୫ ଶ୍ରେଣୀକୁ ଜଣେ ଶିକ୍ଷକ

ଜଳେଶ୍ୱର, ୧୩।୭(ଡି.ଏନ.ଏ.) ଆଦିବାସୀ ଅଧ୍ୟୁଷିତ ବାଲେଶ୍ୱର ଜିଲା ରାଇବଣିଆ ଥାନା ଅଞ୍ଚଳର ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଜଣେ ଶିକ୍ଷକରେ ୫ଟି ଶ୍ରେଣୀ ଚାଲଛି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରାଜେଶ ହାଁସଦା ସମସ୍ତ ଶ୍ରେଣୀରେ ଶିକ୍ଷାଦାନ କରିବା ଅସମ୍ଭବ ହୋଇପଡିଛି। ଜୁଲାଇ ୫ତାରିଖରେ ସଞ୍ଜୟ ନନ୍ଦି ନାମକ ଜଣେ ଶିକ୍ଷକ ଯୋଗଦାନ କରିଥିଲେ। ସେଦିନ ତାଙ୍କୁ ସିଆର୍‌ସିସି ଭାବେ ନିଯୁକ୍ତି ମିଳିବାରୁ ସେ ଏଠାକୁ ଆସୁ ନାହାନ୍ତି। ଏଠାରେ ପଢୁଥିବା ୮୫ଜଣ ଛାତ୍ରଛାତ୍ରୀଙ୍କ ଲାଗି ଅନ୍ୟୁନ ୩ଜଣ ଶିକ୍ଷକ ଆବଶ୍ୟକ ଥିବା ବେଳେ ଶିକ୍ଷକ ଓ ସର୍ବନିମ୍ନ ସୁବିଧା ଯୋଗାଇଦେବାକୁ ସରପଞ୍ଚ ସୁସ୍ମିତା ବାରିକ, ମଙ୍ଗଲ ସରେନ୍‌(ୱାର୍ଡମେମ୍ବର), ସୁଶୀଲ ବାରିକ, ପୂର୍ଣ୍ଣଚନ୍ଦ୍ର ସେଠୀ, ଆଲୋଚନା ବେହେରା ପ୍ରମୁଖ ନେତୃସ୍ଥାନୀୟ ବ୍ୟକ୍ତି ଦାବି କରିଛନ୍ତି।
ବିଦ୍ୟାଳୟରେ ଶୌଚାଳୟ ନ ଥିବାରୁ ପିଲାମାନେ ବାହାରକୁ ଶୌଚ ହେବାକୁ ଯାଉଛନ୍ତି। ବଣଜଙ୍ଗଲଘେରା ବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ରମାନେ ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ କାଳାତିପାତ କରୁଥିବା ବେଳେ ବିଦ୍ୟାଳୟ ଚାରିପାଖେ ପାଚେରି କିମ୍ବା ବାଡ ନାହିଁ। ବିପଦଜନକ ଅବସ୍ଥାରେ ଥିବା ପୁରୁଣା ଘରଗୁଡିକ ମଧ୍ୟରୁ ଗୋଟିକରେ ମଧ୍ୟାହ୍ନଭୋଜନ ରନ୍ଧା କାର୍ଯ୍ୟ ଚାଲୁଥିବା ବେଳେ ଘର ମଧ୍ୟରେ ପୋକ ସାଲୁବାଲୁ ହେଉଛନ୍ତି। ୨ବର୍ଷ ପୂର୍ବରୁ ନିର୍ମାଣ ହୋଇଥିବା ନୂତନ ୨ଟି ଶ୍ରେଣୀଗୃହରେ ଫାଟ ସୃଷ୍ଟି ହୋଇଛି। ତେଣୁ ବିଦ୍ୟାଳୟର ନବକଳେବର ବୃଦ୍ଧି ସହିତ ଶିକ୍ଷକ ଯୋଗାଇ ଦେବାକୁ ଗ୍ରାମବାସୀ ଜଳେଶ୍ୱର ଗୋଷ୍ଠୀ ଶିକ୍ଷାଧିକାରୀ ନିକଟରେ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri