ଟ୍ରକ୍‌ ଧକ୍କାରେ ଛାତ୍ରୀଙ୍କ ମୃତ୍ୟୁ

ଭୁବନ, ୨୫ା୩(ଡି.ଏନ୍‌.ଏ.): ସରିଥିଲା ମାଟ୍ରିକ୍‌ ପରୀକ୍ଷା। ସ୍କୁଲ ଛୁଟି ହୋଇଯାଇଥିବାରୁ ଛୁଟି କଟାଇବାକୁ ବାପାଙ୍କ ସହ ଆସୁଥିଲେ ମାମୁଘରକୁ। ହେଲେ ଏହି ଖୁସି ଉଭେଇଗଲା ଅଧାବାଟରେ। ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ୍‌ ପଛପଟୁ ବାଇକ୍‌କୁ ଧକ୍କା ଦେବାରୁ ଅକାଳରେ ଲିଭିଗଲା ଝିଅଙ୍କ ଜୀବନ। ଢେଙ୍କାନାଳ ଜିଲା ଭୁବନ ଥାନା ସୁରପ୍ରତାପପୁର ଫାଣ୍ଡି ନିକଟ ଯମୁନାକୋଟ ଛକରେ ଶୁକ୍ରବାର ସକାଳେ ଘଟିଛି ଏଭଳି ଏକ ଛାତିଥରା ଦୁର୍ଘଟଣା। ମୃତା ନାବାଳିକା ହେଲେ ପରଜଙ୍ଗ ଥାନା ପାଣିଭଣ୍ଡାର ଗ୍ରାମର ଶ୍ୱାତୀ ସୁଚରିତା ଜେନା (୧୬)। ଏଥିରେ ତାଙ୍କ ବାପା ଅଭିରାମ ଜେନା ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି।
ପରିବାର ଲୋକଙ୍କ କହିବା କଥା, ଶ୍ୱାତୀ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ। ସ୍କୁଲ ଛୁଟି ହୋଇଯାଇଥିବାରୁ ସେ ବାପାଙ୍କ ସହ ଭୁବନ ଥାନା ଧଳପଡ଼ା ଗ୍ରାମରେ ରହୁଥିବା ତାଙ୍କ ମାମୁଘରକୁ ବାଇକ୍‌ (ନଂ. ଓଡ଼ି ୧୯ ଇ ୯୬୧୯)ରେ ଆସୁଥିଲେ। ଏହି ସମୟରେ ଯମୁନାକୋଟ ଛକ ନିକଟରେ ଦ୍ରୁତଗତିରେ ଆସୁଥିବା ଏକ ୧୦ ଚକିଆ ଟ୍ରକ୍‌ (ନଂ. ଓଡ଼ି ୦୯ ଆର ୨୫୩୧) ପଛପଟୁ ଧକ୍କା ଦେଇଥଲା। ଫଳରେ ବାପଝିଅ ବାଇକ୍‌ରୁ ଛିଟିକି ପଡ଼ିଥିଲେ। ସୁରପ୍ରତାପପୁର ଫାଣ୍ଡି ଅଧିକାରୀ ଅଶୋକ କୁମାର ତ୍ରିପାଠୀ ପହଞ୍ଚତ୍ ଉଭୟଙ୍କୁ ଭୁବନ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶ୍ୱାତୀଙ୍କ ମୃତ୍ୟୁ ହୋଇଯାଇଥିଲା। ସୂଚନା ପାଇ ମାମୁଘର ଲୋକେ ଏବଂ ଅନ୍ୟ ନିକଟ ସମ୍ପର୍କୀୟମାନେ ମେଡିକାଲରେ ପହଞ୍ଚତ୍ଥିଲେ। କାନ୍ଦବୋବାଳିରେ ଡାକ୍ତରଖାନା ପରିସର ଫାଟି ପଡ଼ିଥିଲା। ଶ୍ୱାତୀଙ୍କ ଏଭଳି ମୃତ୍ୟୁରେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି।
ଅନ୍ୟପଟେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଥିଲା। ପୋଲିସ ଟ୍ରକ୍‌ ଚାଳକ ତଥା କେନ୍ଦୁଝର ଜିଲା ଆନନ୍ଦପୁର ଗ୍ରାମର ଲକ୍ଷ୍ମଣ ଦେହୁରୀଙ୍କୁ ଗିରଫ କରିଛି। ସେ ଜିନ୍ଦଲରୁ ସାମଗ୍ରୀ ଖଲାସ କରି ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଏ ନେଇ ନଂ. ୯୪/୨୩ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?