‘ନିଜକୁ ଜଳାଞ୍ଜଳି ଦେଇ ସମସ୍ତଙ୍କୁ ଆଲୋକିତ କରୁଥିବା ବ୍ୟକ୍ତି ହେଉଛନ୍ତି ଶିକ୍ଷକ’

ଦାରିଙ୍ଗବାଡି,୫।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ରାଣୀଦୁର୍ଗା ରେସିଡେନ୍ସି କଲ୍ୟାଣ ମଣ୍ଡପଠାରେ ବ୍ଲକ ସ୍ତରୀୟ ଗୁରୁ ଦିବସ ଏବଂ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ଦାରିଙ୍ଗବାଡି ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଯାମିନୀକାନ୍ତ ପଡ୍ରାଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷକ ସନିଆ ପ୍ରଧାନଙ୍କ ସଂଯୋଜନାରେ ମୁଖ୍ୟ ଅତିଥିଭାବେ ବିଡ଼ିଓ ପ୍ରୀତିରଞ୍ଜନ ରଥ, ମୁଖ୍ୟବକ୍ତା ଭାବେ ନିଖିଲ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ (ଏୟୁପିଟିଏଫ)ର ପୂର୍ବତନ ମହାସଚିବ ଶେଖ ଅବଦୁଲ ଖାଲିକ, ଦାରିଙ୍ଗବାଡିର ୨ ଜଣ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋକୁଳ ଚନ୍ଦ୍ର ନାୟକ, ବନମାଳୀ ମାଝୀ, ଦାରିଙ୍ଗବାଡି ସରପଞ୍ଚ ଚନ୍ଦ୍ରିକା ମଲିକ, ଶିକ୍ଷକ ସଂଘର ଜିଲା ସାଧାରଣ ସମ୍ପାଦକ ବିଦୁଭୂଷଣ ନାୟକ,ଜିଲା ସହସମ୍ପାଦକ କୌଶିକ ନାୟକ ପ୍ରମୁଖ ମଞ୍ଚାସିନ ରହିଥିଲେ। ଏହି ଅବସରରେ ଅତିଥିମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବା ସହ ବ୍ଲକ ଅଞ୍ଚଳରେ ଅବସର ନେଇଥିବା ଶିକ୍ଷକମାନଙ୍କୁ ଗୁରୁ ସମ୍ବର୍ଦ୍ଧନା ଦିଆଯାଇଥିଲା।
ପ୍ରଦୀପ ଭଳି ଜଳାଞ୍ଜଳି ଦେଇ ସମସ୍ତଙ୍କୁ ଆଲୋକିତ କରୁଥିବା ବ୍ୟକ୍ତି ହେଉଛନ୍ତି ଶିକ୍ଷକ। ଗୁରୁ ସଦାବେଳେ ଚାହାଁନ୍ତି ତାଙ୍କ ଶିଷ୍ୟଙ୍କୁ ଆଗକୁ ନେବାକୁ ସଦାବେଳେ କାମ କରନ୍ତି ବୋଲି ମୁଖ୍ୟ ଅତିଥିମାନେ ମତବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରାଯାଇଥିବା ଶିକ୍ଷକଙ୍କ ମଧ୍ୟରେ ରମାକାନ୍ତ ସିଂ, ସୁଶୀଳ ନାୟକ, ରବିନ୍ଦ୍ରନାଥ ଗୌଡ,ରାମଚନ୍ଦ୍ର ଜେନା,ରାମ କୃଷ୍ଣ ସାହୁ, କାହ୍ନୁ ଚରଣ ସିଂ,ପ୍ରଦୀପ କୁମାର ସିଂ,ନୀଳାଞ୍ଚଳ ପଟ୍ଟନାୟକ,ହରିହର ପ୍ରଧାନ ବିପିନ ବିହାରୀ ସିଂ, ରଘୁରାଜ ସିଂହ ପାତ୍ର,ବ୍ରଜସୁନ୍ଦର ବେହେରଦଲାଇ,କେଣ୍ଟି ପ୍ରଧାନ,ସୁଚେତା ନାୟକ,ପ୍ରେମାନନ୍ଦ ସୁନାମାଝି ଏବଂ ଜୟପ୍ରକାଶ ଦିଗାଲଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ଏହି ଅବସରରେଛାତ୍ରୀମାନେ ସ୍ବାଗତ ସଙ୍ଗୀତ ଗାନ କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମକୁ ବ୍ଲକ ଶିକ୍ଷକ ସଂଘର ସାଧାରଣ ସମ୍ପାଦକ ସଂଗ୍ରାମ କୁମାର ନାୟକ, ମୋହନ ସାହୁ, ନବୀନ ସାହୁ, ରମାକାନ୍ତ ଦିଗାଲଙ୍କ ସମେତ ସମସ୍ତ ଶିକ୍ଷକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri