ଭୁବନ, ୨୫ା୩(ଡି.ଏନ୍.ଏ.): ସରିଥିଲା ମାଟ୍ରିକ୍ ପରୀକ୍ଷା। ସ୍କୁଲ ଛୁଟି ହୋଇଯାଇଥିବାରୁ ଛୁଟି କଟାଇବାକୁ ବାପାଙ୍କ ସହ ଆସୁଥିଲେ ମାମୁଘରକୁ। ହେଲେ ଏହି ଖୁସି ଉଭେଇଗଲା ଅଧାବାଟରେ। ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ୍ ପଛପଟୁ ବାଇକ୍କୁ ଧକ୍କା ଦେବାରୁ ଅକାଳରେ ଲିଭିଗଲା ଝିଅଙ୍କ ଜୀବନ। ଢେଙ୍କାନାଳ ଜିଲା ଭୁବନ ଥାନା ସୁରପ୍ରତାପପୁର ଫାଣ୍ଡି ନିକଟ ଯମୁନାକୋଟ ଛକରେ ଶୁକ୍ରବାର ସକାଳେ ଘଟିଛି ଏଭଳି ଏକ ଛାତିଥରା ଦୁର୍ଘଟଣା। ମୃତା ନାବାଳିକା ହେଲେ ପରଜଙ୍ଗ ଥାନା ପାଣିଭଣ୍ଡାର ଗ୍ରାମର ଶ୍ୱାତୀ ସୁଚରିତା ଜେନା (୧୬)। ଏଥିରେ ତାଙ୍କ ବାପା ଅଭିରାମ ଜେନା ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି।
ପରିବାର ଲୋକଙ୍କ କହିବା କଥା, ଶ୍ୱାତୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ। ସ୍କୁଲ ଛୁଟି ହୋଇଯାଇଥିବାରୁ ସେ ବାପାଙ୍କ ସହ ଭୁବନ ଥାନା ଧଳପଡ଼ା ଗ୍ରାମରେ ରହୁଥିବା ତାଙ୍କ ମାମୁଘରକୁ ବାଇକ୍ (ନଂ. ଓଡ଼ି ୧୯ ଇ ୯୬୧୯)ରେ ଆସୁଥିଲେ। ଏହି ସମୟରେ ଯମୁନାକୋଟ ଛକ ନିକଟରେ ଦ୍ରୁତଗତିରେ ଆସୁଥିବା ଏକ ୧୦ ଚକିଆ ଟ୍ରକ୍ (ନଂ. ଓଡ଼ି ୦୯ ଆର ୨୫୩୧) ପଛପଟୁ ଧକ୍କା ଦେଇଥଲା। ଫଳରେ ବାପଝିଅ ବାଇକ୍ରୁ ଛିଟିକି ପଡ଼ିଥିଲେ। ସୁରପ୍ରତାପପୁର ଫାଣ୍ଡି ଅଧିକାରୀ ଅଶୋକ କୁମାର ତ୍ରିପାଠୀ ପହଞ୍ଚତ୍ ଉଭୟଙ୍କୁ ଭୁବନ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶ୍ୱାତୀଙ୍କ ମୃତ୍ୟୁ ହୋଇଯାଇଥିଲା। ସୂଚନା ପାଇ ମାମୁଘର ଲୋକେ ଏବଂ ଅନ୍ୟ ନିକଟ ସମ୍ପର୍କୀୟମାନେ ମେଡିକାଲରେ ପହଞ୍ଚତ୍ଥିଲେ। କାନ୍ଦବୋବାଳିରେ ଡାକ୍ତରଖାନା ପରିସର ଫାଟି ପଡ଼ିଥିଲା। ଶ୍ୱାତୀଙ୍କ ଏଭଳି ମୃତ୍ୟୁରେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି।
ଅନ୍ୟପଟେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଥିଲା। ପୋଲିସ ଟ୍ରକ୍ ଚାଳକ ତଥା କେନ୍ଦୁଝର ଜିଲା ଆନନ୍ଦପୁର ଗ୍ରାମର ଲକ୍ଷ୍ମଣ ଦେହୁରୀଙ୍କୁ ଗିରଫ କରିଛି। ସେ ଜିନ୍ଦଲରୁ ସାମଗ୍ରୀ ଖଲାସ କରି ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଏ ନେଇ ନଂ. ୯୪/୨୩ରେ ଏକ ମାମଲା ରୁଜୁ ହୋଇଛି।
Posted inHome Left, ଆମ ଜିଲା ଖବର, ଢେଙ୍କାନାଳ, ରାଜ୍ୟ View All
ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ
ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍ ସ୍କୁଲ,…
ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!
ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…
ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ
ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…
ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…
ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…
ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….
ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…
ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ
ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…
ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ
ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…
ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…
ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…
Archives

