ଏଏସ୍‌ଓ ପରୀକ୍ଷା ଖରାପ ହେବାରୁ ଜୀବନ ହାରିଲେ ଛାତ୍ର

ଅନୁଗୋଳ ଅଫିସ, ୨୯ା୮: ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷା ଖରାପ ହେବାରୁ ମାନସିକ ଭାରସାମ୍ୟ ହରାଇ ଜଣେ ଛାତ୍ର ଭଡ଼ାଘରେ ରଶି ଲଗାଇ ଜୀବନ ହାରିଛନ୍ତି। ଅନୁଗୋଳ ଥାନା ଅନ୍ତର୍ଗତ ସୁସୁଡ଼ାରେ ରବିବାର ଅପରାହ୍ନରେ ଘଟିଥିବା ଏଭଳି ଏକ ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ମୃତକ ହେଲେ ବଇଣ୍ଡା ଥାନା ଗରୁଡ଼ ଗ୍ରାମର ସନତ କୁମାର ପ୍ରଧାନଙ୍କ ପୁଅ ଅସିତ (୨୪)।
ଅସିତ୍‌ ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ ସ୍ନାତକୋତ୍ତର ବିଭାଗ ଛାତ୍ର। ବଅଁରପାଳ ବ୍ଲକ ବଉଳିଗଡ଼ ଗ୍ରାମର ସତ୍ୟବାନ ଗଡ଼ନାୟକ ଏବଂ ସେ ୭ ମାସ ହେଲା ଅନୁଗୋଳରେ ଭଡ଼ାରେ ରହୁଥିଲେ। ଶନିବାର ଅସିତ୍‌ ଏଏସ୍‌ଓ ପରୀକ୍ଷା ଦେଇଥିବାବେଳେ ସେତେଟା ଭଲ କରି ନ ଥିଲେ। ତେଣୁ ସେ ମାନସିକ ଦୁଶ୍ଚିନ୍ତାରେ ଥିଲେ। ଏ ସଂକ୍ରାନ୍ତରେ ସମ୍ବଲପୁର ବିଶ୍ୱବିଦ୍ୟାଳୟକୁ ପରୀକ୍ଷା ଦେବା ପାଇଁ ଯାଇଥିବା ବନ୍ଧୁ ସତ୍ୟବାନଙ୍କୁ ମଧ୍ୟ କହିଥିଲେ। ରବିବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ସତ୍ୟବାନ ସମ୍ବଲପୁରରୁ ଫେରି ଅସିତ୍‌ଙ୍କୁ ଝୁଲନ୍ତା ଅବସ୍ଥାରେ ଠାବ କରିଥିଲେ। ଏ ସଂକ୍ରାନ୍ତରେ ସେ ୧୧୨କୁ ଫୋନ୍‌ କରି ପୋଲିସକୁ ଅବଗତ କରାଇବା ସହ ମୃତ ଛାତ୍ରଙ୍କ ପରିବାର ଓ ଘର ମାଲିକଙ୍କୁ ସୂଚନା ଦେଇଥିଲେ। ଅନୁଗୋଳ ପୋଲିସ ପହଞ୍ଚତ୍ ଅସିତ୍‌ଙ୍କୁ ଉଦ୍ଧାର କରି ମେଡିକାଲ ନେଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ମୃତ ଛାତ୍ରଙ୍କ ହାତରେ ଏକ କଟା ଦାଗ ଥିବାବେଳେ ଏହାକୁ ସେ ବ୍ୟାଣ୍ଡେଜ୍‌ କରିଥିନ୍ତି। ତେଣୁ ସେ ପ୍ରଥମେ ହାତ କାଟି ଆତ୍ମହତ୍ୟା ଉଦ୍ୟମ କରି ବିଫଳ ହେବା ପରେ ରଶି ଲଗାଇ ଝୁଲି ପଡ଼ିଥିବା ଅନୁମାନ କରାଯାଉଛି। ଅସିତ୍‌ଙ୍କ ବାପା ସନତ ଅନୁଗୋଳରେ ପହଞ୍ଚତ୍ଛନ୍ତି। ତେବେ ପୁଅଙ୍କ ଏଭଳି ମୃତ୍ୟୁରେ ସେ ମ୍ରିୟମାଣ ହୋଇପଡ଼ିଛନ୍ତି। ଏସ୍‌ଆଇ ଅବଦୁଲ ୱାସିମ୍‌ ଖାନ୍‌, ଶୁଭଲକ୍ଷ୍ମୀ ସିଂ, ଜୋଶେଫ ପଟ୍ଟନାୟକ ପ୍ରମୁଖ ସନ୍ଧ୍ୟା ୭ଟାରେ ମୃତଦେହ ବ୍ୟବଚ୍ଛେଦ ଲାଗି ମେଡିକାଲକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri