ଚଢ଼ାଉ ବେଳେ ଅବକାରୀ ଟିମ୍‌ ଉପରେ କୁକୁର ଛାଡ଼ିଲେ ମଦ ମାଫିଆ, ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା, ୨ କନଷ୍ଟେବଳ ଆହତ

ଛତ୍ରପୁର, ୧୨।୩(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଆଠଗଡ ପାଟଣା ଗ୍ରାମରେ ଛତ୍ରପୁର ଅବକାରୀ ଭାମ୍ୟମାଣ ସଂସ୍ଥାର ଏକ ଟିମ୍‌କୁ ଚୋରା ମଦ ବ୍ୟବସାୟୀ ମାଡ଼ ମାରିଛନ୍ତି। ଗ୍ରାମରେ ବେଆଇନ ଭାବେ ମଦ ବ୍ୟବସାୟ ଚାଲିଥିବା ଖବରପାଇ ବୁଧବାର ଏହି ଟିମ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ମଦ ମାଫିଆମାନେ ଟିମ୍‌ ଉପରେ କୁକୁର ଛାଡ଼ିଦେବା ସହ ଗ୍ରାମର ୩୦ରୁ ଅଧିକ ବ୍ୟକ୍ତି ସେମାନଙ୍କୁ ବିରୋଧ କରି ଆକ୍ରମଣ ସହ ସରକାରୀ ଗାଡି ଭଙ୍ଗା ରୁଜା କରିଛନ୍ତି। କାଠ ଫାଳିଆ ଓ ଠେଙ୍ଗାରେ ପ୍ରଥମେ କର୍ମଚାରୀମାନଙ୍କୁ ଆକ୍ରମଣ କରିବା ପରେ ଗାଡିର ପଛ କାଚ ଭଙ୍ଗାରୁଜା କରିଛନ୍ତି। ଆକ୍ରମଣରେ ଅବକାରୀ କନଷ୍ଟେବଳ ପବିତ୍ର ସାହୁ ଓ ସ୍ବାଧୀନ ସାହୁଙ୍କ ସମେତ ୫ ଆହତ ହୋଇଥିଲେ। ଏନେଇ ଭାମ୍ୟମାଣ ସଂସ୍ଥାର ଏସ୍‌ଆଇ ସୂର୍ଯ୍ୟ ନାରାୟଣ ରଥ କବିସୂର୍ଯ୍ୟନଗର ଥାନାରେ ଅଭିଯୋଗ କରିଛନ୍ତି। ଏତଲାରେ ମଣ୍ଟୁ ମହାନ୍ତି ଏବଂ ଅନ୍ୟମାନଙ୍କ ନାମରେ ମାମଲା ରୁଜୁ ହୋଇଛି। ପୋଲିସ ପକ୍ଷରୁ ଏତଲାକୁ ଭିତ୍ତିକରି ତଦନ୍ତ ଆରମ୍ଭ କରାଯାଇଛି। ଘଟଣା ସ୍ଥଳରେ ପୁରୁଷୋତ୍ତମପୁର ଏସ୍‌ଡିପିଓ ପହଞ୍ଚି ତଦନ୍ତ ଚଳାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri