Posted inଅପରାଧ

ଲାଲ୍‌ ସୁଟ୍‌କେସ୍‌ରୁ ଆସୁଥିଲା ପ୍ରବଳ ଗନ୍ଧ, ପୋଲିସ ଏହାକୁ ଖୋଲି ଯାହା ଦେଖିଲା…

ହାଇଦ୍ରାବାଦ,୬ା୬: ତେଲେଙ୍ଗାନାର ରଙ୍ଗାରେଡ୍ଡି ଜିଲାର ବାଚୁପାଲିରେ ଏକ ଲାଲ୍‌ ସୁଟକେସ୍‌କୁ ନେଇ ହଇଚଇ ସୃଷ୍ଟି ହୋଇଛି। ଏହି ସୁଟ୍‌କେସ୍‌ରୁ ଦୁର୍ଗନ୍ଧ ଆସୁଥିବାରୁ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏହାକୁ ଖୋଲିବା ପରେ ଯାହା ଦେଖିଲା ଆଶ୍ଚର୍ଯ୍ୟ ହୋଇଗଲା।

ପୋଲିସ ସୂଚନାନୁଯାୟୀ, ବିଜୟଦୁର୍ଗା ମାଲିକ ସଂଘ କଲୋନୀରେ ଥିବା ରେଡ୍ଡି ଲ୍ୟାବର କାନ୍ଥ ପାଖରେ ଥିବା ଏକ ସୁଟ୍‌କେସ୍‌ ମଧ୍ୟରୁ ଜଣେ ମହିଳାଙ୍କ ମୃତଦେହ ମିଳିଛି। ପୋଲିସ କହିଛି, ବୁଧବାର ଅପରାହ୍ନରେ ସେମାନେ ସୂଚନା ପାଇଥିଲେ ଯେ, ସେହି ସ୍ଥାନରେ ଏକ ଲାଲ୍‌ ସୁଟ୍‌କେସ୍‌ରୁ ଦୁର୍ଗନ୍ଧ ଆସୁଛି। ଯେତେବେଳେ ସେମାନେ ସୁଟ୍‌କେସ୍‌ ଯାଞ୍ଚ କରିଥିଲେ, ଏଥିମଧ୍ୟରୁ ଜଣେ ମହିଳାଙ୍କ ମୃତଦେହ ପାଇଥିଲେ।

ମୃତ ମହିଳାଙ୍କ ବୟସ ୨୫ରୁ ୩୫ ବର୍ଷ ମଧ୍ୟରେ ବୋଲି କୁହାଯାଉଛି। ପୋଲିସ ସନ୍ଦେହ କରୁଛି ଯେ, ୧୦ରୁ ୧୨ଦିନ ପୂର୍ବରୁ ହତ୍ୟା କରାଯାଇଥାଇପାରେ। ଜଣେ ପୋଲିସ ଅଧିକାରୀ କହିଛନ୍ତି, ମହିଳାଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ। ଜଣାପଡୁଛି ଯେ, କେହି ତାଙ୍କୁ ଅନ୍ୟ କୌଣସି ସ୍ଥାନରେ ହତ୍ୟା କରି ଏଠାରେ ଫିଙ୍ଗି ଦେଇଛନ୍ତି। ତାଙ୍କ ମୃତଦେହ ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ପୋଲିସ ଅଧିକାରୀ କହିଛନ୍ତି, ପୋଷ୍ଟମର୍ଟମ ରିପୋର୍ଟ ଆସିଲେ ମହିଳାଙ୍କ ମୃତ୍ୟୁ କିପରି ହେଲା ତାହା ଜାଣିବାରେ ସାହାଯ୍ୟ କରିବ ଏବଂ ଏହା ତଦନ୍ତ ପାଇଁ ଗୁରୁତ୍ୱପୂର୍ଣ୍ଣ ସୁରାକ ପ୍ରଦାନ କରିପାରିବ।

ପୋଲିସ କହିଛି, ଭାରତୀୟ ନାଗରିକ ସୁରକ୍ଷା ଆଇନ (BNPS) ଧାରା ୧୯୪ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ସୁଟ୍‌କେସ୍‌ ଫିଙ୍ଗିଥିବାର ଫୁଟେଜ ପାଇବା ପାଇଁ ସିସି ଟିଭି କ୍ୟାମେରା ଯାଞ୍ଚ କରୁଛି। ମୃତକଙ୍କୁ ଚିହ୍ନଟ କରିବା ଏବଂ ତାଙ୍କ ମୃତ୍ୟୁ ପାଇଁ ଦାୟୀ ଲୋକଙ୍କୁ ଗିରଫ କରିବା ପାଇଁ ପୋଲିସ ବାଲାନଗର ଜୋନ ଡେପୁଟି ପୋଲିସ କମିଶନର କେ. ସୁରେଶ କୁମାରଙ୍କ ତତ୍ତ୍ୱାବଧାନରେ ସ୍ବତନ୍ତ୍ର ଦଳ ଗଠନ କରାଯାଇଛି।

ପୋଲିସ ତଦନ୍ତର ପ୍ରାରମ୍ଭିକ ପର୍ଯ୍ୟାୟ ତଦାରଖ କରିବା ଏବଂ ଦଳଗୁଡ଼ିକୁ ଆବଶ୍ୟକୀୟ ନିର୍ଦ୍ଦେଶ ଦେବା ପାଇଁ ଅପରାଧ ଘଟଣାସ୍ଥଳ ପରିଦର୍ଶନ କରିଛି। ସେମାନଙ୍କ ଅଞ୍ଚଳରେ କୌଣସି ନିଖୋଜ ମାମଲା ପଞ୍ଜୀକୃତ ହୋଇଛି କି ନାହିଁ ତାହା ଯାଞ୍ଚ କରିବା ପାଇଁ ନିକଟବର୍ତ୍ତୀ ଥାନାଗୁଡ଼ିକୁ ମଧ୍ୟ ସୂଚନା ଦିଆଯାଇଛି। ମୃତ ମହିଳାଙ୍କ ପରିଚୟ କିମ୍ବା ତାଙ୍କ ମୃତ୍ୟୁ ସମ୍ପର୍କିତ ପରିସ୍ଥିତି ବିଷୟରେ ସୂଚନା ଥିବା ଯେକୌଣସି ବ୍ୟକ୍ତିଙ୍କୁ ବାଚୁପଲ୍ଲୀ ପୋଲିସ ଷ୍ଟେସନ ସହିତ ଯୋଗାଯୋଗ କରିବାକୁ ପୋଲିସ ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri