ପ୍ରାର୍ଥନା କ୍ଲାସରେ ଅସୁସ୍ଥ ହୋଇପଡ଼ିଲେ ଛାତ୍ର

ପାଟଣା,୧୮।୪(ସ୍ବ. ପ୍ର.): କେନ୍ଦୁଝର ଜିଲାରେ ଦିନ ୧୦ଟା ବାଜିଲେ ପ୍ରବଳ ଖରା ଅନୁଭୂତ ହେଉଛି। ଖରାରେ ଲୋକେ ଆଉଟୁ ପାଉଟୁ ହେଉଥିବା ବେଳେ କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ପହଞ୍ଚିଛି। ଏଭଳିସ୍ଥିତିରେ ସ୍କୁଲ, କଲେଜ ଚାଲୁ ରଖିବାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।

ଅନ୍ୟପକ୍ଷେ ଖରା ଯୋଗୁ ପାଟଣା ବ୍ଲକ କେନ୍ଦେଇ ପଶି ପଞ୍ଚାୟତ କେନ୍ଦେଇ ପଶି ନୋଡାଲ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ଜଣେ ଷଷ୍ଠ ଶ୍ରେଣୀ ଛାତ୍ର ପ୍ରାର୍ଥନା କ୍ଲାସରେ ଅସୁସ୍ଥ ହୋଇପଡିଛନ୍ତି। ଛାତ୍ର ଜଣକ ହେଉଛନ୍ତି ଆକାଶ ନାଏକ। ତାଙ୍କୁ ଶିକ୍ଷୟିତ୍ରୀମାନେ ଗ୍ଲୁକୋଜ ପାଣି ଦେବାପରେ ଛାତ୍ର ଜଣକ ସୁସ୍ଥ ହୋଇ କ୍ଳାସ କରୁଥିବା ଜଣାପଡ଼ିଛି। ପ୍ରାଥମିକ ଚିକିତ୍ସା ପରେ ଛାତ୍ର ଆକାଶଙ୍କ ଅବସ୍ଥା ସ୍ଥିର ଥିବା ପ୍ରଧାନ ଶିକ୍ଷୟିତ୍ରୀ ସତ୍ୟଭାମା ମୁଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri