ଭୁବନେଶ୍ୱର,୯।୯(ଅନୁରାଧା ମହାରଣା): ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକରେ ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା କରାଯାଉଛି। ବିଦ୍ୟାଳୟ ରୂପାନ୍ତରୀକରଣରେ ଆଖିବୁଜା ଅର୍ଥ ଖର୍ଚ୍ଚ ହେଉଛି। ହେଲେ ଖୋଦ୍ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ବିଦ୍ୟାଳୟରେ ଶିକ୍ଷକ ଓ ଅଣଶିକ୍ଷକ ପଦବୀ ଖାଲି ପଡ଼ୁଥିବାରୁ ପାଠପଢ଼ାରେ ଗୁରୁତର ବ୍ୟାଘାତ ସୃଷ୍ଟି ହେଉଛି। ଭୁବନେଶ୍ୱର ୟୁନିଟ-୯ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନ ଥିବାବେଳେ ଜଣେ ମାତ୍ର ହିନ୍ଦୀ ଶିକ୍ଷକ ଉଭୟ ବିଦ୍ୟାଳୟରେ ପାଳିକରି ପଢ଼ାଉଛନ୍ତି। ସପ୍ତାହର ୩ଦିନ ଗୋଟିଏ ବିଦ୍ୟାଳୟରେ ଏବଂ ଅନ୍ୟ ୩ଦିନ ଆଉ ଗୋଟିଏ ବିଦ୍ୟାଳୟରେ ହିନ୍ଦୀ ପଢ଼ାଉଥିବା ଜଣାପଡିଛି। ଚଳିତବର୍ଷ ୟୁନିଟ-୯ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୭୫୦ରୁ ଅଧିକ ଛାତ୍ରୀଛାତ୍ର ପାଠ ପଢ଼ୁଥିବାବେଳେ ବାଳିକା ଉଚ୍ଚ ବିଦ୍ୟାଳୟରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୪୦୦ ଛାତ୍ରୀ ଅଛନ୍ତି। ବାଳିକା ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଶିକ୍ଷକଙ୍କ ସମେତ ୧୭ଜଣ ଶିକ୍ଷକ କାର୍ଯ୍ୟ କରୁଛନ୍ତି। ବାଳକ ବିଦ୍ୟାଳୟରେ ୨୦୨୦ରେ ୨୯ଜଣ ଶିକ୍ଷକଶିକ୍ଷୟିତ୍ରୀ ଥିବାବେଳେ ବର୍ତ୍ତମାନ ଏହି ସଂଖ୍ୟା ୧୭କୁ ଖସିଆସିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ ଆହୁରି ୧୮ ଶିକ୍ଷକଙ୍କ ଆବଶ୍ୟକତା ରହିଛି। ଅନ୍ୟାନ୍ୟ ବିଷୟରେ ଜଣେ ଦୁଇଜଣ ଶିକ୍ଷକ ରହିଥିବାବେଳେ କ୍ରୀଡା ଓ ହିନ୍ଦୀ ଶିକ୍ଷକ ପଦ ଖାଲିପଡିଛି। ଏନେଇ ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ବାରମ୍ବାର ଚିଠି ଲେଖାଯିବା ପରେ ଅସ୍ଥାୟୀ ଭାବେ ବାଳିକା ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକଙ୍କୁ ଉଭୟ ବିଦ୍ୟାଳୟରେ ହିନ୍ଦୀ ପାଠପଢ଼ା ଦାୟିତ୍ୱ ଦିଆଯାଇଛି। ଦୀର୍ଘଦିନ ଧରି ଏହି ପଦବୀ ଖାଲିପଡ଼ିବା ପରେ ଏକ ମାସ ହେବ ଏହି ହିନ୍ଦୀ ଶିକ୍ଷକଙ୍କୁ ନିଯୁକ୍ତ କରାଯାଇଛି। ଅକ୍ଟୋବର ପ୍ରଥମ ସପ୍ତାହରୁ ଦଶମ ପିଲାଙ୍କ ଷାଣ୍ମାସିକ ପରୀକ୍ଷା ଆରମ୍ଭ ହେବାକୁଥିବାବେଳେ ପାଠ୍ୟକ୍ରମ ସାରିବାକୁ ମାସେରୁ କମ୍ ସମୟ ରହିଛି। ଉଭୟ ବିଦ୍ୟାଳୟର ୧୫ଟି ଶ୍ରେଣୀରେ ଜଣେ ହିନ୍ଦୀ ଶିକ୍ଷକ ପାଠ ପଢ଼ାଇବା ଦ୍ୱାରା ପିଲାମାନେ ଗୁଣାମତ୍କ ଶିକ୍ଷାରୁ ବଞ୍ଚତ୍ତ ହେଉଥିବା ୟୁନିଟ୍-୯ ବାଳିକା ଉଚ୍ଚ ବିଦ୍ୟାଳୟର କେତେଜଣ ଛାତ୍ରୀ କହିଛନ୍ତି। ସେହିପରି ସରକାରୀ ଉଚ୍ଚ ବିଦ୍ୟାଳୟରେ ଦୀର୍ଘଦିନ ଧରି ହିନ୍ଦୀ ଶିକ୍ଷକଙ୍କ ବିନା ପିଲାମାନେ ପାଠପଢ଼ୁଥିବାବେଳେ ଏବେ ପାଳିରେ ଜଣେ ଶିକ୍ଷକ ପାଠପଢ଼ାଇବାକୁ ଆସୁଥିଲେ ମଧ୍ୟ ସମସ୍ୟାରେ ବିଶେଷ ପରିବର୍ତ୍ତନ ଆସି ନ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅଭିଭାବକ କହିଛନ୍ତି। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୂର୍ଯ୍ୟନାରାୟଣ ଦାଶଙ୍କ କହିବାନୁସାରେ, ହିନ୍ଦୀ ଶିକ୍ଷକ ନିଯୁକ୍ତି ନେଇ ବାରମ୍ବାର ପତ୍ର ଲେଖାଯାଉଥିବାବେଳେ ଶିକ୍ଷକ ପଦବୀ ପୂରଣର ସ୍ଥାୟୀ ସମାଧାନ କରାଯାଉନାହିଁ। ବିଦ୍ୟାଳୟରୁ ପୂର୍ବରୁ କେତେଜଣ ଶିକ୍ଷକଙ୍କୁ ଅନ୍ୟ ବିଦ୍ୟାଳୟକୁ ପଠାଯାଇଛି। ସେମାନଙ୍କୁ ତୁରନ୍ତ ଫେରାଇଆଣିବା କିମ୍ବା ନୂଆ ଶିକ୍ଷକ ନିଯୁକ୍ତି ପାଇଁ ବିଦ୍ୟାଳୟ ପକ୍ଷରୁ ବାରମ୍ବାର ପତ୍ର ଲେଖାଯାଉଥିଲେ ମଧ୍ୟ ସୁଫଳ ମିଳିନାହିଁ। ସପ୍ତାହର ୩ଦିନରେ ଏତେ ସଂଖ୍ୟକ ପିଲାଙ୍କୁ ପାଳିରେ ଆସୁଥିବା ହିନ୍ଦୀ ଶିକ୍ଷକ ଉପଯୁକ୍ତ ଶିକ୍ଷା ପ୍ରଦାନ କରିବା ସହଜ ନୁହେଁ। ପୁଣି ହିନ୍ଦୀ ପରୀକ୍ଷା ଖାତାଦେଖା ମଧ୍ୟ ତାଙ୍କ ପାଇଁ କଷ୍ଟକର ହୋଇପଡିବ।
ସରକାରଙ୍କ ବଡ଼ ଘୋଷଣା, ଅନ୍ଲାଇନରେ ହେବନି…
କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍ଲାଇନରେ ଗ୍ରହଣ କରାଯିବ।...
ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ
ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍
ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍ ଟ୍ରେନ୍ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....
ଯୁବକଙ୍କୁ ଚାପିଦେଲା ଟ୍ରକ୍: ଆଉ ତା’ପରେ…
କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍ ଧକ୍କାରେ ଜଣେ...
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ
ବ୍ୟାଙ୍କକ୍,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...
ପାରମ୍ପରିକ ‘ଟୋକି ପର୍ବ’ ପାଇଁ ଚଳଚଞ୍ଚଳ କଳାହାଣ୍ଡି: ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…
ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...
Archives


