ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଛାତ୍ରୀ

ଭୁବନେଶ୍ୱର,୧୫ା୯(ଶର୍ମିଷ୍ଠା ପାଣିଗ୍ରାହୀ): ଉତ୍କଳ ବିଶ୍ୱବିଦ୍ୟାଳୟର ଜଣେ ଅଧ୍ୟାପକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆସିଛି। ଅର୍ଥନୀତି ବିଭାଗର ଜଣେ ଛାତ୍ରୀ ଏନେଇ ବିଶ୍ୱବିଦ୍ୟାଳୟର ଯୌନ ନିର୍ଯାତନା ସେଲ୍‌ରେ ଲିଖିତ ଅଭିଯୋଗ କରିଛନ୍ତି। ଏହାପରେ ସେଲ୍‌ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଅଗଷ୍ଟ ୧୬ରେ ଏହି ଘଟଣା ଘଟିଥିବା ବେଳେ ଏବେ ଅଭିଯୋଗ ହେବା ପରେ ଘଟଣା ପଦାକୁ ଆସିଛି। ପୀଡିତା ଛାତ୍ରୀ ଜଣକ ତାଙ୍କ ଅଭିଯୋଗରେ ଉଲ୍ଲେଖ କରିଛନ୍ତି ଯେ, ଏକ ପାଠ୍ୟପୁସ୍ତକ ଆଣିବାକୁ ବିଭାଗକୁ ଯାଇଥିବା ବେଳେ ଜଣେ ଅଧ୍ୟାପକ ତାଙ୍କୁ ଅସଦାଚରଣ କରିଥିଲେ। ଏପରିକି ଏ ସମ୍ପର୍କରେ କାହାକୁ ନ ଜଣାଇବାକୁ ଅଧ୍ୟାପକଜଣକ ତାଙ୍କୁ କହିଥିଲେ। ଏନେଇ ସେଲ୍‌ ପକ୍ଷରୁ କୁହାଯାଇଛି, ଅଭିଯୋଗର ତଦନ୍ତ ଆରମ୍ଭ ହୋଇଛି, ଆସନ୍ତା ମଙ୍ଗଳବାର ଏ ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ ପ୍ରଦାନ କରାଯିବ। ରିପୋର୍ଟ ଆଧାରରେ କର୍ତ୍ତୃପକ୍ଷ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବେ। ତେବେ ଏନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ମିିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri