ସନ୍ଧ୍ୟାରେ ହଠାତ୍‌ ମାଡ଼ିଆସିଲା ଝଡ଼ତୋଫାନ, ଭାଙ୍ଗିଲା ଗଛ, ବିଦ୍ୟୁତ୍‌ତାର ଛିଣ୍ଡି…

କେସିଙ୍ଗା,୨୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝଡ଼ ତୋଫାନରେ ବିଭିନ୍ନ ଗଛ ଭାଙ୍ଗିଯିବାରୁ ୧୧ କେଭି ବିଦ୍ୟୁତତାର ଛିଣ୍ଡି ବିଦ୍ୟୁତ ସେବା ବୁଧବାର ସନ୍ଧ୍ୟାରେ ବନ୍ଦ ହୋଇଥିବା ବିଭାଗୀୟ ଯନ୍ତ୍ରୀ ସୂଚନା ଦେଇଛନ୍ତି।  ସନ୍ଧ୍ୟାରେ ହଠାତ୍‌ ପ୍ରବଳ ପବନ ହେବା ସହ ଘଡ଼ଘଡ଼ି ହୋଇଥିଲା। କେସିଙ୍ଗାରୁ ବାଲସି, ପରଲସିଙ୍ଗା, ମଶାଣିବନ୍ଧ, ପୋଢ଼ଖମ୍ବ, ଶିରୋଲ, ଡୁମେର ମୁଣ୍ଡା ଆଦି ଗ୍ରାମକୁ ୧୧ କେଭି ବିଦ୍ୟୁତତାର ସଂଯୋଗ ହୋଇଛି। କିନ୍ତୁ ପ୍ରବଳ ବେଗରେ ପବନ ବୋହିବା ସହ ଘଡ଼ଘଡ଼ି ହେବାରୁ ମୁଖ୍ୟ ଆର୍‌ଡି ରାସ୍ତା ପାର୍ଶ୍ୱରେ ଥିବା ଗଛଗୁଡ଼ିକରେ ବିଦ୍ୟୁତତାର ଲାଗି ଯାଇ ଛିଣ୍ଡି ଯାଇଥିବାରୁ ବିଦ୍ୟୁତ୍‌ ସେବା ବନ୍ଦ ହୋଇଥିଲା। ବିଭାଗୀୟ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ବିଦ୍ୟୁତ୍‌ତାର ଠିକ କରିଥିଲେ। ରେଙ୍ଗାଲି ଗ୍ରାମ ନିକଟରେ ପବନରେ ଗଛ ଭାଙ୍ଗିଯିବାରୁ ବାଲସି ପଞ୍ଚାୟତର ବାଲସି, ରେଙ୍ଗାଲି, ମଶାଣିବନ୍ଧ, ପରଲସିଙ୍ଗା, ଆଦି ଗ୍ରାମକୁ ବିଦ୍ୟୁତ୍‌ ସେବା ବନ୍ଦ ରହିଛି।

ଏ ସଂକ୍ରାନ୍ତରେ ବିଦ୍ୟୁତ୍‌ ବିଭାଗର ଜେଇଙ୍କୁ ପଚାରିବାରୁ ଷ୍ଟାଫ୍‌ମାନଙ୍କୁ ପଠା ଯାଇଛି, ଠିକ କରି ବିଦ୍ୟୁତ୍‌ସେବା ଯୋଗାଇ ଦିଆଯିବ ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri