ମହାକାଶ ଜ୍ଞାନ ଆହରଣ କଲେ ଛାତ୍ରୀଛାତ୍ର

ବରଗଡ,୨୫।୮(ପ୍ରେମାନନ୍ଦ ଖମାରୀ): ଜାତୀୟ ମହାକାଶ ଦିବସ ପାଳନ ଅବସରରେ ବରଗଡ଼ ପଞ୍ଚାୟତ କଲେଜର ରସାୟନ ବିଜ୍ଞାନ, ପଦାର୍ଥ ବିଜ୍ଞାନ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସେମିନାର ଅନୁଷ୍ଠିତ ହୋଇଯାଇଛି। କଲେଜର ଅଧ୍ୟକ୍ଷ ଡଃ ନକୁଳ ସେଠ ଏଥିରେ ଅଧ୍ୟକ୍ଷତା କରିଥିଲେ। ରସାୟନ ବିଜ୍ଞାନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ସମୀର ସେଠ ସ୍ବାଗତ ଭାଷଣ ଦେଇଥିଲେ। ଉପଦେଷ୍ଟା ଡଃ ଉମେଶ ଚନ୍ଦ୍ର ମହାପାତ୍ର ଛାତ୍ରୀଛାତ୍ର ଏବଂ ଅଧ୍ୟାପିକା, ଅଧ୍ୟାପକମାନଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ଉପରେ ଉତ୍ସାହିତ କରିଥିଲେ। ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ପ୍ରଫେସର ହରିଶ କୁମାର ସାହୁ, ଭୁବନେଶ୍ୱରସ୍ଥିତ କିଟ୍‌ ବିଶ୍ୱବିଦ୍ୟାଳୟର ଆସୋସିଏଟ ପ୍ରଫେସର ଡଃ ଗୋପାଳକୃଷ୍ଣ ପ୍ରଧାନ ଆଲୋଚକ ଭାବେ ଯୋଗଦାନ କରିଥିଲେ। ଆଲୋଚକମାନେ ମହାକାଶ ଅନୁସନ୍ଧାନ ତଥା ମହାକାଶ ଯାତ୍ରା ଉପରେ ଆଲୋକପାତ କରିଥିଲେ। ପଦାର୍ଥ ବିଜ୍ଞାନ ବିଭାଗୀୟ ମୁଖ୍ୟ ଲିପ୍‌ସା ନନ୍ଦ ଏବଂ ରସାୟନ ବିଜ୍ଞାନ ବିଭାଗୀୟ ମୁଖ୍ୟ ଡଃ ସିପୁନ ସେଠୀ କାର୍ଯ୍ୟକ୍ରମ ଆୟୋଜନର ଆଭିମୁଖ୍ୟ ଉପରେ ସୂଚନା ଦେଇଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବକ୍ତୃତା, କୁଇଜ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ରସାୟନ ବିଜ୍ଞାନ ବିଭାଗର ଡଃ ସୁଶାନ୍ତ କୁମାର ପ୍ରଧାନ, ଶଶିଭୂଷଣ ସେଠ, ମାନସ ରଞ୍ଜନ ଭୋଇ, ଆକାଶ କୁମାର ଭୋଇ, ଲଳିତା ଧରୁଆ, ଚନ୍ଦ୍ରଭାନୁ ସାହୁ, ପଦାର୍ଥ ବିଜ୍ଞାନ ବିଭାଗର ଅନିରୁଦ୍ଧ ରୋହିଦାସ, ଡଃ କିଶୋର ନାୟକ, ରୀତା ପାଣ୍ଡେ, ପଙ୍କଜିନୀ ରୟ, ସ୍ମୃତିସ୍ମିତା ସାମଲ, ପ୍ରଭାସ ରଞ୍ଜନ ଭୋଇ, ମନୋବାଞ୍ଛା କୁଶଳ ପ୍ରମୁଖ କାର୍ଯ୍ୟକ୍ରମ ସହଯୋଗ କରିଥିଲେ। ବିନୟ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।
ସେହିପରି ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ ପାଳିତ ହୋଇଛି। ଶିକ୍ଷାର୍ଥୀମାନଙ୍କ ମଧ୍ୟରେ ମହାକାଶ ସମ୍ବନ୍ଧୀୟ ଜ୍ଞାନ ପ୍ରଦାନ କରିବା ଆଭିମୁଖ୍ୟ ନେଇ ବିଦ୍ୟାଳୟରେ ସେମିନାର, କୁଇଜ୍‌ ପ୍ରତିଯୋଗିତା ଏବଂ ଗୋଳକଧନ୍ଦା ସମାଧାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗୋଷ୍ଠୀ ଶିକ୍ଷାଧିକାରୀ ଭାବନା ସାହୁ ମୁଖ୍ୟଅତିଥି, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ମୋହନ ଚରଣ ମହାନ୍ତ, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ସାନନ୍ଦ ଦେହେରୀ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ବିଜ୍ଞାନ କ୍ଲବର ମାର୍ଗଦର୍ଶକ ଶିକ୍ଷକ ସଞ୍ଜୟ ଖମାରୀ, ଜାତୀୟ ମହାକାଶ ଦିବସ ପାଳନର ଉଦ୍ଦେଶ୍ୟ, ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ। ଏହାସହିତ ମହାକାଶ ବିଜ୍ଞାନୀଙ୍କ ଗବେଷଣାଲବ୍ଧ ତଥ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ମହାକାଶ ଗବେଷଣା ସମ୍ବନ୍ଧୀୟ ଗୋଲକଧନ୍ଦା ସମାଧାନ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ଉମାକାନ୍ତ ମହାରଣା, କରିସ୍ମା ପଟେଲ, ଅଙ୍କିତ ଦୁଆନ, କୁଇଜ ପ୍ରତିଯୋଗିତାରେ ମୋନିକା ପ୍ରଧାନ, ଆଦ୍ୟାଶା ଭୋଇ, ସ୍ବାତୀ ସାହୁ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ହୋଇଥିଲେ। କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଭୁକ୍ତା କ୍ଲଷ୍ଟର ସିଆରସିସି କେଦାର ନାଏକ ସଭାକାର୍ଯ୍ୟ ପରିଚାଳନା କରିଥିଲେ। ଶିକ୍ଷକ ବୋଧରାମ ବିଶ୍ୱାଳ, ଅଙ୍କିତ ମହନ୍ତ, ସୁବାସ ଚନ୍ଦ୍ର ଖମାରୀ, ପଦ୍ମଲୋଚନ ବିଶି, ଶ୍ରୀପତି ସାହୁ, ପ୍ରଶାନ୍ତ ମହାପାତ୍ର ସହଯୋଗ କରିଥିଲେ। ଶିକ୍ଷୟିତ୍ରୀ ଅନୀତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳରାତ୍ରୀ ବେଶରେ ମା’: ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ସପ୍ତମ ଦିବସ ବୁଧବାର ଦେବୀ କାଳରାତ୍ରୀ ବେଶରେ ଦର୍ଶନ…

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri