ସ୍ମାର୍ଟ କ୍ଲାସରେ ସାଉଣ୍ଡ ଶୁଣିପାରୁନାହାନ୍ତି ଛାତ୍ରୀଛାତ୍ର

ଲାଠୋର,୨୩ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର,ମାଲପଡ଼ା ଏବଂ ବେନ୍ଦେର ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ସ୍ମାର୍ଟ କ୍ଲାସ ରୁମରେ ସାଉଣ୍ଡ ସିଷ୍ଟମର ସୁବିଧା ଏଯାବତ୍‌ କରାଯାଇନାହିଁ। ଫଳରେ ଶିକ୍ଷା ଗ୍ରହଣ କଲା ବେଳେ ନା ନା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଲାଠୋର ଦୁର୍ଗେଶ୍ୱରୀ ସରକାରୀ ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ନବମ ଶ୍ରେଣୀରେ ୧୨୫ ଏବଂ ଦଶମ ଶ୍ରେଣୀରେ ୧୨୪ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ସେହିପରି ମାଲପଡ଼ା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନବମ ଶ୍ରେଣୀରେ ୧୨୬ ଏବଂ ଦଶମ ଶ୍ରେଣୀରେ ୧୪୭ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ବେନ୍ଦେର ସରକାରୀ ଉଚ୍ଚ ବିଦ୍ୟାଳୟରେ ନବମ ଶ୍ରେଣୀରେ ୩୯ ଏବଂ ଦଶମ ଶ୍ରେଣୀରେ ୨୬ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏହି ତିନି ଗୋଟି ବିଦ୍ୟାଳୟରେ ସର୍ବମୋଟ ୫୮୭ ଜଣ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ତିନୋଟି ବିଦ୍ୟାଳୟର ପ୍ରତି ଶ୍ରେଣୀରେ ପିଲା ସଂଖ୍ୟା ଅଧିକ ରହିଥିବା ବେଳେ ସେକସନର ବ୍ୟବସ୍ଥା ନ ଥିବା ହେତୁ ଗୋଟିଏ କୋଠରୀରେ ସଂଖ୍ୟାଧିକ ପିଲା ବସି ପାଠ ପଢୁଛନ୍ତି। ସଂପୃକ୍ତ ବିଦ୍ୟାଳୟ ଗୁଡ଼ିକ ସରକାରଙ୍କ ୫-ଟି ଯୋଜନାରେ ସାମିଲ ହୋଇଥିବା ଯୋଗୁ ପିଲା ମାନେ ଡ଼ିଜିଟାଲ ମାଧ୍ୟମରେ ଶିକ୍ଷା ଗ୍ରହଣ କରୁଛନ୍ତି। ହେଲେ ସାଉଣ୍ଡ ସିଷ୍ଟମ ସଂପୃକ୍ତ ବିଦ୍ୟାଳୟ ଗୁଡିକରେ ନ ଥିବା ଯୋଗୁ ଶିକ୍ଷକମାନେ ପାଠ ପଢାଇବା ସମୟରେ ଯାହା କହୁଛନ୍ତି ତାହା ପଛରେ ବସୁଥିବା ଛାତ୍ରୀଛାତ୍ର ଶୁଣି ପାରୁନାହାନ୍ତି। ୫-ଟି ଯୋଜନା ମାଧ୍ୟମରେ ସାଉଣ୍ଡ ସିଷ୍ଟମ ଉପଲବ୍ଧ କରିବାର ବ୍ୟବସ୍ଥା ରହିଥିଲେ ହେଁ ଅଦ୍ୟାବଧି ସାଉଣ୍ଡ ସିଷ୍ଟମ କରାଯାଇ ନ ଥିବା ବିଦ୍ୟାଳୟ କର୍ତ୍ତୃପକ୍ଷମାନେ ପ୍ରକାଶ କରିଛନ୍ତି। ଏନେଇ ଖପ୍ରାଖୋଲ ବିଡ଼ିଓ ରଶ୍ମିରଞ୍ଜନ ରାଉତଙ୍କୁ ପଚାରିବାରେ ଯେଉଁଠାରେ ଏପରି ସମସ୍ୟା ରହିଛି, ସେମାନେ ଆମକୁ ପ୍ରସ୍ତାବ ଦେଲେ ଆମେ ଉପରିସ୍ଥ ଅଧିକାରୀଙ୍କୁ ପଠାଇ ସମସ୍ୟାର ସମାଧାନ କରିବୁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri