୫ ଶ୍ରେଣୀକୁ ଜଣେ ଶିକ୍ଷକ

ବଇଣ୍ଡା,୨ା୨ (ପରିକ୍ଷିତ ସାହୁ): ୫ଟି ଶ୍ରେଣୀର ପିଲାଙ୍କୁ ପଢ଼ାଇବା ପାଇଁ ଅଛନ୍ତି ଜଣେ ମାତ୍ର ଶିକ୍ଷକ। ଦୀର୍ଘଦିନ ହେଲା ଏପରି ଅବ୍ୟବସ୍ଥାରେ ଚାଲିଛି ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ଠେଲକନାଳୀଠାରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ। ସ୍କୁଲର ସମସ୍ୟା ସମ୍ପର୍କରେ ଶିକ୍ଷା ବିଭାଗକୁ ଅବଗତ କରାଇଛି। ହେଲେ ପଦକ୍ଷେପ ନିଆଯାଉ ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ସୃଷ୍ଟି ହୋଇଛି ତୀବ୍ର ଅସନ୍ତୋଷ। ତୁରନ୍ତ ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦିଆ ନ ଗଲେ ସ୍କୁଲରେ ତାଲା ପକାଇ ଆନ୍ଦୋଳନ କରାଯିବ ବୋଲି ଗୁରୁବାର ଗ୍ରାମବାସୀ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସେମାନେ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ଗ୍ରାମବାସୀ ଦର୍ଶାଇଛନ୍ତି, ୧୯୫୭ ମସିହାରେ ଅଞ୍ଚଳବାସୀ ଏହି ବିଦ୍ୟାଳୟ ସ୍ଥାପନ କରିଥିଲେ। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏଠାରେ ପଢ଼ାଯାଉଥିବା ବେଳେ ୬୧ ଜଣ ଛାତ୍ରୀଛାତ୍ର ବର୍ତ୍ତମାନ ସ୍କୁଲରେ ଅଛନ୍ତି। ସରକାରୀ ନିୟମ ଅନୁଯାୟୀ ଏହି ବିଦ୍ୟାଳୟରେ ୩ ଜଣ ଶିକ୍ଷକ ନିଯୁକ୍ତି ପାଇବା କଥା। କିନ୍ତୁ ଦୀର୍ଘ ବର୍ଷ ହେବ ୨ ଜଣ ଶିକ୍ଷକ ଏଠାରେ କାର୍ଯ୍ୟରତ ଥିଲେ। ହେଲେ କିଛି ଦିନ ତଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅକାଳ ବିୟୋଗ ଘଟିବାରୁ ବର୍ତ୍ତମାନ ଜଣେ ଶିକ୍ଷକରେ ପାଠପଢା ଚାଲିଛି। ଟ୍ରେନ୍‌ ଲାଇନ କଡରେ ଏହି ବିଦ୍ୟାଳୟ ଥିବାବେଳେ ମାତ୍ର ଜଣେ ଶିକ୍ଷକ ଥିବାରୁ ଛାତ୍ରୀଛାତ୍ରମାନେ ଅସୁରକ୍ଷିତ ହୋଇପଡିଛନ୍ତି। ଫଳରେ ଅଭିଭାବକମାନେ ପିଲାଙ୍କୁ ସ୍କୁଲକୁ ଛାଡ଼ିବାକୁ ନିରାପଦ ମଣୁନାହାନ୍ତି। ପୂର୍ବରୁ ଶିକ୍ଷକ ନିଯୁକ୍ତି ପାଇଁ ବହୁବାର ବିଇଓଙ୍କ କାର୍ଯ୍ୟାଳୟ ଠାରେ ଅଭିଯୋଗ କରାଯାଇଥିଲେ ମଧ୍ୟ ଶିକ୍ଷକ ନିଯୁକ୍ତି କରାଯାଉନାହିଁ। ତୁରନ୍ତ ଶିକ୍ଷକ ନିଯୁକ୍ତି କରା ନ ଗଲେ ବିଦ୍ୟାଳୟରେ ତାଲା ପକାଇ ଆନ୍ଦୋଳନ କରାଯିବ ବୋଲି ଗ୍ରାମ କମିଟି ସଭାପତି ପବିତ୍ର ମୋହନ ସାହୁ, ସମୀର ପ୍ରଧାନ, ଅଗସ୍ତି ସାହୁ, ଟିକିନା ସାହୁ, ବେଞ୍ଜମିନି ସାହୁ, ମଧୁସୂଦନ ସାହୁ, ସୁରେଶ ସାହୁ ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ବିଇଓ ଅରୁଣ କୁମାର ସେଠୀ କହିଛନ୍ତି, ଗ୍ରାମବାସୀ ଦାବିପତ୍ର ଦେଇଛନ୍ତି। ସମସ୍ୟା ସମ୍ପର୍କରେ ଜିଲା ଶିକ୍ଷା ପ୍ରଶାସନକୁ ଅବଗତ କରାଯାଇଛି। ସରକାରଙ୍କ ପକ୍ଷରୁ ନୂତନ ଶିକ୍ଷକ ନିଯୁକ୍ତ କରାଗଲେ ତୁରନ୍ତ ଉକ୍ତ ସ୍କୁଲର ସମସ୍ୟା ସମାଧାନ କରଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୩ରେ ପ୍ରଥମ ମତଦାନ: ୭୦୩ କେନ୍ଦ୍ରର ହେବ ଓ୍ବେବ୍‌କାଷ୍ଟ

ଛତ୍ରପୁର,୯ା୫(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାରେ ଆଉ ତିନି ଦିନ ପରେ ୧୩ ତାରିଖ ଦିନ ବ୍ରହ୍ମପୁର ଲୋକସଭା ଏବଂ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି...

ଖର୍ଚ୍ଚ ସମ୍ବନ୍ଧୀୟ ଆପତ୍ତି ଅଭିଯୋଗ ଆସିଲେ ତୁରନ୍ତ ଜଣାଅ

ଭଦ୍ରକ,୯।୫ (ସନାତନ ରାଉତ)-ଭଦ୍ରକ ଲୋକ ସଭା ଓ ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ଆୟୋଗଙ୍କ ଦ୍ୱାରା ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି।...

ବିଧାୟକ, ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ଭିକ୍ଷା କରୁଛନ୍ତି କେସିଙ୍ଗା ନଗରପାଳ

କେସିଙ୍ଗା,୯ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଓ୍ବାର୍ଡ ନମ୍ବର ୬ରେ ନଗରପାଳ ନୃପରାଜ ଯାଦବ ପ୍ରଚଣ୍ଡ ଟାଣଖରାକୁ ଖାତିର ନ କରି ଓ୍ବାର୍ଡ ନଂ...

ଚିଲିକାରେ ବ୍ରିଜ୍‌ ନିର୍ମାଣ ହେବ: ଓଡ଼ିଶା ପାଇଁ ଏହି ସବୁ ଘୋଷଣା କଲେ ନୀତିନ ଗଡ଼କରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର କୃଷ୍ଣପ୍ରସାଦରେ ନିଜର ଅଭିଭାଷଣ ରଖିଛନ୍ତି। ଏହି ସମୟରେ ଗଡ଼କରୀ ଓଡ଼ିଶା ପାଇଁ ଅନେକ ଘୋଷଣା କରିଛନ୍ତି।...

୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ...

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର...

ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ...

କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri