ଓଡ଼ିଶାର ସ୍କିଲ୍‌ ଇକୋସିଷ୍ଟମ୍‌ ପରିଦର୍ଶନ କଲେ ମହାରାଷ୍ଟ୍ରର ୪୦ ଜଣିଆ ଦଳ

ଭୁବନେଶ୍ୱର, ୨୦।୧୧(ବ୍ୟୁରୋ): ଦେଶରେ ଦକ୍ଷତା ବିକାଶ ଓ ଶିଳ୍ପ ତାଲିମ କ୍ଷେତ୍ରରେ ଓଡ଼ିଶା ଆଜି ଉଦାହରଣ ସାଜିଛି। ରାଜ୍ୟର ବୈଷୟିକ ଏବଂ ଧନ୍ଦାମୂଳକ ଶିକ୍ଷା ଓ ତାଲିମ (ଟିଭିଇଟି) ବିଷୟରେ ଜାଣିବା ନିମନ୍ତେ ମହାରାଷ୍ଟ୍ର ଦକ୍ଷତା ବିକାଶ ମିଶନର ୪୦ ଜଣିଆ ଦଳ ଓଡ଼ିଶା ଗସ୍ତରେ ଆସିଥିଲେ। ସେମାନେ ଗତ ୪ଦିନ ଧରି ସରକାରୀ ଆଇଟିଆଇ କଟକ, ବିଜୁ ପଟ୍ଟନାୟକ ଫିଲ୍ମ ଓ ଟେଲିଭିଜନ ଅନୁଷ୍ଠାନ, କଟକ ଏଲ୍‌ଏଣ୍ଡ୍‌ଟି ସେଣ୍ଟର, ୱାଲର୍‌ଡ ସ୍କିଲ୍‌ ସେଣ୍ଟର, ଛତ୍ରପୁର ସିଏସ୍ତା ହସ୍ପିଟାଲିଟି ସେଣ୍ଟର, ବ୍ରହ୍ମପୁର ସରକାରୀ ଆଇଟିଆଇ, ପୁରୀ ସରକାରୀ ଆଇଟିଆଇ ଏବଂ କେନ୍ଦ୍ରାପଡ଼ା ସଂକଳ୍ପ ଯୋଜନା ତାଲିମ କେନ୍ଦ୍ର ପରିଦର୍ଶନ କରିଥିଲେ। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍‌ଡିଏ) ଦ୍ୱାରା ଭୁବନେଶ୍ୱରସ୍ଥିତ ୱାଲର୍‌ଡ ସ୍କିଲ୍‌ ସେଣ୍ଟରଠାରେ ଏକ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ଓଏସ୍‌ଡିଏ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଯୋଗଦେଇ କହିଲେ, ପୁରାତନ କାଳରୁ ଓଡ଼ିଶା ସ୍କିଲର ଗନ୍ତାଘର। ଓଡ଼ିଶା ସରକାର ଦକ୍ଷତା ଶିକ୍ଷାରେ ମହିଳା, ପଛୁଆ ଓ ଅବହେଳିତ ଶ୍ରେଣୀକୁ ଅଗ୍ରାଧିକାର ଦେଇଛନ୍ତି। ନାନୋ ୟୁନିକର୍ଣ୍ଣ ଭଳି ଉଦ୍ୟୋଗିତା କାର୍ଯ୍ୟକ୍ରମ ମାଧ୍ୟମରେ ଗାଁ ଗାଁରେ କ୍ଷୁଦ୍ର ଶିଳ୍ପର ବିକାଶ ହେବାର ଆବଶ୍ୟକତା ରହିଛି। ଏହାଦ୍ୱାରା ଆତ୍ମନିର୍ଭର ଭାରତର ସ୍ବପ୍ନ ସାକାର ହୋଇପାରିବ ବୋଲି ବାଗ୍‌ଚୀ କହିଥିଲେ।
ଓଏସ୍‌ଡିଏ ସିଇଓ ତଥା ବୈଷୟିକ ଶିକ୍ଷା ଏବଂ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ରେଘୁ ଜି ଓଡ଼ିଶାର ଟିଭିଇଟି କ୍ଷେତ୍ରର ସଫଳତା ବିଷୟରେ ସୂଚନା ଦେଇଥିଲେ। ମହାରାଷ୍ଟ୍ର ଦକ୍ଷତା ବିକାଶ ମିଶନର ଉପ ନିର୍ଦ୍ଦେଶକ ନାମଦେଓ ଭୋସଲେ ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ପାଇଁ ନେଇଥିବା ପ୍ରତିବଦ୍ଧତା ଦେଖି ଖୁସିବ୍ୟକ୍ତ କରିଥିଲେ। ମହାରାଷ୍ଟ୍ର ଦକ୍ଷତା ବିକାଶ ମିଶନର ଅନୁସଚିବ ସନ୍ତୋଷ ରକାଡ଼େ ଆଇଟିଆଇରେ ପ୍ରଦାନ କରାଯାଉଥିବା ଲାଇଫ୍‌ ସ୍କିଲ ପ୍ରଶିକ୍ଷଣ, ନାନୋ ୟୁନିକର୍ଣ୍ଣ ଉଦ୍ୟୋଗିତା କାର୍ଯ୍ୟକ୍ରମ ଏବଂ ଉତ୍କର୍ଷ କେନ୍ଦ୍ର ସ୍ଥାପନ ଭଳି ପଦକ୍ଷେପ ନେବାକୁ ଆମେ ଆମ ମିଶନ ନିକଟରେ ପ୍ରସ୍ତାବ ଦେବୁ ବୋଲି ସେ କହିଥିଲେ। ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅତିରିକ୍ତ ସଚିବ ପିନାକୀ ପଟ୍ଟନାୟକ, ଯୁଗ୍ମ ସଚିବ ରେଣୁପ୍ରଭା ନାୟକ, ଉପ ନିର୍ଦ୍ଦେଶକ ଏସ୍‌. କେ. ଦାସ, ନିୟୋଜନ ଅଧିକାରୀ ଏସ୍‌. ଭି ଏନ୍‌ ରାଓ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri