ନବରଙ୍ଗପୁରରେ ଖୋଲିଲା ଅସ୍ଥାୟୀ ଗୋଶାଳା

ନବରଙ୍ଗପୁର,୧୦ା୧୦(ବି.ପ୍ର.): ନବରଙ୍ଗପୁର ସ୍ଥିତ ସ୍ଥାନୀୟ ଆଶୀର୍ବାଦ କଲ୍ୟାଣ ମଣ୍ଡପରେ ଶନିବାର ଠାରୁ ଅସ୍ଥାୟୀ ଗୋଶାଳା(କାଞ୍ଜିଆ ହୁଦା) ଖୋଲିଛି। ସହର ମଧ୍ୟ ଦେଇ ୨୬ ନମ୍ବର ଜାତୀୟ ରାଜପଥ ଯାଇଛି । ରାସ୍ତାର ଉଭୟ ପାର୍ଶ୍ୱରେ ଦୋକାନ ବଜାର। ଜନଗହଳି ପୂର୍ଣ୍ଣ ରାସ୍ତା ସହ ପାର୍କିଂ ବ୍ୟବସ୍ଥା ନ ଥିବାରୁ ପ୍ରତ୍ୟେକ ଦିନ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥାଏ। ଏଭଳି ପରିସ୍ଥିତିରେ ବୁଲା ଗୋରୁ ସାରେ ରାଜପଥ ତଥା ସହରର ବିଭିନ୍ନ ଛକ ଓ ରାସ୍ତାରେ ଗୋଠ କରି ବସୁଥିବାରୁ ଟ୍ରାଫିକ ସମସ୍ୟା ଦ୍ୱିଗୁଣିତ ହୋଇଥିଲା। ଏ ନେଇ ବଣିକ ସଂଘ ଓ ଜନସାଧାରଣ କାଞ୍ଜିଆ ହୁଦା କରି ଗୋରୁଙ୍କୁ ସେଠାରେ ରଖିବା ପାଇଁ ଅନୁରୋଧ କରିଥିଲେ। ଏହାଦ୍ୱାରା ଦୁର୍ଘଟଣା କମିବା ସହ ଗୋରୁମାନେ ମଧ୍ୟ ସୁରକ୍ଷିତ ରହିବେ ବୋଲି ମତପ୍ରକାଶ ପାଇଥିଲା। ଜିଲାପାଳ କମଳ ଲୋଚନ ମିଶ୍ର ଏହାକୁ ଗୁରୁତର ସହ ନେଇ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳଙ୍କ ନିର୍ଦ୍ଦେଶରେ ପୌର ପ୍ରଶାସନ ପକ୍ଷରୁ ଅସ୍ଥାୟୀ କାଞ୍ଜିଆ ହୁଦା କରାଯାଇଛି। ଏଠାରେ ଗୋରୁମାନଙ୍କୁ ୩ ଥର ଖାଇବାକୁ ଦିଆଯିବାକୁ ପଦକ୍ଷପ ନିଆଯାଇଛି।
ସୂଚନାଯେଗ୍ୟେ, ଦୀର୍ଘ ଦିନ ହେଲା ନବରଙ୍ଗପୁର ପୌରାଞ୍ଚଳ ବାସୀ ଏହି ଦାବି କରି ଆସୁଥିଲେ। ଏହା ବ୍ୟତୀତ ଗୋରୁ ମାଲିକମାନେ ଗୃହପାଳିତ ପଶୁଙ୍କୁ ରାସ୍ତାରେ ଛାଡ଼ିଲେ ଦୈନିକ ୧୦୦୦ ଟଙ୍କା ଫାଇନ୍‌ର ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ଗୋଶାଳାରେ ୩ ଦିନ ଗୋରୁଙ୍କୁ ରଖିବା ପରେ ସହର ଠାରୁ ଦୂର ଗ୍ରାମାଞ୍ଚଳ ଲୋକଙ୍କୁ ଦାନ କରିଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ତେଣୁ ମାଲିକମାନେ ନିଜ ଗୃହପାଳିତ ପଶୁଙ୍କୁ ନିଜ ଦାୟିତ୍ୱରେ ରଖିବାକୁ ପୌରପାଳିକା ପକ୍ଷରୁ ପରାମର୍ଶ ଦିଆଯାଇଛି। ଏଭଳି ପଦକ୍ଷେପ ପାଇଁ ଜିଲାପାଳ, ପୌରାଧ୍ୟକ୍ଷ କୁନୁ ନାୟକ, ଉପାଧ୍ୟକ୍ଷା ସୌମ୍ୟା ମହାପାତ୍ର ଓ ପୌର ନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠଙ୍କ ସମେତ ସମସ୍ତ କାଉନସିଲରଙ୍କୁ ଅଞ୍ଚଳବାସୀ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri