ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ମିଳିଲା

ଭୁବନେଶ୍ୱର (ବ୍ୟୁରୋ)/ବାରଙ୍ଗ୧୯।୪ (ଡି.ଏନ୍‌.ଏ.): ଭୁବନେଶ୍ୱରର ଚନ୍ଦକା ଥାନା ଅନ୍ତର୍ଗତ ଗୋଠପାଟଣା ଅଞ୍ଚଳରେ ଥିବା ଏକ ଘରୋଇ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦୁଝରର ଅର୍ଚ୍ଚନା ଦାଶ (୨୪)। ସେ ଏଠାରେ ବିଏସ୍‌ସି ଡାଟା ସାଇନ୍ସ ବିଭାଗର ଦ୍ୱିତୀୟ ବର୍ଷର ଛାତ୍ରୀ ଥିଲେ। ସୋମବାର ତାଙ୍କ ମୃତଦେହଟି ଫ୍ୟାନ୍‌ରେ ଶାଢ଼ି ଦ୍ୱାରା ଝୁଲୁଥିଲା। ସହପାଠିନୀମାନେ ତାଙ୍କୁ ଉଦ୍ଧାର କରି ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଉକ୍ତ ହସ୍ପିଟାଲରୁ ମୃତଦେହକୁ ଜବତ କରି କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ମଙ୍ଗଳବାର ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହକୁ ବ୍ୟବଚ୍ଛେଦ କରାଯାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୨୬/୨୦୨୩) ରୁଜୁ କରି ତଦନ୍ତ ଚଳାଇଛି। ଅପରପକ୍ଷରେ ଉକ୍ତ ହଷ୍ଟେଲ ରୁମ୍‌ରେ ପୋଲିସ ଉପସ୍ଥିତିରେ ସାଇଣ୍ଟିଫିକ୍‌ ଟିମ୍‌ ନମୁନା ସଂଗ୍ରହ କରିଛି। ଥାନାଧିକାରୀ ରାଧାକାନ୍ତ ସାହୁ କହିଛନ୍ତି, ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ ବୋଲି ପରିବାର ଲୋକ ଦାବି କରିଛନ୍ତି। ପ୍ରାଥମିକ ତଦନ୍ତରୁ ଏହା ଏକ ଆତ୍ମହତ୍ୟା ବୋଲି ଜଣାପଡ଼ିଥିବାବେଳେ ଅଧିକ ସ୍ପଷ୍ଟ ହେବା ପାଇଁ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଛି। ଏନେଇ ସମସ୍ତଙ୍କୁ ପଚରାଉଚରା କରାଯାଉଛି ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଅର୍ଚ୍ଚନାଙ୍କ ବଡ଼ବାପା ଗଣମାଧ୍ୟମ ଆଗରେ ଭିନ୍ନ କଥା କହିଛନ୍ତି। ଅର୍ଚ୍ଚନାଙ୍କ ମୃତ୍ୟୁ ପାଇଁ ଉକ୍ତ କଲେଜର ଛାତ୍ର ଥିବା ତାଙ୍କ ପୁରୁଷବନ୍ଧୁ ହିଁ ଦାୟୀ। ପୁରୁଷବନ୍ଧୁଙ୍କ ନିର୍ଯାତନାରୁ ଝିଅ ଏଭଳି ଚରମ ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। ସୂଚନା ଅନୁଯାୟୀ, ଅର୍ଚ୍ଚନା କିଛିଦିନ ହେବ ଘରକୁ ଯାଇଥିଲେ। ରବିବାର ସେ ତାଙ୍କ ମା’ ଓ ସାନ ଭଉଣୀ ସହ ହଷ୍ଟେଲକୁ ଫେରିଥିଲେ। ସୋମବାର ଅର୍ଚ୍ଚନା ପରୀକ୍ଷା ସାରି ହଷ୍ଟେଲକୁ ଆସିଥିଲେ। ଅପରାହ୍ନରେ ଦୀର୍ଘ ସମୟ ପର୍ଯ୍ୟନ୍ତ ତାଙ୍କ ରୁମ୍‌ର କବାଟ ଖୋଲା ନ ହେବାରୁ ସହପାଠୀମାନେ ସନ୍ଦେହ କରିଥିଲେ। ସେମାନେ ପୋଲିସକୁ ଖବର ଦେବା ସହ ତାଲା ଭାଙ୍ଗି ଦେଖିବା ପରେ ଅର୍ଚ୍ଚନା ଆତ୍ମହତ୍ୟା କରିଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?