ନିରପେକ୍ଷ ଶାନ୍ତି ଆନ୍ଦୋଳନ ପୃଥିବୀକୁ ବିପଦରୁ ଉଦ୍ଧାର କରିପାରିବ

ଭଞ୍ଜନଗର,୧୮ା୬(ବାବୁଲା ପ୍ରଧାନ)- ଭଞ୍ଜନଗର ସହରତଳି ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାର ଠାରେ ପାଲେଷ୍ଟାଇନ ସଂହତି ଦିବସ ପାଳନ ଅବସରରେ ‘ଯୁଦ୍ଧ ନୁହେଁ ମୁକ୍ତ ପାଲେଷ୍ଟାଇନ’ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ପ୍ରଗତିଶୀଳ ଗଣତାନ୍ତ୍ରିକ ସାମ୍ମୁଖ୍ୟ ତରଫରୁ ଏହି ଆଲୋଚନାଚକ୍ର ହୋଇଥିଲା। ବର୍ତ୍ତମାନ କେତେକ ଦେଶ ଦେଶ ମଧ୍ୟରେ ଯୁଦ୍ଧ ଚାଲିଛି। ଆଗାମୀ ଦିନରେ ଏହାର ପରିଣାମ ଭୟାବହ ହେବା ଆଶଙ୍କା ରହିଛି। ଆମ ଦେଶ ଏ କ୍ଷେତ୍ରରେ ନିରପେକ୍ଷତା ଅବଲମ୍ବନ କରିବା ସହ ଚାଲିଥିବା ଯୁଦ୍ଧ କିଭଳି ବନ୍ଦ ହେବ ସେନେଇ ଇସ୍ରାଏଲ ସମେତ ଅନ୍ୟ ଦେଶ ଉପରେ ଚାପ ପକାଇବାକୁ ପଡିବ। ନିରପେକ୍ଷ ଶାନ୍ତି ଆନ୍ଦୋଳନ ପୃଥିବୀକୁ ବିପଦରୁ ଉଦ୍ଧାର କରିପାରିବ ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ। ନିରପେକ୍ଷ ଶାନ୍ତି ଆନ୍ଦୋଳନରେ ଆମ ଦେଶ ଅଗ୍ରଣୀ ଭୂମିକା ନିଭାଇବାର ଆବଶ୍ୟକତା ରହିଛି। ବର୍ତ୍ତମାନ ପାଲେଷ୍ଟାଇନ ସମେତ ବିଭିନ୍ନ ଦେଶର ନିରୀହ ଲୋକଙ୍କ ଯୁଦ୍ଧରେ ମୃତ୍ୟୁ ଘଟୁଛି। କିଛି ଧନୀ ରାଷ୍ଟ୍ର ନିଜର ଯୁଦ୍ଧ ଅସ୍ତ୍ର ବିକ୍ରି ପାଇଁ ଜାଣି ଶୁଣି ଯୁଦ୍ଧକୁ ଉସୁକାଉଛନ୍ତି। ଯାହାକି ମାନବ ସମାଜ ପାଇଁ ବିପଦ ବୋଲି ବକ୍ତାମାନେ କହିଥିଲେ। ସାମ୍ମୁଖ୍ୟର ବରିଷ୍ଠ ଆଇନଜୀବୀ ଅଭିମନ୍ୟୁ ଗୌଡ଼ ସଭାରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ବାର ଆସୋସିଏସନର ସଭାପତି ଲଷ୍ମୀକାନ୍ତ ମହାପାତ୍ର ଓ ସମ୍ମାନିତ ଅତିଥି ଭାବେ କବି ପ୍ରଶାନ୍ତ ମହାନ୍ତି ଯୋଗ ଦେଇଥିଲେ। ଏସ ଏନ ପ୍ରଧାନ,କୂର୍ମି କ୍ଷତ୍ରୀୟ ସଂସ୍ଥାର ସମ୍ପାଦକ ବୈଦ୍ୟ ପ୍ରଧାନ, କଂଗ୍ରେସର ପୂର୍ବତନ ରାଜ୍ୟ ସଂପାଦକ ସୁକାନ୍ତ ଦିଗାଲ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ଅବସରପ୍ରାପ୍ତ ଶିକ୍ଷକ ଦିବାକର ଲେଙ୍କା, ପ୍ରସନ୍ନ ତ୍ରିପାଠୀ, ବିକ୍ରମ ବିଷୋୟୀ, ତାରିଣୀ ନାୟକ, କୃଷ୍ଣ ବାଡ଼ତ୍ୟା ପ୍ରମୁଖ ଉପସ୍ଥିତ ଥିଲେ। ନିଖିଳ ଉତ୍କଳ ଖଡୁରା ସମାଜର ସମ୍ପାଦକ ସୁରେନ୍ଦ୍ର ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ କଳାହାଣ୍ଡି ବନ୍ଦ ପ୍ରଭାବ: ସରକାରଙ୍କ ବିରୋଧରେ ବିକ୍ଷୋଭ

ଭବାନୀପାଟଣା,୧୭।୭(ଉତ୍ତମ କୁମାର ଦାଶ)-ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଦେବା ଘଟଣାକୁ ନେଇ ସମଗ୍ର ରାଜ୍ୟରେ ତାତି ଦେଖାଯିବା ସହ...

ସମ୍ବଲପୁରରୁ ଆସିଲା ସାଂଘାତିକ ଖବର, ପୁଣି ଅଧ୍ୟାପକଙ୍କ ନିର୍ଯାତନା, ଛାତ୍ରୀ କଲେ…

ସମ୍ବଲପୁର, ୧୭।୭: ବାଲେଶ୍ୱର ଏଫଏମ କଲେଜ ଘଟଣାର କିଛି ଦିନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ନିର୍ଯାତନା। ଏଥିରେ ମଧ୍ୟ ଜଣେ ଅଧ୍ୟାପକ...

କଂଗ୍ରେସରେ ଫାଟ! ଓଡ଼ିଶା ବନ୍ଦବେଳେ ପଦାରେ ପଡ଼ିଲା ଗୋଷ୍ଠୀକନ୍ଦଳ

ସାଲେପୁର,୧୭।୭(ଅରବିନ୍ଦ ଭୂୟାଁ):ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାର ପ୍ରତିବାଦରେ ଆଜି ସାଲେପୁରଠାରେ କଂଗ୍ରେସ ଦଳର ଦୁଇଗୋଷ୍ଠୀ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୁଷ୍ଟି ହୋଇଛି । ସାଲେପୁର କୁଆପାଳ...

କଂଗ୍ରେସ, ବାମଦଦଳର ବନ୍ଦ ଡାକରାରେ ପଟ୍ଟାମୁଣ୍ଡାଇ ଠପ

ପଟ୍ଟାମୁଣ୍ଡାଇ,୧୭।୭,(କଳ୍ପତରୁ ନାୟକ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ଏବଂ ବାମଦଦଳ ଗୁଡିକ ପକ୍ଷରୁ...

FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀ,ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି

କୋଟପାଡ଼,୧୭ା୭(ରାଜଶେଖର): କୋଟପାଡ଼ କଂଗ୍ରସ କମିଟି ଛତିଶଗଡ଼ ଓଡ଼ିଶା ଜାତୀୟ ରାଜପଥ ୬୩ ଫାଟକ ନିକଟରେ ପ୍ରତିବାଦ, ଶତାଧିକ ଭାରୀଯାନ ରାସ୍ତା ଦୁଇ ପାର୍ଶ୍ୱରେ ଅଟକିଛି l...

ଖରସ୍ରୋତା ନଦୀକୁ ଡେଇଁଲେ ଯୁବତୀ

ଆଳି, ୧୭।୭ (ବନମାଳୀ ସେନାପତି): ଖରସ୍ରୋତା ନଦୀକୁ ଡେଇଁ ପଡିଛନ୍ତି ଯୁବତୀ। ଏଭଳି ଏକ ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର...

ସୌମ୍ୟାଶ୍ରୀ ବିଶି ପରିବାରକୁ ନ୍ୟାୟ ଦାବିରେ ଚକଅଖ ସବୁ ଠପ୍‌

ପାରଳାଖେମୁଣ୍ଡି,୧୭।୭(ଗିରିଧାରୀ ପରିଛା): ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଘଟଣା ଓ ପରିବାରକୁ ନ୍ୟାୟ ଦାବିରେ ଗୁରୁବାର ସାରା ରାଜ୍ୟରେ କଂଗ୍ରେସ...

ଡ୍ରାଇଭରଙ୍କ ଉପରେ ଓଲଟି ପଡ଼ିଲା ହାଇଓ୍ବା, ଚାପି ହୋଇଗଲେ

ପାଟଣା,୧୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ନୂଆଗାଁରେ ବୁଧବାର ରାତିରେ ଏକ ହାଇଓ୍ବା ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri