ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କୁ ଅଶ୍ରୁଳ ବିଦାୟ

ବରଗଡ଼ ଅଫିସ/ପଦ୍ମପୁର,୪।୧୦: ବରଗଡ଼ ଜିଲା ପଦ୍ମପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିଜୟ ରଞ୍ଜନ ସିଂ ବରିହାଙ୍କୁ ମଙ୍ଗଳବାର ଅଶ୍ରୁଳ ବିଦାୟ ଦିଆଯାଇଛି । ଏକ ବିଶାଳ ଶୋଭାଯାତ୍ରାରେ ସ୍ବର୍ଗତ ବରିହାଙ୍କ ପାର୍ଥିବ ଶରୀରକୁ ରଜାଘାଟ ନିଆଯାଇଥିଲା। ଶୋଭାଯାତ୍ରାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ରୀତା ସାହୁ, ପୂର୍ବତନ ରାଜ୍ୟ ସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଭଟଲି ବିଧାୟକ ସୁଶାନ୍ତ ସିଂ, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ବିଧାୟକ ମୁକେଶ ମହାଲିଙ୍ଗ, ରାଜ୍ୟ ସଭା ସଦସ୍ୟ ନିରଞ୍ଜନ ବିଶି, ବରଗଡ଼ ଲୋକ ସଭା ସଦସ୍ୟ ସୁରେଶ ପୂଜାରୀ, ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ, ମହମ୍ମଦ ରଫିକ, ସାଧୁ ନେପାକ, ପୂର୍ବତନ ଲୋକସଭା ସଦସ୍ୟ ପ୍ରଭାସ ସିଂ, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ରମାକାନ୍ତ ବଳିୟାର ସିଂ, ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ସାମିଲ ହୋଇ ଶେଷ ଦର୍ଶନ ସହ ଅନ୍ତିମ ବିଦାୟ ଦେଇଥିଲେ। ସେହିପରି ଶୋଭାଯାତ୍ରାରେ ସ୍ବର୍ଗତ ବରିହାଙ୍କ ପାର୍ଥିବ ଶରୀରକୁ ରଜାଘାଟ ନିଆଯାଉଥିବାବେଳେ ସ୍ଥାନୀୟ ଲୋକେ ଶେଷ ଦର୍ଶନ କରିଥିଲେ ଏବଂ କାନ୍ଦବୋବାଳିରେ ପଦ୍ମପୁର ଫାଟିଉଠିଥିଲା। ଭୁବନେଶ୍ବରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧାନ ଅବସ୍ଥାରେ ରବିବାର ବିଳମ୍ବିତ ରାତିରେ ସ୍ବର୍ଗତ ବରିହାଙ୍କ ଦେହାନ୍ତ ହୋଇଥିଲା। ସୋମବାର ତାଙ୍କ ପ୍ରାର୍ଥତ୍ବ ଶରୀର ପଦ୍ମପୁରରେ ପହଞ୍ଚି ଥିଲା ଏବଂ ରଜାଘାଟରେ ମଙ୍ଗଳବାର ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ପୁଅ ଭୋଜରାଜ ସିଂ ବରିହା ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri