ଜଣେ ଶିକ୍ଷକରେ ଚାଲିଛି ଉଚ୍ଚବିଦ୍ୟାଳୟ

ନାକଟିଦେଉଳ,୧୦ା୮(ବୈକୁଣ୍ଠ ନାଥ ସାହୁ): ଜଣେମାତ୍ର ଶିକ୍ଷକରେ ଚାଲିଛି ନାକଟିଦେଉଳ ବ୍ଲକ ଶିମିଳିପାଳ ପଞ୍ଚାୟତ କାଦୋବାହାଳ ପଞ୍ଚଖଣ୍ଡା ଉଚ୍ଚ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ୯ମ ଓ ୧୦ମ ଶ୍ରେଣୀରେ ମୋଟ ୬୧ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଦୀର୍ଘ ୭ବର୍ଷ ହେଲା ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ଚଳିତବର୍ଷ ୨ଜଣ ଶିକ୍ଷକ ଅବସର ଗ୍ରହଣ କରିବା ପରେ ବର୍ତ୍ତମାନ ଜଣେ ମାତ୍ର ଶିକ୍ଷକ (ହିନ୍ଦୀ ବିଷୟ) ଅଛନ୍ତି। ଏହାସହିତ ଜଣେ ଖେଳ ଶିକ୍ଷକ ଓ ଜଣେ କିରାଣି ଅଛନ୍ତି। ୩ଜଣ ପିଅନ ପଦବୀ ଥିଲେ ମଧ୍ୟ ଜଣେ ହେଲେ ନାହାନ୍ତି। ଏଠାରେ ୫ଜଣ ଟିଜିଟି ଶିକ୍ଷକଙ୍କ ଆବଶ୍ୟକତା ଥିବାବେଳେ ଗୋଟିଏ ହେଲେ ପଦବୀ ପୂରଣ ହୋଇପାରି ନାହଁି। ଫଳରେ ପାଠପଢା କ୍ଷେତ୍ରରେ ଘୋର ବ୍ୟାଘାତ ସୃଷ୍ଟି ହୋଇଛି।

ସମ୍ପ୍ରତି ଉଚ୍ଚବିଦ୍ୟାଳୟର ଭିିତ୍ତିଭୂମିର ବିକାଶ କରି ଏକ ଅତ୍ୟାଧୁନିକ ପରିବେଶ ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ଦେବାର ଲକ୍ଷ୍ୟରଖି ରାଜ୍ୟ ସରକାର ୫-ଟି ଯୋଜନାରେ ସ୍କୁଲ ରୂପାନ୍ତରଣ କରୁଛନ୍ତି। ଏ କ୍ଷେତ୍ରରେ ସରକାର ବହୁ ଅର୍ଥ ବ୍ୟୟ କରୁଛନ୍ତି। ହେଲେ ଏଠାରେ ଶିକ୍ଷକ ସମସ୍ୟା ନେଇ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି। ଆଉ କିଛିମାସ ପରେ ମାଟ୍ରିକ ପରୀକ୍ଷା ହେବାକୁ ରହିଥିବାବେଳେ କିଭଳି ପାଠପଢି ପ୍ରସ୍ତୁତ କରିବେ ସେ ନେଇ ଛାତ୍ରୀଛାତ୍ର ଦ୍ୱନ୍ଦ୍ୱରେ ଅଛନ୍ତି। ଏହି ସମସ୍ୟା ନେଇ ବିଦ୍ୟାଳୟ ପରିଚାଳନା କମିଟି, ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ ଅଭିଭାବକ ସମ୍ବଲପୁର ଜିଲାପାଳ, ଜିଲା ଶିକ୍ଷା ଅଧିକାରୀଙ୍କୁ ଲିଖିତାକାରେ ଜଣାଇଥିଲେ ସୁଦ୍ଧା ସୁଫଳ ମିଳି ନ ଥିବା ଅଭିଭାବକମାନେ ପ୍ରକାଶ କରିଛନ୍ତି। ତୁରନ୍ତ ଏ ଦିଗରେ ପଦକ୍ଷେପ ନିଆ ନ ଗଲେ ଅଭିଭାବକ ତଥା ଗ୍ରାମବାସୀ ବିଦ୍ୟାଳୟ ଫାଟକରେ ତାଲା ପକାଇ ରାଜରାସ୍ତାରେ ଆନ୍ଦୋଳନ କରିବାକୁ ବାଧ୍ୟ ହେବେ ବୋଲି ପରିଚାଳନା କମିଟି ସଭାପତି ଜିତେନ୍ଦ୍ରିୟ ପ୍ରଧାନ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri