Posted inଜାତୀୟ

ଲୋକ ସଭା ନିର୍ବାଚନ ପୂର୍ବରୁ ମମତାଙ୍କୁ ଶକ୍ତ ଝଟ୍‌କା

କୋଲକାତା,୪।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପଶ୍ଚିମବଙ୍ଗରେ ଏକ ଝଟ୍‌କା ପାଇଛନ୍ତି। ଦଳର କାର୍ଯ୍ୟକଳାପକୁ ନେଇ ନିରାଶା ପ୍ରକାଶ କରି ବରିଷ୍ଠ ତ୍ରୁଣମୂଳ କଂଗ୍ରେସ ନେତା ତାପସ ରୟ ସୋମବାର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ଦେଶରେ ଲୋକ ସଭା ନିର୍ବାଚନ ହେବାକୁ ଯାଉଥିବା ସମୟରେ ତାପସ ରୟ ଇସ୍ତଫା ଦେଇଛନ୍ତି। ଏବେ ସେ ଭାଜପାରେ ଯୋଗ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି।

ତାପସ ରୟ କହିଛନ୍ତି, ମୁଁ ବିଧାୟକ ପଦରୁ ଇସ୍ତଫା ଦେବର ପତ୍ର ବିଧାନସଭା ବାଚସ୍ପତିଙ୍କ ନିକଟରେ ଦାଖଲ କରିଛି। ମୁଁ ବର୍ତ୍ତମାନ ଏକ ମୁକ୍ତ ପକ୍ଷୀ। ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି ତାପସ ରୟ ଜାନୁଆରୀରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ତାଙ୍କ ବାସଭବନ ଉପରେ ଚଢାଉ କରାଯିବାବେଳେ ଦଳର ନେତୃତ୍ୱ ତାଙ୍କୁ ସହଯୋଗ ନ କରି ସମାଲୋଚନା କରିଥିବା ସେ କହିଛନ୍ତି।

ସୂଚନାଯୋଗ୍ୟ, ଟିଏମସି ନେତା ତଥା ରାଜ୍ୟ ସରକାରଙ୍କ ମନ୍ତ୍ରୀ ତାପସ ରୟ ଦୀର୍ଘ ଦିନ ଧରି ଟିଏମସି ଉପରେ ରାଗିଥିଲେ। ଏହି କାରଣରୁ ତାଙ୍କ ଇସ୍ତଫା ନେଇ କଳ୍ପନାଜଳ୍ପନା କରାଯାଉଥିଲା। ଏହାପୂର୍ବରୁ ସୋମବାର ଟିଏମସି ନେତା କୁନାଲ ଘୋଷ ଏବଂ ବ୍ରତ୍ୟ ବସୁ ତାଙ୍କ ଘରକୁ ଯାଇ ତାଙ୍କୁ ଭେଟିଥିଲେ, କିନ୍ତୁ ବୈଠକ କୌଣସି ଫଳାଫଳ ଦେଇ ନଥିଲା ଏବଂ ତାପସ ରୟ ଶେଷରେ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri