ଟ୍ରକ୍‌ ଧକ୍କାରେ ଛାତ୍ରୀଙ୍କ ମୃତ୍ୟୁ

ଭୁବନ, ୨୫ା୩(ଡି.ଏନ୍‌.ଏ.): ସରିଥିଲା ମାଟ୍ରିକ୍‌ ପରୀକ୍ଷା। ସ୍କୁଲ ଛୁଟି ହୋଇଯାଇଥିବାରୁ ଛୁଟି କଟାଇବାକୁ ବାପାଙ୍କ ସହ ଆସୁଥିଲେ ମାମୁଘରକୁ। ହେଲେ ଏହି ଖୁସି ଉଭେଇଗଲା ଅଧାବାଟରେ। ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ୍‌ ପଛପଟୁ ବାଇକ୍‌କୁ ଧକ୍କା ଦେବାରୁ ଅକାଳରେ ଲିଭିଗଲା ଝିଅଙ୍କ ଜୀବନ। ଢେଙ୍କାନାଳ ଜିଲା ଭୁବନ ଥାନା ସୁରପ୍ରତାପପୁର ଫାଣ୍ଡି ନିକଟ ଯମୁନାକୋଟ ଛକରେ ଶୁକ୍ରବାର ସକାଳେ ଘଟିଛି ଏଭଳି ଏକ ଛାତିଥରା ଦୁର୍ଘଟଣା। ମୃତା ନାବାଳିକା ହେଲେ ପରଜଙ୍ଗ ଥାନା ପାଣିଭଣ୍ଡାର ଗ୍ରାମର ଶ୍ୱାତୀ ସୁଚରିତା ଜେନା (୧୬)। ଏଥିରେ ତାଙ୍କ ବାପା ଅଭିରାମ ଜେନା ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି।
ପରିବାର ଲୋକଙ୍କ କହିବା କଥା, ଶ୍ୱାତୀ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ। ସ୍କୁଲ ଛୁଟି ହୋଇଯାଇଥିବାରୁ ସେ ବାପାଙ୍କ ସହ ଭୁବନ ଥାନା ଧଳପଡ଼ା ଗ୍ରାମରେ ରହୁଥିବା ତାଙ୍କ ମାମୁଘରକୁ ବାଇକ୍‌ (ନଂ. ଓଡ଼ି ୧୯ ଇ ୯୬୧୯)ରେ ଆସୁଥିଲେ। ଏହି ସମୟରେ ଯମୁନାକୋଟ ଛକ ନିକଟରେ ଦ୍ରୁତଗତିରେ ଆସୁଥିବା ଏକ ୧୦ ଚକିଆ ଟ୍ରକ୍‌ (ନଂ. ଓଡ଼ି ୦୯ ଆର ୨୫୩୧) ପଛପଟୁ ଧକ୍କା ଦେଇଥଲା। ଫଳରେ ବାପଝିଅ ବାଇକ୍‌ରୁ ଛିଟିକି ପଡ଼ିଥିଲେ। ସୁରପ୍ରତାପପୁର ଫାଣ୍ଡି ଅଧିକାରୀ ଅଶୋକ କୁମାର ତ୍ରିପାଠୀ ପହଞ୍ଚତ୍ ଉଭୟଙ୍କୁ ଭୁବନ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶ୍ୱାତୀଙ୍କ ମୃତ୍ୟୁ ହୋଇଯାଇଥିଲା। ସୂଚନା ପାଇ ମାମୁଘର ଲୋକେ ଏବଂ ଅନ୍ୟ ନିକଟ ସମ୍ପର୍କୀୟମାନେ ମେଡିକାଲରେ ପହଞ୍ଚତ୍ଥିଲେ। କାନ୍ଦବୋବାଳିରେ ଡାକ୍ତରଖାନା ପରିସର ଫାଟି ପଡ଼ିଥିଲା। ଶ୍ୱାତୀଙ୍କ ଏଭଳି ମୃତ୍ୟୁରେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି।
ଅନ୍ୟପଟେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଥିଲା। ପୋଲିସ ଟ୍ରକ୍‌ ଚାଳକ ତଥା କେନ୍ଦୁଝର ଜିଲା ଆନନ୍ଦପୁର ଗ୍ରାମର ଲକ୍ଷ୍ମଣ ଦେହୁରୀଙ୍କୁ ଗିରଫ କରିଛି। ସେ ଜିନ୍ଦଲରୁ ସାମଗ୍ରୀ ଖଲାସ କରି ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଏ ନେଇ ନଂ. ୯୪/୨୩ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri