ନିରପେକ୍ଷ ଶାନ୍ତି ଆନ୍ଦୋଳନ ପୃଥିବୀକୁ ବିପଦରୁ ଉଦ୍ଧାର କରିପାରିବ

ଭଞ୍ଜନଗର,୧୮ା୬(ବାବୁଲା ପ୍ରଧାନ)- ଭଞ୍ଜନଗର ସହରତଳି ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାର ଠାରେ ପାଲେଷ୍ଟାଇନ ସଂହତି ଦିବସ ପାଳନ ଅବସରରେ ‘ଯୁଦ୍ଧ ନୁହେଁ ମୁକ୍ତ ପାଲେଷ୍ଟାଇନ’ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ପ୍ରଗତିଶୀଳ ଗଣତାନ୍ତ୍ରିକ ସାମ୍ମୁଖ୍ୟ ତରଫରୁ ଏହି ଆଲୋଚନାଚକ୍ର ହୋଇଥିଲା। ବର୍ତ୍ତମାନ କେତେକ ଦେଶ ଦେଶ ମଧ୍ୟରେ ଯୁଦ୍ଧ ଚାଲିଛି। ଆଗାମୀ ଦିନରେ ଏହାର ପରିଣାମ ଭୟାବହ ହେବା ଆଶଙ୍କା ରହିଛି। ଆମ ଦେଶ ଏ କ୍ଷେତ୍ରରେ ନିରପେକ୍ଷତା ଅବଲମ୍ବନ କରିବା ସହ ଚାଲିଥିବା ଯୁଦ୍ଧ କିଭଳି ବନ୍ଦ ହେବ ସେନେଇ ଇସ୍ରାଏଲ ସମେତ ଅନ୍ୟ ଦେଶ ଉପରେ ଚାପ ପକାଇବାକୁ ପଡିବ। ନିରପେକ୍ଷ ଶାନ୍ତି ଆନ୍ଦୋଳନ ପୃଥିବୀକୁ ବିପଦରୁ ଉଦ୍ଧାର କରିପାରିବ ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ। ନିରପେକ୍ଷ ଶାନ୍ତି ଆନ୍ଦୋଳନରେ ଆମ ଦେଶ ଅଗ୍ରଣୀ ଭୂମିକା ନିଭାଇବାର ଆବଶ୍ୟକତା ରହିଛି। ବର୍ତ୍ତମାନ ପାଲେଷ୍ଟାଇନ ସମେତ ବିଭିନ୍ନ ଦେଶର ନିରୀହ ଲୋକଙ୍କ ଯୁଦ୍ଧରେ ମୃତ୍ୟୁ ଘଟୁଛି। କିଛି ଧନୀ ରାଷ୍ଟ୍ର ନିଜର ଯୁଦ୍ଧ ଅସ୍ତ୍ର ବିକ୍ରି ପାଇଁ ଜାଣି ଶୁଣି ଯୁଦ୍ଧକୁ ଉସୁକାଉଛନ୍ତି। ଯାହାକି ମାନବ ସମାଜ ପାଇଁ ବିପଦ ବୋଲି ବକ୍ତାମାନେ କହିଥିଲେ। ସାମ୍ମୁଖ୍ୟର ବରିଷ୍ଠ ଆଇନଜୀବୀ ଅଭିମନ୍ୟୁ ଗୌଡ଼ ସଭାରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ବାର ଆସୋସିଏସନର ସଭାପତି ଲଷ୍ମୀକାନ୍ତ ମହାପାତ୍ର ଓ ସମ୍ମାନିତ ଅତିଥି ଭାବେ କବି ପ୍ରଶାନ୍ତ ମହାନ୍ତି ଯୋଗ ଦେଇଥିଲେ। ଏସ ଏନ ପ୍ରଧାନ,କୂର୍ମି କ୍ଷତ୍ରୀୟ ସଂସ୍ଥାର ସମ୍ପାଦକ ବୈଦ୍ୟ ପ୍ରଧାନ, କଂଗ୍ରେସର ପୂର୍ବତନ ରାଜ୍ୟ ସଂପାଦକ ସୁକାନ୍ତ ଦିଗାଲ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ଅବସରପ୍ରାପ୍ତ ଶିକ୍ଷକ ଦିବାକର ଲେଙ୍କା, ପ୍ରସନ୍ନ ତ୍ରିପାଠୀ, ବିକ୍ରମ ବିଷୋୟୀ, ତାରିଣୀ ନାୟକ, କୃଷ୍ଣ ବାଡ଼ତ୍ୟା ପ୍ରମୁଖ ଉପସ୍ଥିତ ଥିଲେ। ନିଖିଳ ଉତ୍କଳ ଖଡୁରା ସମାଜର ସମ୍ପାଦକ ସୁରେନ୍ଦ୍ର ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

ଖେତ ବଚାଓ ଅଭିଯାନକୁ ମିଳିଲା ନୂଆ ଗତି: ଜୈବସାର ପ୍ରଚାରରେ ଅଗ୍ରଣୀ ଗଞ୍ଜାମ ଏଫପିସି

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଭାରତୀୟ କୃଷି ଅନୁସନ୍ଧାନ ପରିଷଦ (ଆଇସିଏଆର୍‌) ଅଧୀନସ୍ଥ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ) ପକ୍ଷରୁ ଜୈବସାରର ବୈଜ୍ଞାନିକ ପ୍ରଚାର ଏବଂ ସନ୍ତୁଳିତ ସାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri