୮ ଶ୍ରେଣୀ ପାଇଁ ଜଣେ ଶିକ୍ଷୟିତ୍ରୀ

କେସିଙ୍ଗା,୨ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଓଗାଁ ପଞ୍ଚାୟତ ମହଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୮ ଶ୍ରେଣୀରେ ଜଣେ ଶିକ୍ଷକ ରହିଛନ୍ତି। ଫଳରେ ଶିକ୍ଷାଦାନରେ ସମସ୍ୟା ହେଉଥିବା ନେଇ ଅଭିଭାବକମାନେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ମଞ୍ଚପଡ଼ାଠାରେ ପ୍ରଥମରୁ ପଞ୍ଚମ ପ୍ରାଥମିକ ବିଦ୍ୟାଳୟ ୧୯୬୬ରେ ସ୍ଥାପିତ ହୋଇଥିଲା। ସେହିପରି ମହଗାଁଠାରେ ୨୦୦୫ରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖୋଲିଥିଲା। ଏପରିସ୍ଥଳେ ସରକାରଙ୍କ ଆଦେଶ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟକୁ ୨୦୨୦ରେ ମହଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାମିଲ କରାଗଲା। ବର୍ତ୍ତମାନ ଏହି ବିଦ୍ୟାଳୟରେ ୧୫୬ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଜଣେ ଶିକ୍ଷୟିତ୍ରୀ ନିଯୁକ୍ତ ହୋଇଥିବାରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଥିବା ଦର୍ଶାଇ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।

ପୁଣି ଶିକ୍ଷୟିତ୍ରୀଙ୍କ ଦେହ ଅସୁସ୍ଥ ହେଲେ କିମ୍ବା ଅଫିସ କାର୍ଯ୍ୟରେ କେସିଙ୍ଗା ମୁଖ୍ୟାଳୟକୁ ଗଲେ ସ୍କୁଲ ବନ୍ଦ ରହୁଛି। ଏହାବ୍ୟତୀତ ସ୍କୁଲରେ ଶ୍ରେଣୀଗୃହ ସମସ୍ୟା ମଧ୍ୟ ଲାଗି ରହିଛି। ଦୁଇଟି ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ନୂତନ ଶ୍ରେଣୀଗୃହ ନିର୍ମାଣ କରିବା ସହିତ ତୁରନ୍ତ ଶିକ୍ଷକ ନିଯୁକ୍ତି ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଆନନ୍ଦ କୁମାର ବେହେରାଙ୍କୁ ପଚାରିବାରୁ ଆସନ୍ତା ୫ କିମ୍ବା ୬ ତାରିଖ ମଧ୍ୟରେ ଶିକ୍ଷକ ନିଯୁକ୍ତି ଦିଆଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri