ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ମିଳିଲା

ଭୁବନେଶ୍ୱର (ବ୍ୟୁରୋ)/ବାରଙ୍ଗ୧୯।୪ (ଡି.ଏନ୍‌.ଏ.): ଭୁବନେଶ୍ୱରର ଚନ୍ଦକା ଥାନା ଅନ୍ତର୍ଗତ ଗୋଠପାଟଣା ଅଞ୍ଚଳରେ ଥିବା ଏକ ଘରୋଇ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦୁଝରର ଅର୍ଚ୍ଚନା ଦାଶ (୨୪)। ସେ ଏଠାରେ ବିଏସ୍‌ସି ଡାଟା ସାଇନ୍ସ ବିଭାଗର ଦ୍ୱିତୀୟ ବର୍ଷର ଛାତ୍ରୀ ଥିଲେ। ସୋମବାର ତାଙ୍କ ମୃତଦେହଟି ଫ୍ୟାନ୍‌ରେ ଶାଢ଼ି ଦ୍ୱାରା ଝୁଲୁଥିଲା। ସହପାଠିନୀମାନେ ତାଙ୍କୁ ଉଦ୍ଧାର କରି ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଉକ୍ତ ହସ୍ପିଟାଲରୁ ମୃତଦେହକୁ ଜବତ କରି କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ମଙ୍ଗଳବାର ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହକୁ ବ୍ୟବଚ୍ଛେଦ କରାଯାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୨୬/୨୦୨୩) ରୁଜୁ କରି ତଦନ୍ତ ଚଳାଇଛି। ଅପରପକ୍ଷରେ ଉକ୍ତ ହଷ୍ଟେଲ ରୁମ୍‌ରେ ପୋଲିସ ଉପସ୍ଥିତିରେ ସାଇଣ୍ଟିଫିକ୍‌ ଟିମ୍‌ ନମୁନା ସଂଗ୍ରହ କରିଛି। ଥାନାଧିକାରୀ ରାଧାକାନ୍ତ ସାହୁ କହିଛନ୍ତି, ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ ବୋଲି ପରିବାର ଲୋକ ଦାବି କରିଛନ୍ତି। ପ୍ରାଥମିକ ତଦନ୍ତରୁ ଏହା ଏକ ଆତ୍ମହତ୍ୟା ବୋଲି ଜଣାପଡ଼ିଥିବାବେଳେ ଅଧିକ ସ୍ପଷ୍ଟ ହେବା ପାଇଁ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଛି। ଏନେଇ ସମସ୍ତଙ୍କୁ ପଚରାଉଚରା କରାଯାଉଛି ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଅର୍ଚ୍ଚନାଙ୍କ ବଡ଼ବାପା ଗଣମାଧ୍ୟମ ଆଗରେ ଭିନ୍ନ କଥା କହିଛନ୍ତି। ଅର୍ଚ୍ଚନାଙ୍କ ମୃତ୍ୟୁ ପାଇଁ ଉକ୍ତ କଲେଜର ଛାତ୍ର ଥିବା ତାଙ୍କ ପୁରୁଷବନ୍ଧୁ ହିଁ ଦାୟୀ। ପୁରୁଷବନ୍ଧୁଙ୍କ ନିର୍ଯାତନାରୁ ଝିଅ ଏଭଳି ଚରମ ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। ସୂଚନା ଅନୁଯାୟୀ, ଅର୍ଚ୍ଚନା କିଛିଦିନ ହେବ ଘରକୁ ଯାଇଥିଲେ। ରବିବାର ସେ ତାଙ୍କ ମା’ ଓ ସାନ ଭଉଣୀ ସହ ହଷ୍ଟେଲକୁ ଫେରିଥିଲେ। ସୋମବାର ଅର୍ଚ୍ଚନା ପରୀକ୍ଷା ସାରି ହଷ୍ଟେଲକୁ ଆସିଥିଲେ। ଅପରାହ୍ନରେ ଦୀର୍ଘ ସମୟ ପର୍ଯ୍ୟନ୍ତ ତାଙ୍କ ରୁମ୍‌ର କବାଟ ଖୋଲା ନ ହେବାରୁ ସହପାଠୀମାନେ ସନ୍ଦେହ କରିଥିଲେ। ସେମାନେ ପୋଲିସକୁ ଖବର ଦେବା ସହ ତାଲା ଭାଙ୍ଗି ଦେଖିବା ପରେ ଅର୍ଚ୍ଚନା ଆତ୍ମହତ୍ୟା କରିଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri