ସଙ୍ଗେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ଥିଲେ l ଡାକ୍ତରଖାନା ନେବାକୁ ପ୍ରୟାସ କରିଥିଲେ ମଧ୍ୟ ସେହି ସମୟ ମଧ୍ୟରେ କଟିଥିବା ବ୍ୟକ୍ତିଙ୍କ ହଲଚଲ ବନ୍ଦ ହୋଇ ଯାଇଥିଲା l ଫଳରେ ମାଲଗାଡିକୁ ୨ଘଣ୍ଟା ୪୦ ମିନିଟ ଘଟଣାସ୍ଥଳରେ ଅଟକିବାକୁ ପଡିଥିଲା l ଏହାଦ୍ୱାରା ଏହି ପଥ ଦେଇ ଯିବାକୁ ଥିବା ସମସ୍ତ ଟ୍ରେନ ଗୁଡିକୁ ବିଭିନ୍ନ ସ୍ଥାନରେ ଅଟକାଯାଇଥିଲା l ଅତାବିରା ଥାନା ପୋଲିସ ଓ ରେଲୱେ ପୋଲିସ ପହଁଚି ଶବକୁ ଜବତ କରି ସେହି ମାଳଗାଡ଼ିରେ ନେବା ପରେ ସକାଳ ୮ଟା ୪୮ ମିନିଟରେ ଟ୍ରେନ ଚଳାଚଳ ସୱାଭାବିକ ହୋଇଥିଲା l ସମ୍ବଲପୁର ରେଲୱେ ପୋଲିସ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ଘଟଣାର ଅଧିକ ତଦନ୍ତ ଚାଲିଥିବା ଜଣାପଡିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?