ନଦୀରେ ଗାଧୋଉଥିବା ବେଳେ ଛାତ୍ରଙ୍କୁ ଟାଣିନେଲା କୁମ୍ଭୀର

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ସେବକ ଟିକରପଡ଼ା ଗ୍ରାମ ଘୋଡାହାଡ ନଦୀ ଗଣ୍ଡରେ ସୋମବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଗାଧୋଉଥିବା ବେଳେ ଜଣେ ୫ମ ଶ୍ରେଣୀ ଛାତ୍ରଙ୍କୁ ଏକ କୁମ୍ଭୀର ଟାଣି ନେଇଥିଲା। ବହୁ ସମୟ ଖୋଜାଖୋଜି କରିବା ପରେ ଗ୍ରାମବାସୀଙ୍କ ସହାୟତାରେ ଛାତ୍ରଙ୍କ ମୃତଦେହ ଜବତ କରାଯାଇଛି। ମୃତ ଛାତ୍ର ହେଲେ ଖମ୍ବାରୀଗାଁ ପଞ୍ଚାୟତ ସେବକ .ଟିକରପଡା ଗ୍ରାମର ଶୁଭ୍ରାଂଶୁ କୁମାର ଗୌଡ଼ (୧୧)। ପ୍ରକାଶ ଯେ, ଘୋଡ଼ାହାଡ଼ ନଦୀରେ ଶୁଭ୍ରାଂଶୁ ଗାଧୋଇବା ସମୟରେ ଏକ କୁମ୍ଭୀର ତାଙ୍କୁ ପାଣି ଭିତରକୁ ଟାଣି ନେଇଥିଲା। ସା ସୁଦ୍ଧା ସେ ଘରକୁ ନ ଫେରିବାରୁ ପରିବାର ଲୋକେ ନଦୀ ନିକଟକୁ ଯାଇଥିଲେ । ସେଠାରେ ତାଙ୍କ ଡ୍ରେସ ଓ ଚପଲ ଥିବା ଦେଖିଥିଲେ। ଗ୍ରାମବାସୀ ଓ କୈବର୍ତ୍ତ୍ୟ ସମ୍ପ୍ରଦାୟର ଲୋକେ ନଦୀ ଭିତରେ ଏକ କୁମ୍ଭୀରକୁ ଦେଖିଥିଲେ। ଡଙ୍ଗା ସାହାଯ୍ୟରେ କୁମ୍ଭୀରକୁ ଘେରାଇ ମାଛ ଜାଲ ଫୋପାଡି ଥିଲେ। ଫଳରେ କୁମ୍ଭୀରଟି ଶୁଭ୍ରାଂଶୁଙ୍କୁ ଛାଡି ପଳାଇଥିଲା। ଗ୍ରାମବାସୀ ଶୁଭ୍ରାଂଶୁଙ୍କୁ ଉଦ୍ଧାର କରି ଡଙ୍ଗା ସାହାଯ୍ୟରେ ଆଣିଥିଲେ ମଧ୍ୟ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଘଟଣାସ୍ଥଳରେ ଗ୍ରାମବାସୀଙ୍କ ପକ୍ଷରୁ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ବନ ବିଭାଗର ଅବହେଳା ଯୋଗୁଁ ଏଭଳି ବାରମ୍ବାର ଦୁର୍ଘଟଣା ହେଉଥିବା ଅଭିଯୋଗ କରିଥିଲେ। ଦିଗପହଣ୍ଡି ତହସିଲଦାର ସିପକ କୁମାର ପାତ୍ର ଏବଂ କେ. ନୂଆଗାଁ ପୋଲିସ ଟିମ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଛି। ସା ହୋଇଯାଇଥିବାରୁ ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି କେ.ନୂଆଗାଁ ଥାନା ଆଇଆଇସି ମୃତ୍ୟୁଞ୍ଜୟ ସ୍ବାଇଁ କହିଛନ୍ତି। ଏନେଇ ବନବିଭାଗ ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକଙ୍କୁ ପଚାରିବାରୁ ଏହି ଘଟଣା ଦୁର୍ଭାଗ୍ୟଜନକ। ବିଭାଗୀୟ ତଦନ୍ତ ପରେ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri