Posted inଜାତୀୟ

ବିମାନରେ ସହଯାତ୍ରୀଙ୍କ ଉପରେ ପରିସ୍ରା କରିଦେଲେ ଛାତ୍ର

ନୂଆଦିଲ୍ଲୀ,୫।୩: ନ୍ୟୁୟର୍କରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ବିମାନରେ ଜଣେ ଯାତ୍ରୀ ଅନ୍ୟ ଜଣେ ଯାତ୍ରୀଙ୍କ ଉପରେ ପରିସ୍ରା କରିଦେଇଛନ୍ତି। ନିଶାସକ୍ତ ଅବସ୍ଥାରେ ଯାତ୍ରୀ ଜଣଙ୍କ ଏପରି କରିଥିବା ଜଣାପଡିଛି। ସମ୍ପୃକ୍ତ ଯାତ୍ରୀଙ୍କୁ ପୋଲିସ ହେପାଜତକୁ ନେଇ ପଚରାଉଚରା ଚଳାଇଛି। ଅଭିଯୋଗ ମିଳିବା ପରେ ପୋଲିସ ମାମଲାର ଯାଞ୍ଚ ଚଳାଇଛି।
ଏହି ବିମାନ ନ୍ୟୁୟର୍କରୁ ମାର୍ଚ୍ଚ ୩ ରାତି ୯.୧୬ରେ ଉଡ଼ାଣ ଭରିଥିଲା ଏବଂ ମାର୍ଚ୍ଚ ୪ ୧୦.୧୨ରେ ଦିଲ୍ଲୀର ଆଇଜି ବିମାନ ବନ୍ଦରରେ ଅବତରଣ କରିଥିଲା। ଅଭିଯୁକ୍ତ ଜଣକ ଆମେରିକାର ଏକ ବିଶ୍ୱବିଦ୍ୟାଳୟର ଛାତ୍ର ଏବଂ ସେ ଏକ ନିଶା ଅବସ୍ଥାରେ ଶୋଇଥିବା ସମୟରେ ପରିସ୍ରା କରିଥିଲେ। ସେ କହିଛନ୍ତି, ସେ ଜାଣିଶୁଣି ଏହା କରିନାହାଁନ୍ତି। ନିଦ୍ରାରେ ପରିସ୍ରା କରିଦେଇଥିଲେ ଏବଂ ତାହା ସହଯାତ୍ରୀଙ୍କ ଉପରେ ପଡିଯାଇଥିଲା। ଏହାପରେ ସେ ବିମାନ କର୍ମଚାରୀଙ୍କ ନିକଟରେ ଅଭିଯୋଗ କରିଥିଲେ।
ବିମାନଟି ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ (ଆଇଜି) ବିମାନବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ରିପୋର୍ଟ ଅନୁଯାୟୀ, ଏହି ସମ୍ପୂର୍ଣ୍ଣ ଘଟଣା ଏଏ୨୯୨ ଆମେରିକୀୟ ଏୟାରଲାଇନ୍ସର ବିମାନରେ ଘଟିଥିଲା।
ସୂତ୍ରରୁ ପ୍ରକାଶ ଯେ, ଛାତ୍ର ଜଣଙ୍କ ନିଜ ଭୁଲ ପାଇଁ କ୍ଷମା ମାଗିଥିଲେ। ଏହା ପରେ ପୀଡିତ ଯାତ୍ରୀ ତାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ମନା କରିଦେଇଥିଲେ କାରଣ ଏହା ତାଙ୍କ କ୍ୟାରିୟରକୁ ନଷ୍ଟ କରିପାରେ। ତେବେ ବିମାନ ସେବା ଏହାକୁ ଗୁରୁତର ସହ ନେଇ ଆଇଜି ବିମାନବନ୍ଦରରେ ଏୟାର ଟ୍ରାଫିକ କଣ୍ଟ୍ରୋଲ (ଏଟିସି)କୁ ସୂଚନା ଦେଇଛି। ଅଭିଯୁକ୍ତ ଯାତ୍ରୀଙ୍କୁ ଦିଲ୍ଲୀ ପୋଲିସକୁ ଦେଇଥିବା ଏଟିସି ସିଏସଏଫ କର୍ମଚାରୀଙ୍କୁ ସତର୍କ କରାଇ ଦେଇଛି।
ଆମେରିକୀୟ ଏୟାରଲାଇନ୍ସ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆମେରିକୀୟ ଏୟାରଲାଇନ୍ସ ଏକ ବିବୃତ୍ତିରେ କହିଛି. ଏହି ବ୍ୟକ୍ତିଙ୍କୁ ଭବିଷ୍ୟତରେ ଆମେରିକୀୟ ଏୟାରରେ ଯାତ୍ରା କରିବାକୁ ଅନୁମତି ଦିଆଯିବ ନାହିଁ ଏବଂ ତାଙ୍କ ରିଟର୍ନ ଟିକେଟ ମଧ୍ୟ ବାତିଲ କରାଯାଇଛି।
ଗତ ବର୍ଷ ନଭେମ୍ବରରେ ମଧ୍ୟ ଏଭଳି ଘଟଣା ସାମ୍ନାକୁ ଆସିଥିଲା। ଶଙ୍କର ମିଶ୍ର ଜଣେ ବ୍ୟକ୍ତି ନ୍ୟୁୟର୍କରୁ ନୂଆଦିଲ୍ଲୀକୁ ଏୟାର ଇଣ୍ଡିଆ ବିମାନରେ ଜଣେ ବୃଦ୍ଧ ମହିଳାଙ୍କ ଉପରେ ପରିସ୍ରା କରିଥିଲେ। ଏହି ଘଟଣାର ପ୍ରାୟ ଏକ ମାସ ପରେ ମିଶ୍ରଙ୍କ ବିରୋଧରେ ଏଫଆଇଆର ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?